• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଆୟୁଷ୍ମାନ ଭାରତ ଯୋଜନା: ଆଜି ଓଡ଼ିଶାରେ ଶୁଭାରମ୍ଭ କରିବେ ମୋଦୀ

by Voice of Victims
October 28, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଆୟୁଷ୍ମାନ ଭାରତ ଯୋଜନା: ଆଜି ଓଡ଼ିଶାରେ ଶୁଭାରମ୍ଭ କରିବେ ମୋଦୀ

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାରେ ଶୁଭାରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଯୋଗେ ଏହି ଯୋଜନାର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ଶୀଘ୍ରମୋଦୀଙ୍କ ଏହି କାର୍ଯ୍ୟକ୍ରମରେ ଭିସି ଜରିଆରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଆୟୁଷ୍ମାନ ଭାରତ ପାର୍ଟ-୨ ସହ ଖୋର୍ଦ୍ଧାରେ ଯୋଗ ଓ ପ୍ରାକୃତିକ ଚିକିତ୍ସା ଲାଗି କେନ୍ଦ୍ରୀୟ ଅନୁସନ୍ଧାନ ପ୍ରତିଷ୍ଠାନର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ। ଏହାସହ ଭୁବନେଶ୍ୱର ଗୋଠପାଟଣାରେ ସେଣ୍ଟ୍ରାଲ ଡ୍ରଗ୍ସ ଟେଷ୍ଟିଂ ଲାବ୍ରୋଟାରୀ ଓ ବରଗଡ଼ ମୁଖ୍ୟ ଚିକିତ୍ସାଳୟରେ କ୍ରିଟିକାଲ୍ କେୟାର ସେଣ୍ଟରର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଆୟୁଷ୍ମାନ ଯୋଜନାର ପାର୍ଟ-୨ ଆସନ୍ତାକାଲି ଜାତୀୟ ସ୍ତରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ ହେବ। ଯାହାକୁ ଓଡ଼ିଶା କେବଳ ଗ୍ରହଣ କରିବ। ଯେହେତୁ ଓଡ଼ିଶାରେ ପୂର୍ବରୁ ଆୟୁଷ୍ମାନ ଯୋଜନା ଲାଗୁ ହୋଇନଥିଲା ତେଣୁ ତା’ର ମୋଡାଲିଟ ବି ପ୍ରସ୍ତୁତ ହୋଇନାହିଁ। ଖୁବ୍‌ଶୀଘ୍ର ମୋଡାଲିଟ ପ୍ରସ୍ତୁତ କରି ଚଳିତ ଆର୍ôଥକ ବର୍ଷ ଶେଷ ସୁଦ୍ଧା ଏହାକୁ ଲାଗୁ କରିବୁ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ସେ ଆହୁରୁ ମଧ୍ୟ କହିଛନ୍ତି ଯେ, “ଚଳିତ ଆର୍ôଥକ ବର୍ଷ ଶେଷ ସୁଦ୍ଧା ଆୟୁଷ୍ମାନ ଯୋଜନା ପାର୍ଟ ୧ ଓ ୨ ଓଡ଼ିଶାରେ ଲାଗୁ କରିବା ପାଇଁ ଆମେ ପ୍ରସ୍ତୁତି ଚଳାଇଛୁ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ବୈଠକ ସରିଛି ଓ କେନ୍ଦ୍ର ସରକାରଙ୍କ ସହ ଆଲୋଚନା ଚାଲିଛି। ଚଳିତ ଆର୍ଥକ ବର୍ଷ ଶେଷ ସୁଦ୍ଧା କାର୍ଡ ଇସ୍ୟୁ କରିବା ସହ ଯୋଜନାର ଶୁଭାରମ୍ଭ କରାଯିବ ବୋଲି ମୁକେଶ ମହଲିଙ୍ଗ କହିଛନ୍ତି। ଏପଟେ ଉଭୟ ଆୟୁଷ୍ମାନ ଯୋଜନା ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାର ଗୋଟିଏ କାର୍ଡ ହେବ। ରାଜ୍ୟରେ ଏକ କୋଟି ପରିବାର ପାଇଁ ଏହି ନୂଆ କାର୍ଡର ବ୍ୟବସ୍ଥା କରାଯି। ନୂଆ କାର୍ଡ ଚଳିତ ଆର୍ôଥକ ବର୍ଷ ଶେଷ ସୁଦ୍ଧା ଯୋଗାଇ ଦିଆଯିବ। ପୁରୁଣା କାର୍ଡରେ ପୂର୍ବରୁ ୯୫୦ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳୁଥିଲା। ବର୍ତ୍ତମାନ ନୂଆ କାର୍ଡ ଲଞ୍ଚ ହେବା ପରେ ୨୭ ହଜାର ହସ୍ପିଟାଲରେ ଲୋକଙ୍କୁ ଚିକିତ୍ସା ସୁବିଧା ମିଳିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ।

Post Views: 34
Share198Tweet124Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In