• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପହଲଗାମ ଆକ୍ରମଣ ପରେ ବଡ଼ ନିଷ୍ପତ୍ତି, ବନ୍ଦ ହେଲା ୪୮ ରିସୋର୍ଟ ଏବଂ ପର୍ଯ୍ୟଟକ ସ୍ଥଳ

by Voice of Victims
April 29, 2025
in ଦେଶ ବିଦେଶ, ମୁଖ୍ୟ ଖବର
ପହଲଗାମ ଆକ୍ରମଣ ପରେ ବଡ଼ ନିଷ୍ପତ୍ତି, ବନ୍ଦ ହେଲା ୪୮ ରିସୋର୍ଟ ଏବଂ ପର୍ଯ୍ୟଟକ ସ୍ଥଳ

ନୂଆଦିଲ୍ଲୀ: ଜମ୍ମୁକଶ୍ମୀରରେ ପୁଣି ଆତଙ୍କବାଦୀ ଆକ୍ରମଣ ଆଶଙ୍କା । ଗୁଇନ୍ଦା ସଂସ୍ଥାଗୁଡ଼ିକର ଚେତାବନୀ ପରେ ୪୮ଟି ରିସୋର୍ଟ ଓ ପର୍ଯ୍ୟଟନସ୍ଥଳୀ ବନ୍ଦ କରିଦିଆଯାଇଛି । ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ସୁରକ୍ଷା ଦୃଷ୍ଟିରୁ ଜମ୍ମୁକଶ୍ମୀର ସରକାର ଏହି ପଦକ୍ଷେପ ନେଇଛନ୍ତି ।

ପହଲଗାମ ଆକ୍ରମଣ ପରେ ଉପତ୍ୟକାରେ କିଛି ସ୍ଲିପର ସେଲ୍ ସକ୍ରିୟ ହୋଇଛି ଏବଂ ସେମାନଙ୍କୁ ଅପରେସନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୁରକ୍ଷା ବାହିନୀ ଗୁଲମାର୍ଗ, ସୋନମାର୍ଗ ଏବଂ ଡାଲ ଲେକ୍ ଅଞ୍ଚଳ ସମେତ ସମ୍ବେଦନଶୀଳ ପର୍ଯ୍ୟଟନ ସ୍ଥଳଗୁଡ଼ିକରେ ଜମ୍ମୁ ଓ କଶ୍ମୀର ପୋଲିସର ସ୍ୱତନ୍ତ୍ର ଅପରେସନ ଗ୍ରୁପ (ଏସଓଜି) ରୁ ଗଠିତ ଆଣ୍ଟି-ଫିଦାୟୀନ ଦଳ ମୁତୟନ କରିଛନ୍ତି।

କଶ୍ମୀର ମୋଟ ୮୭ଟି ଟୁରିଷ୍ଟ ହବକୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି । ବଡ଼ଗାମ ଓ ଅନନ୍ତନାଗରେ ଏକାଧିକ ପର୍ଯ୍ୟଟନ ସ୍ଥଳୀକୁ ବନ୍ଦ କରିଦିଆଯାଇଛି । ଜମ୍ମୁକଶ୍ମୀରର ସ୍ଥାନୀୟ ବାସିନ୍ଦା ପର୍ଯ୍ୟଟନରୁ ରୋଜଗାର କରିଥାଆନ୍ତି । ତେବେ ଆତଙ୍କବାଦୀ ଆକ୍ରମଣ ପରେ ପର୍ଯ୍ୟଟନ ଶିଳ୍ପ ବିଶେଷ ଭାବେ ପ୍ରଭାବିତ ହୋଇଛି ।

ସୂଚନାଯୋଗ୍ୟ, ୨୨ ଏପ୍ରିଲରେ, ପାକିସ୍ତାନରୁ ଆସିଥିବା ଆତଙ୍କବାଦୀଙ୍କକ ଏକ ଗ୍ରୁପ କାଶ୍ମୀର ପହଲଗାମର ବୈସରଣ ଉପତ୍ୟକାରେ ବୁଲୁଥିବା ପର୍ଯ୍ୟଟକମାନଙ୍କୁ ଧର୍ମ ପଚାରି ହତ୍ୟା କରିଥି ଲେ। ଏଥିରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଆକ୍ରମଣ ପରେ ଜମ୍ମୁ-କଶ୍ମୀରରୁ ବହୁ ସଂଖ୍ୟକ ପର୍ଯ୍ୟଟକ ବୁକିଂ କ୍ୟାନସଲ କରି ଫେରି ଯାଇଥିଲେ । ତେବେ ଘଟଣାକୁ କିଛିଦିନ ବିତିବା ପରେ ପର୍ଯ୍ୟଟକମାନେ ଧୀରେ ଧୀରେ ପହଲଗାମ ସମେତ ଅନ୍ୟାନ୍ୟ ସ୍ଥାନକୁ ଫେରୁଥିଲେ । ପହଲଗାମରେ ମଧ୍ୟ ପୂର୍ବଭଳି ପର୍ଯ୍ୟଟକଙ୍କ ଗହଳିଚହଳି ନାହିଁ । ଏପରିସ୍ଥିତିରେ ସୁରକ୍ଷା ଦୃଷ୍ଟିରୁ ପର୍ଯ୍ୟଟନ ସ୍ଥଳ ଓ ରିସୋର୍ଟ ବନ୍ଦ ନେଇ ଜମ୍ମୁ କଶ୍ମୀର ସରକାରଙ୍କ ନିଷ୍ପତ୍ତି ଦ୍ବାରା ଏବେ ଅନିଶ୍ଚିତତା ସୃଷ୍ଟି ହୋଇଛି ।

Post Views: 78
Share200Tweet125Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In