• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ମକର ସଂକ୍ରାନ୍ତିରେ ମନେପଡ଼ନ୍ତି ଫକୀରମୋହନ ସେନାପତି

by Voice of Victims
January 15, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ମକର ସଂକ୍ରାନ୍ତିରେ ମନେପଡ଼ନ୍ତି ଫକୀରମୋହନ ସେନାପତି

ଭୁବନେଶ୍ବର: ଆଧୁନିକ ଓଡିଆ ଗଳ୍ପର ଜନକ ତଥା ଏକାଧାରରେ ଜଣେ କବି, ଔପନ୍ୟାସିକ, ଦାର୍ଶନିକ ଏବଂ ସମାଜ ସଂସ୍କାରକ ଭାବେ ସୁପରିଚିତ ବ୍ୟାସକବି ଫକୀରମୋହନ ସେନାପତି ତାଙ୍କର କାଳଜୟୀ ଲେଖା ପାଇଁ ଓଡିଶାର ଘରେ ଘରେ ସମସ୍ତଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ୧୮୪୩ ମସିହା ମକର ସଂକ୍ରାନ୍ତିରେ ବାଲେଶ୍ୱର ଜିଲ୍ଲା ମଲ୍ଲିକାଶପୁରରେ ଜନ୍ମଗ୍ରହଣ କରି ଫକୀରମୋହନ, ପରବର୍ତ୍ତୀ ସମୟରେ ଓଡିଆ ଭାଷାର ସୁରକ୍ଷା, ଓଡିଆ ସାହିତ୍ୟର ପ୍ରଚାର ପ୍ରସାର ପାଇଁ ଯେଉଁ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି, ସେଥିପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ। ସେ ସଂପର୍କରେ ଏକ ଅବତାରଣା
                      ଉପନ୍ୟାସ: ସାହିତ୍ୟର ବିଭିନ୍ନ ବିଭାଗ ଯଥା ଅନୁବାଦ ସାହିତ୍ୟ (ସଂସ୍କୃତରୁ), କାବ୍ୟ-କବିତା ଇତ୍ୟାଦିରେ ସେ ସାହିତ୍ୟ ସୃଜନ କରିଥିଲେ ହେଁ ସେ ମୁଖ୍ୟତଃ ଓଡ଼ିଆ ଉପନ୍ୟାସ ସାହିତ୍ୟର ସୃଷ୍ଟିକର୍ତ୍ତା ରୂପେ ସୁପରିଚିତ। ୧୮୯୭ରୁ ୧୯୧୫ ମଧ୍ୟରେ ରଚିତ ତାଙ୍କର ଚାରୋଟି ଉପନ୍ୟାସ – ’ଛ’ ମାଣ ଆଠ ଗୁଣ୍ଠ’, ’ମାମୁଁ’, ’ପ୍ରାୟଶ୍ଚିତ’ ଓ ’ଲଛମା’ ତତ୍କାଳୀନ ଅଷ୍ଟାଦଶ ଓ ଊନବିଂଶ ଶତାବ୍ଦୀର ଓଡ଼ିଶାର ସାମାଜିକ ଅବସ୍ଥାର ନିଚ୍ଛକ ଦର୍ପଣ। ଛ’ ମାଣ ଆଠ ଗୁଣ୍ଠ ଉପନ୍ୟାସରେ ଜମିଦାରମାନଙ୍କ ଦେଇ ଗରିବ ଚାଷୀମାନଙ୍କର ଶୋଷଣର କାହାଣୀ ବର୍ଣ୍ଣିତ ହୋ‍ଇଛି । ଓଡ଼ିଆର ପ୍ରଥମ ଆତ୍ମଜୀବନୀର ମଧ୍ୟ ସେ ଥିଲେ ରଚୟିତା। ଏହାର ନାମ ଥିଲା ‘ଆତ୍ମ ଜୀବନ ଚରିତ’।
                      ଗଳ୍ପ: ଫକୀରମୋହନ ସେନାପତି ଓଡ଼ିଆ ଗଳ୍ପ ସାହିତ୍ୟର ଜନକ। ଫକୀରମୋହନ ତାଙ୍କ ଜୀବନର ଶେଷ ୨୧ ବର୍ଷ ମଧ୍ୟରେ ଗଳ୍ପ ଏବଂ ଉପନ୍ୟାସ ରଚନା କରିଛନ୍ତି। ୧୮୬୦ରେ ଫକୀରମୋହନଙ୍କ ରଚିତ କ୍ଷୁଦ୍ରଗଳ୍ପ ‘ଲଛମନିଆ’, ତାଙ୍କରିଦ୍ୱାରା ସମ୍ପାଦିତ ଓ ବାଲେଶ୍ୱରରୁ ପ୍ରକାଶିତ ବୋଧଦାୟିନୀ ପତ୍ରିକାରେ ପ୍ରକାଶିତ ହୋ‍ଇଥିଲା। ତେବେ ଦୁର୍ଭାଗ୍ୟବଶତଃ ତାଙ୍କର ଆତ୍ମଜୀବନୀରେ ଏହା ବିଷୟରେ ସାମନ୍ୟ ଟିକିଏ ବର୍ଣ୍ଣନା ବ୍ୟତୀତ ଏହି ଗଳ୍ପର ସ୍ରୋତ ସମ୍ବନ୍ଧରେ ଅନ୍ୟ କୌଣସି ଖିଅ ମିଳେନାହିଁ, ନଚେତ୍ ସମଗ୍ର ଭାରତବର୍ଷରେ ଏହି ସାହିତ୍ୟିକ ବିଭାଗର ସ୍ରଷ୍ଟା ରୂପେ ସେ ବିବେଚିତ ହୋ‍ଇଥା’ନ୍ତେ। ୧୮୯୮ରେ ତାଙ୍କ ରଚିତ ‘ରେବତୀ’ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା ପ୍ରଥମ ଓଡ଼ିଆ ଗଳ୍ପର ମାନ୍ୟତା ପାଏ। ’ରେବତୀ’ ଗଳ୍ପଟିରେ ଗୋଟିଏ ଛୋଟ ଝିଅର ପାଠ ପଢିବାର ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି। ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି। ଫକୀରମୋହନଙ୍କ ରଚିତ କ୍ଷୁଦ୍ରଗଳ୍ପଗୁଡିକ ହେଲା..

  • ରେବତୀ (୧୮୯୮)
  • ବାଲେଶ୍ୱର ପଙ୍ଗାଲୁଣ (୧୯୦୭)
  • ବାଲେଶ୍ୱର ରାହାଜାନୀ (୧୯୦୭)
  • ମୌନାମୌନୀ (୧୯୦୭)
  • ପୁନର୍ମୂଷିକଭବ (୧୯୦୯)
  • ଡାକମୁନିସୀ (୧୯୧୨)
  • କାଳିକାପ୍ରସାଦ ଗୋରାପ (୧୯୧୩)
  • କମଳାପ୍ରସାଦ ଗୋରାପ (୧୯୧୩)
  • ଧୂଳିଆ ବାବା (୧୯୧୩)
  • ପେଟେଣ୍ଟ ମେଡିସିନ (୧୯୧୩)
  • ସୁନାବୋହୂ (୧୯୧୩)
  • ବିରେଇ ବିଶାଳ (୧୯୧୩)
  • ରାଣ୍ଡିପୁଅ ଅନନ୍ତା (୧୯୧୩)
  • ବଗଲାବଗୁଲୀ (୧୯୧୪)
  • ସଭ୍ୟ ଜମିଦାର (୧୯୧୪)
  • ଅଜାନାତି କଥା (୧୯୧୫)
  • ମାଧମହାନ୍ତିଙ୍କ କନ୍ୟାସୁନା (୧୯୧୫)
  • ଅଧର୍ମ ବିତ୍ତ (୧୯୧୫)
  • ପାଠୋଈ ବୋହୂ (୧୯୧୫)
  • ଗାରୁଡିମନ୍ତ୍ର (୧୯୧୬)

                କବିତା: ଫକୀରମୋହନଙ୍କ ପ୍ରଥମ କବିତା ସଙ୍କଳନ ‘ଉତ୍କଳ ଭ୍ରମଣ’ ୧୮୯୨ରେ ପ୍ରକାଶ ପାଇଥିଲା। ତାଙ୍କର ଅନ୍ୟାନ୍ୟ ପଦ୍ୟ କୃତିମାନଙ୍କ ମଧ୍ୟରେ ‘ପୁଷ୍ପମାଳା’, ‘ଉପହାର’, ‘ପୂଜା ଫୁଲ’, ‘ପ୍ରାର୍ଥନା’, ‘ଅବସର ବାସରେ’ ଓ ‘ଧୂଳି’ ପ୍ରଧାନ। ନିଜସ୍ୱ କୃତି ବ୍ୟତୀତ ସେ ମଧ୍ୟ ସଂସ୍କୃତ ‘ମହାଭାରତ’ ଓ ‘ରାମାୟଣ’କୁ ଓଡ଼ିଆରେ ଅନୁବାଦ କରିଥିଲେ। ଏ ଦୁଇଟିଯାକ ଆକ୍ଷରିକ ଅନୁବାଦ ନୁହେଁ ବରଂ ଭାବାନୁବାଦ। ତାଙ୍କର ପ୍ରଥମ ସ୍ତ୍ରୀ ରୋଗଶଯ୍ୟାରେ ଥିବାବେଳେ ରାମାୟଣ ଓ ମହାଭାରତକୁ ଓଡ଼ିଆରେ ଶୁଣିବାକୁ ଇଚ୍ଛା କରିବାରୁ ସେ ଏହି ଅନୁବାଦ ଦ୍ୱୟ କରିଥିଲେ। ତେବେ ତାଙ୍କର ଏହି ରଚନା ଦ୍ୱୟ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିଥିବାରୁ ତାଙ୍କର ଏହି ମହତ ପ୍ରଚେଷ୍ଟା ଲାଗି ତାଙ୍କୁ ବ୍ୟାସକବିର ଆଖ୍ୟା ଦିଆଯା‍ଇଛି। ତତ୍କାଳୀନ ବାମଣ୍ଡାର ରାଜାଙ୍କଦ୍ୱାରା ସେ ମଧ୍ୟ ‘ସରସ୍ୱତୀ’ ଉପାଧିରେ ପୁରସ୍କୃତ ହୋ‍ଇଥିଲେ।

Post Views: 146
Share200Tweet125Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In