• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବିଭିନ୍ନ ରାଜ୍ୟ ପାଇଁ ବିପର୍ଯ୍ୟୟ ପ୍ରଶମନ ଏବଂ ଦକ୍ଷତା ବିକାଶ ପ୍ରକଳ୍ପ ପାଇଁ ୧୧୧୫.୬୭ କୋଟି ମଞ୍ଜୁର

by Voice of Victims
November 26, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ବିଭିନ୍ନ ରାଜ୍ୟ ପାଇଁ ବିପର୍ଯ୍ୟୟ ପ୍ରଶମନ ଏବଂ ଦକ୍ଷତା ବିକାଶ ପ୍ରକଳ୍ପ ପାଇଁ ୧୧୧୫.୬୭ କୋଟି ମଞ୍ଜୁର

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ବିଭିନ୍ନ ରାଜ୍ୟ ପାଇଁ ବିପର୍ଯ୍ୟୟ ପ୍ରଶମନ ଏବଂ ଦକ୍ଷତା ବିକାଶ ପ୍ରକଳ୍ପ ପାଇଁ ୧୧୧୫.୬୭ କୋଟି ଟଙ୍କା ମଞ୍ଜୁର କରିଛି। ଅର୍ଥମନ୍ତ୍ରୀ, କୃଷି ମନ୍ତ୍ରୀ ଏବଂ ନୀତି ଆୟୋଗର ଉପାଧ୍ୟକ୍ଷଙ୍କୁ ନେଇ ଗଠିତ ଏହି କମିଟି ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏନଡିଏମଏଫ)ରୁ ପାଣ୍ଠି ଯୋଗାଣ ପାଇଁ ୧୫ଟି ରାଜ୍ୟରେ ଭୂସ୍ଖଳନ ବିପଦ ହ୍ରାସ କରିବା ଏବଂ ଜାତୀୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି (ଏନଡିଆରଏଫ)ର ମଧ୍ୟରୁ ପ୍ରସ୍ତୁତି ଏବଂ ଦକ୍ଷତା ବୃଦ୍ଧି ଅଧୀନରେ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କୁ ପ୍ରଶିକ୍ଷଣ ଏବଂ ଦକ୍ଷତା ବୃଦ୍ଧି ପାଇଁ ଅନ୍ୟ ଏକ ପ୍ରସ୍ତାବ ଉପରେ ବିଚାର କରିଥିଲା। ଉଚ୍ଚସ୍ତରୀୟ କମିଟି ମୋଟ ୧୦ କୋଟି ଟଙ୍କା ବ୍ୟୟରେ ୧୫ଟି ରାଜ୍ୟ (ଅରୁଣାଚଳ ପ୍ରଦେଶ, ଆସାମ, ହିମାଚଳ ପ୍ରଦେଶ, ମଣିପୁର, ମେଘାଳୟ, ମିଜୋରାମ, ନାଗାଲାଣ୍ଡ, ସିକିମ, ତ୍ରିପୁରା, ଉତ୍ତରାଖଣ୍ଡ, କର୍ଣ୍ଣାଟକ, କେରଳ, ମହାରାଷ୍ଟ୍ର, ତାମିଲନାଡୁ, ପଶ୍ଚିମବଙ୍ଗ)ରେ ଜାତୀୟ ଭୂସ୍ଖଳନ ବିପଦ ପ୍ରଶମନ ପ୍ରକଳ୍ପକୁ ଅନୁମୋଦନ କରିଛି। ଏହି କମିଟି ଉତ୍ତରାଖଣ୍ଡ ପାଇଁ ୧୩୯ କୋଟି ଟଙ୍କା, ହିମାଚଳ ପ୍ରଦେଶ ପାଇଁ ୧୩୯ କୋଟି ଟଙ୍କା, ୮ଟି ଉତ୍ତର ପୂର୍ବ ରାଜ୍ୟ ପାଇଁ ୩୭୮ କୋଟି ଟଙ୍କା, ମହାରାଷ୍ଟ୍ର ପାଇଁ ୧୦୦ କୋଟି ଟଙ୍କା, କର୍ଣ୍ଣାଟକ ପାଇଁ ୭୨ କୋଟି ଟଙ୍କା, କେରଳ ପାଇଁ ୭୨ କୋଟି ଟଙ୍କା, ତାମିଲନାଡୁ ପାଇଁ ୫୦ କୋଟି ଟଙ୍କା ଏବଂ ପଶ୍ଚିମବଙ୍ଗ ପାଇଁ ୫୦ କୋଟି ଟଙ୍କା ମଞ୍ଜୁର କରିଛି।
ସମସ୍ତ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ମୋଟ ୧୧୫.୬୭ କୋଟି ଟଙ୍କା ବ୍ୟୟ ଅଟକଳରେ ବେସାମରିକ ପ୍ରତିରକ୍ଷା ପ୍ରଶିକ୍ଷଣ ଏବଂ ଦକ୍ଷତା ବିକାଶ ପାଇଁ ଅନ୍ୟ ଏକ ପ୍ରକଳ୍ପକୁ ମଧ୍ୟ ଏଚଏଲସି ଅନୁମୋଦନ କରିଛି। ଏହା ପୂର୍ବରୁ କମିଟି ଏନଡିଏମ୍ଏଫ୍ ରୁ ମୋଟ ୧୫୦ କୋଟି ଟଙ୍କା ବ୍ୟୟ ଅଟକଳରେ ୭ଟି ସହରରେ ସହରାଞ୍ଚଳ ବନ୍ୟା ବିପଦ ପ୍ରଶମନ ପ୍ରକଳ୍ପ ଏବଂ ୪ଟି ରାଜ୍ୟରେ ଜିଏଲ୍ଓଏଫ୍ ବିପଦ ପରିଚାଳନାକୁ ଅନୁମୋଦନ କରିଥିଲା। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିପର୍ଯ୍ୟୟ ପ୍ରଶମନକ୍ଷମ ଭାରତର ସ୍ୱପ୍ନକୁ ସାକାର କରିବା ପାଇଁ ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ମାର୍ଗଦର୍ଶନରେ ଗୃହ ମନ୍ତ୍ରଣାଳୟ ଦେଶରେ ବିପର୍ଯ୍ୟୟର ପ୍ରଭାବଶାଳୀ ପରିଚାଳନା ସୁନିଶ୍ଚିତ କରିବା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛି । ଭାରତରେ ବିପର୍ଯ୍ୟୟ ବିପଦ ହ୍ରାସ ବ୍ୟବସ୍ଥାକୁ ସୁଦୃଢ଼ କରି ବିପର୍ଯ୍ୟୟ ସମୟରେ ବ୍ୟାପକ ଧନଜୀବନ ହାନିକୁ ରୋକିବା ପାଇଁ ଅନେକ ପଦକ୍ଷେପ ନିଆଯାଇଛି।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ମାର୍ଗଦର୍ଶନରେ ଚଳିତ ବର୍ଷ ରାଜ୍ୟଗୁଡ଼ିକୁ ୨୧,୪୭୬ କୋଟି ରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି । ଏଥିରେ ୨୬ଟି ରାଜ୍ୟକୁ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି (ଏସଡିଆରଏଫ)ରୁ ୧୪,୮୭୮.୪୦ କୋଟି ଟଙ୍କା, ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏନଡିଆରଏଫ)ରୁ ୧୫ଟି ରାଜ୍ୟକୁ ୪,୬୩୭.୬୬ କୋଟି ଟଙ୍କା, ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏସଡିଏମଏଫ)ରୁ ୧୧ଟି ରାଜ୍ୟକୁ ୧,୩୮୫.୪୫ କୋଟି ଟଙ୍କା ଏବଂ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏନଡିଏମଏଫ)ରୁ ୦୬ଟି ରାଜ୍ୟକୁ ୫୭୪.୯୩ କୋଟି ଟଙ୍କା ରହିଛି।

Post Views: 44
Share198Tweet124Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In