• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ବିମ୍ବାଧର ମୁଦୁଲି ସ୍ବାଧୀନତା ସଂଗ୍ରାମୀ ସମିତି ସଭାପତି ନିର୍ବାଚିତ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଅଭ୍ୟର୍ଥନା କମିଟି ଅଧ୍ୟକ୍ଷ

by Voice of Victims
December 29, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବିମ୍ବାଧର ମୁଦୁଲି ସ୍ବାଧୀନତା ସଂଗ୍ରାମୀ ସମିତି ସଭାପତି ନିର୍ବାଚିତ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଅଭ୍ୟର୍ଥନା କମିଟି ଅଧ୍ୟକ୍ଷ

ଭୁବନେଶ୍ବର: ଓଡ଼ିଶା ରାଜ୍ୟ ସ୍ବାଧୀନତା ସଂଗ୍ରାମୀର ସଭାପତି ଭାବରେ କେନ୍ଦ୍ରାପଡା ଜିଲ୍ଲାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲି ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି। ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଦେହାନ୍ତ ପରେ ରାଜ୍ୟ ସଭାପତି ପଦ ଖାଲି ରହିଥିଲା। ଅଖିଳ ଭାରତୀୟ ସ୍ବାଧୀନତା ସଂଗ୍ରାମୀ ସମିତି ପକ୍ଷରୁ ରାଷ୍ଟ୍ରୀୟ ଯୁବ ସାମ୍ମୁଖ୍ୟ ଅଧ୍ୟକ୍ଷ ସାଂସଦ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶ୍ରୀ ମୁଦୁଲିଙ୍କୁ ସଭାପତି ଭାବରେ ନିର୍ବାଚିତ କରାଯାଇଛି। ଶ୍ରୀ ମୁଦୁଲି ବର୍ତ୍ତମାନ କେନ୍ଦ୍ରାପଡା ଜିଲ୍ଲା ସ୍ବାଧୀନତା ସଂଗ୍ରାମୀ ସମିତିର ସଭାପତି ଭାବରେ କାର‌୍ୟ୍ୟ କରୁଛନ୍ତି। ତାଙ୍କୁ ୯୯ ବର୍ଷ ବୟସ। ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସମିତିର ସଭାପତି ଭାବରେ ପୂର୍ବରୁ ବିଶ୍ବମ୍ବର ପରିଡା, ପ୍ରହ୍ଲାଦ ରାୟଲାଠ, ଶ୍ରୀଧର ଦାସ, ପୁରୁଷୋତ୍ତମ ନାୟକ, ଭବାନୀ ଚରଣ ପଟ୍ଟନାୟକ ଓ ନୀଳମଣି ସାମଲ କାର୍ଯ୍ୟ କରିଛନ୍ତି। ବିଦାୟୀ ସଭାପତି ନୀଳମଣି ସାମଲଙ୍କର ଗତ ଜାନୁଆରୀ ମାସ ୨୭ ତାରିଖରେ ପରଲୋକ ଘଟିଥିଲା। ସେବେଠାରୁ ସଭାପତି ପଦବୀ ଖାଲି ପଡିଥ୍ଖଲା୤ ସ୍ବର୍ଗତ ସାମଲ ଯାଜପୁର ଜିଲ୍ଲା ବଡଚଣା ନିର୍ବାଚନ ମଣ୍ଡଳୀର ଥିଲେ। ଆସନ୍ତା ଜାନୁଆରୀ ୨ ତାରିଖରେ ସର୍ବଭାରତୀୟ ସ୍ବାଧୀନତା ସଂଗ୍ରାମୀ ଦିବସ ମହୋତ୍ସବ ଭୁବନେଶ୍ବରରେ ହେବାକୁ ଯାଉଛି। ଏହାର ଅଭ୍ୟର୍ଥନା କମିଟିର ଅଧ୍ୟକ୍ଷ ଭାବରେ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ସର୍ବସମ୍ମତି କ୍ରମେ ଏହି ବୈଠକରେ ମନୋନୀତ କରାଯାଇଛି। ଆସନ୍ତା ୨ ତାରିଖରେ ଦିବସ ବ୍ୟାପୀ ଏହି ମହୋତ୍ସବ ଭୁବନେଶ୍ବର ୟୁନିଟ-୯ ସ୍ଥିତ ଶହୀଦ ସ୍ମାରକୀ ସ୍ବାଧୀନତା ସଂଗ୍ରାମୀ ସଦନଠାରେ ଅନୁଷ୍ଠିତ ହେବ। ବିଭିନ୍ନ ରାଜ୍ୟରୁ ସ୍ବାଧୀନତା ସଂଗ୍ରାମୀ ଏବଂ ଉତ୍ତରଦାୟଦମାନେ ଏଥିରେ ଯୋଗ ଦେବେ।

Post Views: 37
Tags: Bimbadhar Muduli Freedom Fighters Committee elected President
Share197Tweet123Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In