• About Us
  • Contact Us
Wednesday, March 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୧୮ରୁ ଭିତରକନିକାରେ ପକ୍ଷୀ ଗଣନା

by Voice of Victims
January 16, 2025
in ମୁଖ୍ୟ ଖବର, ରାଜ୍ୟ
୧୮ରୁ ଭିତରକନିକାରେ ପକ୍ଷୀ ଗଣନା

ଭୁବନେଶ୍ବର: ୧୮ରୁ ଭିତରକନିକାରେ ପକ୍ଷୀ ଗଣନା। ରାଜନଗର ବନଖଣ୍ଡର ରାଜନଗର,କନିକା, ଗହୀରମଥା, ମହାକାଳପଡ଼ା ଓ କୁଜଙ୍ଗ ୫ଟି ରେଞ୍ଜରେ ଏହି ପକ୍ଷୀ ଗଣନା ଅନୁଷ୍ଠିତ ହେବ। ଆସନ୍ତାକାଲି ପକ୍ଷୀ ବିଷାରଦ ମାନଙ୍କ ସହିତ ବନ କର୍ମଚାରୀ ମାନଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ ହେବା ପରେ ୧୮ ତାରିଖ ଦିନ ପକ୍ଷୀ ଗଣନା କରାଯିବ । ଗତବର୍ଷ ୧୨୧ ପ୍ରଜାତିର ୧ଲକ୍ଷ ୫୧ ହଜାର ୪୨୧ଟି ପକ୍ଷୀ ଗଣନା କରାଯାଇଥିବା ବେଳେ ଚଳିତବର୍ଷ ପକ୍ଷୀ ସଂଖ୍ୟା ବୃଦ୍ଧି ପାଇବା ନେଇ ବନବିଭାଗ ଆଶା ରଖିଥିବା ରାଜନଗର ବନଖଣ୍ଡ ଅଧକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି । ଅନ୍ୟପଟେ ଜାନୁୟାରୀ ୧୪ରୁ ଭିତରକନିକାରେ କୁମ୍ଭୀର ଗଣନା ପାଇଁ ୨୨ ତାରିଖ ଯାଏ ବନ୍ଦ ରହିଛି । ଏହି ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପର୍ଯ୍ୟଟକ ଆସିବା ଉପରେ ବାରଣ କରାଯାଇଛି । ତେବେ ଚଳିତ ଥର ପ୍ରଥମ ଥର ପାଇଁ ଭିତରକନିକା ବାହାର ନଦୀ ନାଳରେ ମଧ୍ୟ କୁମ୍ଭୀର ଗଣନା କରାଯାଉଛି । ରାଜନଗର ବନଖଣ୍ଡର କନିକା, ରାଜନଗର, ମହାକାଳପଡ଼ା ଓ ଗହୀରମଥା ୪ଟି ରେଞ୍ଜରେ ସକାଳ ଏବଂ ସଂନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା ହେଉଛି ।

Post Views: 58
Share198Tweet124Send
Voice of Victims

Voice of Victims

Recent Posts

  • ତେଲ ଟ୍ୟାଙ୍କର ଜଗିବ ଯୁଦ୍ଧ ଜାହାଜ, ସମୁଦ୍ରରେ ବନ୍ଦ ହେବନି ବ୍ୟାପାର
  • ହୋଲିରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ରାଜଧାନୀରେ ଚାଞ୍ଚଲ୍ୟ, ହୋଲିରେ ସ୍ତ୍ରୀର ଜୀବନ ନେଲା ସ୍ୱାମୀ
  • ହୋଲିର ଶୁଭେଚ୍ଛା ଜଣାଇଲେ ନବୀନ, ଶାନ୍ତିଶୃଙ୍ଖଳାର ସହ ପର୍ବ ପାଳିବାକୁ କରିଛନ୍ତି ଅପିଲ
  • ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ — ମହତପଲ୍ଲାରେ ବାର୍ଷିକ ଉତ୍ସବ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In