• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଦିଲ୍ଲୀ AIIMSରୁ ଆସିଲା ବଡ଼ ଖବର; ଆଖି ବୁଜିଲେ ବଳଙ୍ଗା ପୀଡ଼ିତା

by Voice of Victims
August 2, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଦିଲ୍ଲୀ AIIMSରୁ ଆସିଲା ବଡ଼ ଖବର; ଆଖି ବୁଜିଲେ ବଳଙ୍ଗା ପୀଡ଼ିତା

ନୂଆଦିଲ୍ଲୀ: ଶେଷରେ ଆଖିବୁଜିଲେ ପୁରୀ ଜିଲାର ବଳଙ୍ଗା ପୀଡ଼ିତା। ୧୫ ଦିନ ଧରି ଡାକ୍ତରଖାନାରେ ମୃତ୍ୟୁ ସହ ସଂଘର୍ଷ କରି ଶେଷରେ ପ୍ରାଣ ହରାଇଛନ୍ତି। ଶନିବାର ସନ୍ଧ୍ୟା ୬ଟା ୨୨ ମିନିଟରେ ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ପୀଡ଼ିତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକପ୍ରକାଶ କରିଛନ୍ତି।

ଗତ ଜୁଲାଇ ୧୯ ତାରିଖରେ ବଳଙ୍ଗା ଥାନା ଅଞ୍ଚଳର ଏହି ନାବାଳିକାଙ୍କୁ ଘରଠାରୁ କିଛି ଦୂରରେ ନଦୀ ବନ୍ଧରେ ତାଙ୍କ ଶରୀରରେ କିରୋସିନ ଢାଳି ନିଆଁ ଲଗାଇ ଦିଆଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ଵର ଏମସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ରହିବାରୁ ୨୦ ତାରିଖ ଦିନ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ଏୟାରଲିଫ୍ଟ କରାଯାଇଥିଲା। ଶରୀରର ୭୦ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କ ଅବସ୍ଥା ଗୁରୁତର ରହିଥିଲା।

ଚିକିତ୍ସା ଜାରି ରହିବା ସହିତ ତାଙ୍କ ଶରୀରରେ ସ୍କିନ ଗ୍ରାଫ୍ଟିଂ କରାଯାଇଥିଲା। ୩ ଥର ଅପରେସନ କରାଯାଇ ସ୍କିନ ଗ୍ରାଫ୍ଟିଂ କରାଯାଇଥିଲା। ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ବେ ଡାକ୍ତରମାନେ ତାଙ୍କୁ ବଞ୍ଚାଇ ପାରି ନ ଥିଲେ। ବାଲେଶ୍ଵର ଜିଲା ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିଲା। ଏହା ପରେ ବଳଙ୍ଗା ପୀଡ଼ିତାଙ୍କ ସହିତ ଏଭଳି ବର୍ବରତା ନାରୀ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଥିଲା। ଘଟଣାର ୧୫ ଦିନ ବିତିଯାଇଥିଲେ ବି ପୁଲିସ କିମ୍ବା କ୍ରାଇମବ୍ରାଞ୍ଚ ଘଟଣାର କୌଣସି ଅଭିଯୁକ୍ତଙ୍କୁ ଧରିପାରି ନାହିଁ।

Post Views: 458
Share207Tweet130Send
Voice of Victims

Voice of Victims

Recent Posts

  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ
  • ୪ ତାରିଖ ଯାଏଁ ଜାରି ରହିବ ଝଡ ବର୍ଷାର ପ୍ରଭାବ
  • ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୨ ରୁ ୪ ଲେନ୍ କରାଯାଉ, ମୋହନ ମାଝୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି
  • ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ, ୫୦ ବର୍ଷ ପରେ ଜହ୍ନକୁ ଗଲେ ମଣିଷ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In