• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଉଦଳାରେ ‘ବିକାଶ ପଥେ ମୟୂରଭଞ୍ଜ’ କାର୍ଯ୍ୟକ୍ରମ, ଭବିଷ୍ୟତରେ ରାଜ୍ୟର ବିଭିନ୍ନ ସ୍ଥାନରେ ହେବ ଜନଶୁଣାଣି: ମୁଖ୍ୟମନ୍ତ୍ରୀ

by Voice of Victims
March 1, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଉଦଳାରେ ‘ବିକାଶ ପଥେ ମୟୂରଭଞ୍ଜ’ କାର୍ଯ୍ୟକ୍ରମ, ଭବିଷ୍ୟତରେ ରାଜ୍ୟର ବିଭିନ୍ନ ସ୍ଥାନରେ ହେବ ଜନଶୁଣାଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆମ ସରକାର କ୍ଷମତାକୁ ଆସିବାର ପ୍ରାୟ ୯ ମାସ ହୋଇସାରିଛି। ଏହି ସ୍ୱଳ୍ପଦିନରେ ଆମ ସରକାର ପ୍ରକୃତରେ ଲୋକଙ୍କ ସରକାରର ମାନ୍ୟତା ଲାଭକରିଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ନିର୍ବାଚିତ ଲୋକପ୍ରତିନିଧି ସିଧାସଳଖ ଭାବରେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଓ ପ୍ରତିବିଧାନର ପ୍ରୟାସ କରୁଛନ୍ତି। ଆମେ ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ଜନଶୁଣାଣି କରୁଛୁ। ଭବିଷ୍ୟତରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏଭଳି ଶୁଣାଣି କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଳାର ପାଟପୁର ଅଞ୍ଚଳରେ ଆୟୋଜିତ ‘ବିକାଶ ପଥେ ମୟୂରଭଞ୍ଜ’ କାର୍ଯ୍ୟକ୍ରମରେ ଯୋଗଦେବା ସହ କପ୍ତିପଦା ଉପଖଣ୍ଡରେ ସମୁଦାୟ ୩୭୫କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରି ଏହା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ମୟୂରଭଞ୍ଜର କପ୍ତିପଦା ଉପଖଣ୍ଡ ପାଇଁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ପ୍ରାୟ ୧୦୦କୋଟି ଟଙ୍କା ବିନିଯୋଗରେ ୫୨ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ ହୋଇଛି। ୨୭୫ କୋଟି ଟଙ୍କା ବିନିଯୋଗରେ ୧୦୬ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ ହୋଇଛି। ଜିଲ୍ଲା ସହ ରାଜ୍ୟର ବିକାଶରେ ଏଥିଯୋଗୁଁ ଗୋଟିଏ ନୂତନ ଫର୍ଦ୍ଦ ଯୋଡ଼ି ହୋଇଛି। ସମସ୍ତ ପ୍ରକଳ୍ପ କପ୍ତିପଦା ଉପଖଣ୍ଡ ପାଇଁ ନୂତନ ବିକାଶର ଧାରା ସୃଷ୍ଟିକରିବା ସହିତ ବିକଶିତ ଓଡ଼ିଶା ଗଠନ କରିବା ପାଇଁ ଅଗ୍ରଣୀ ଭୂମିକା ଗ୍ରହଣ କରିବ। ଏହିସବୁ ପ୍ରକଳ୍ପ ମଧ୍ୟରେ ଅଙ୍ଗନବାଡ଼ି କେନ୍ଦ୍ର, ଜଳାଶୟ ଉନ୍ନତିକରଣ, ଜନସେବା କେନ୍ଦ୍ର, ଜନ ସ୍ୱାସ୍ଥ୍ୟ କେନ୍ଦ୍ର, ସମବାୟ ସଂସ୍ଥା ଆଦି ଅନେକ ପ୍ରକଳ୍ପ ଜନସାଧାରଣଙ୍କ ନିମନ୍ତେ ଉତ୍ସର୍ଗୀକୃତ ହେବ। ବିଶେଷ ଭାବରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ମନ୍ଦିର ଓ ବାଥୁଡ଼ି ସମ୍ପ୍ରଦାୟ ପାଇଁ ଗୋଟିଏ କମ୍ୟୁନିଟି ସେଣ୍ଟର୍ ଏଥିରେ ଅନ୍ତର୍ଭୁକ୍ତ। ମୁଖ୍ୟମନ୍ତ୍ରୀ କହିଛନ୍ତି, ସମସ୍ତଙ୍କ ପ୍ରୟାସରେ ସମୃଦ୍ଧ ଓଡ଼ିଶା ଗଠନ ହେବ। ବିକଶିତ ଭାରତ ଗଠନ ହେବ। ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ବିକଶିତ ଓଡ଼ିଶାର ସ୍ୱପ୍ନ ସମ୍ଭବ ହୋଇପାରିବ। ଓଡ଼ିଶାର ସାଧାରଣ ଲୋକଙ୍କ ଜୀବନ ଧାରଣର ମାନରେ ଗୁଣାତ୍ମକ ପରିବର୍ତ୍ତନ ଆମ ସମସ୍ତଙ୍କର ଧ୍ୟେୟ ହେବା ଉଚିତ୍‌। ଆଜି ଆମ ରାଜ୍ୟ ଓଡିଶା ଏକ ନୂତନ ବିକାଶ ପଥର ଯାତ୍ରୀ ହୋଇଛି। ଗତ ପ୍ରାୟ ଅଢ଼େଇ ଦଶନ୍ଧି ଧରି ବିକାଶ ନାଁରେ ଏକପ୍ରକାର ଭଣ୍ଡାମି ଚାଲିଥିଲା, କେବଳ ଇଭେଣ୍ଟ ମ୍ୟାନେଜ୍‌ମେଣ୍ଟ କରି ବିକାଶର ଡିଣ୍ଡିମ ପିଟୁଥିଲେ। ଆଜି ଆପଣଙ୍କ ସରକାର ଆପଣଙ୍କ ଉନ୍ନତି ପାଇଁ ଅନେକ ବିକାଶମୂଳକ କାର୍ଯ୍ୟ କରିଛନ୍ତି, ଯେପରିକି ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ମାଧୋ ସିଂ ଛାତ୍ରବୃତ୍ତି ଯୋଜନା, ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା, ନୂତନ ଶିକ୍ଷାନୀତି ପରି ଯୋଜନା। ଚଳିତବର୍ଷ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଜଗନ୍ନାଥ ଦର୍ଶନ ସେବା, ମଡେଲ ମଣ୍ଡି ପରି ନୂତନ ଯୋଜନାର ପରିକଳ୍ପନା କରାଯାଇଛି। ୨୦୩୬ ସୁଦ୍ଧା ଏକ ସମୃଦ୍ଧ ଓଡିଶା ଗଠନ ପାଇଁ ଆମର ଜୋରଦାର୍ ଉଦ୍ୟମ ଆରମ୍ଭ ହୋଇଛି। ଦେଶ ଓ ରାଜ୍ୟର ଏହି ମହାନ୍ ଲକ୍ଷ୍ୟ ପୂରଣରେ ମୟୂରଭଞ୍ଜର ମଧ୍ୟ ବିଶେଷ ଭୂମିକା ରହିବ। ସେହି ସ୍ୱପ୍ନକୁ ବାସ୍ତବତାର ରୂପ ଦେବାପାଇଁ “ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ, ସବ୍‌କା ପ୍ରୟାସ’ ଧାରାରେ ସାଥିହୋଇ ବିଶ୍ୱାସର ସେତୁ ବନ୍ଧ ତିଆରି କରିବା ପାଇଁ ଆହ୍ୱାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହଛନ୍ତି ଯେ, ଉଦଳା ସହିତ ମୋର ସମ୍ପର୍କ ଅତି ନିବିଡ଼ ଓ ନିଆରା। ବିଧାୟକ ହେବା ପୂର୍ବରୁ ଏଇ ମାଟି ସହିତ ମୋର ଅତି ଘନିଷ୍ଠ ସମ୍ପର୍କ ରହିଛି। ଏହି ମାଟିର ଭାଷା, ସଂସ୍କୃତି, ପରମ୍ପରା ସହିତ ମୁଁ ଓତଃପ୍ରୋତ ଭାବେ ଜଡ଼ିତ। ମୟୂରଭଞ୍ଜ ମୋର ଦ୍ୱିତୀୟ ଘର। ଏ ମାଟିର ମୂଳ ଓ ସ୍ଥାୟୀ ଅଧିବାସୀ ଭାବରେ ଗଣ୍ୟ ଆଦିବାସୀ ସମ୍ପ୍ରଦାୟଙ୍କ ଲୋକ କଳା, ଚଳଣି ଓ ପରମ୍ପରା ଅତି ସମୃଦ୍ଧ। ଓଡ଼ିଶାର କଳା ଓ ସଂସ୍କୃତିକୁ ଆଦିବାସୀ ସଂସ୍କୃତି ହିଁ ଉଜ୍ଜ୍ୱଳ କରିଛି। ଓଡ଼ିଶାର କଳାଜଗତକୁ ମୟୂରଭଞ୍ଜ ଜିଲ୍ଲାର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ମୟୂରଭଞ୍ଜର ଛଉନୃତ୍ୟ ବିଶ୍ୱପ୍ରସିଦ୍ଧ। ଅନେକ ଆଦିବାସୀ ନୃତ୍ୟ କଳା ଓ ସଙ୍ଗୀତ ମଧ୍ୟ ଓଡ଼ିଶା ମାଟିକୁ ସମୃଦ୍ଧ କରିଛି ବୋଲି ଶ୍ରୀ ମାଝୀ ପ୍ରକାଶ କରିଛନ୍ତି। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ କହିଥିଲେ, ଆମ ସରକାରଙ୍କ ଉଦ୍ଦେଶ୍ୟ, ବିକାଶ ପ୍ରତ୍ୟେକ ଗାଁକୁ ଯିବ ଏବଂ ପ୍ରତ୍ୟେକ ଗାଁର ପ୍ରତ୍ୟେକ ଗରିବ ଘରେ ବିକାଶର ଜ୍ୟୋତି ଜଳିବ। ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ମମତା ମହାନ୍ତ, ବିଧାୟକ ବାରିପଦା ପ୍ରକାଶ ସୋରେନ, ବିଧାୟକ ବଡ଼ସାହି ସନାତନ ବିଜୁଳି, ବିଧାୟକ ସାରସକଣା ଭାଦବ ହାଁସଦା, ବିଧାୟକ ବଙ୍ଗିରିପୋଷି କୁମାରୀ ସଞ୍ଜଳୀ ମୁର୍ମୁ, ବିଧାୟକ ପାଟଣା ଅଖିଳ ଚନ୍ଦ୍ର ନାୟକ ଏବଂ ବିଧାୟକ ତେଲକୋଇ ଡ. ଫକୀର ମୋହନ ନାଏକ ଉଦ୍‌ବୋଧନ ଦେଇ ମୟୂରଭଞ୍ଜର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଅବଦାନକୁ ଅଶେଷ ପ୍ରଶଂସା କରିଛନ୍ତି। ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀ ଶ୍ରୀ ନାଏକ ଓ ଉପସ୍ଥିତ ସମସ୍ତ ସାଂସଦ, ବିଧାୟକ, ଅଧିକାରୀ ଏବଂ ଜନସାଧାରଣ ମୟୂରଭଞ୍ଜ ମାଟିର ସନ୍ତାନ ତଥା କିମ୍ବଦନ୍ତୀ ଓଡ଼ିଆ ସିନେ ଅଭିନେତା ସ୍ୱର୍ଗତଃ ଉତ୍ତମ ମହାନ୍ତିଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ୧ମିନିଟ୍ ନୀରବ ପ୍ରାର୍ଥନା କରିଥିଲେ ଓ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ମହାନ୍ତିଙ୍କ ବିୟୋଗକୁ ରାଜ୍ୟର କଳା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦଳା ଅଞ୍ଚଳର ହୀରା ସିଂ ଓ ଗଣେଶ୍ୱର ସିଂଙ୍କୁ ସରକାରଙ୍କର ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପକ୍ଷରୁ ୧ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉଦଳା ବିଧାୟକ ଭାସ୍କର ମଢ଼େଇ ସ୍ୱାଗତ ଭାଷଣ ଦେଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟ ଧନ୍ୟବାଦ ଦେଇଥିଲେ।

Post Views: 51
Tags: 'Bikash Pathe Mayurbhanj' program in Udla
Share199Tweet124Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In