• About Us
  • Contact Us
Saturday, March 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଅଶ୍ୱିନୀଙ୍କୁ ବିଜେଡିର ସମର୍ଥନ ଘୋଷଣା

by Voice of Victims
February 14, 2024
in ମୁଖ୍ୟ ଖବର, ରାଜ୍ୟ
ଅଶ୍ୱିନୀଙ୍କୁ ବିଜେଡିର ସମର୍ଥନ ଘୋଷଣା

ଭୁବନେଶ୍ୱର: ପୁଣି ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ବିଜେପି ଘୋଷଣା କରିଛି। ଆଜି ବିଜେପି ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ବିଜେପିର ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସମର୍ଥନ କରିବ ବୋଲି ଘୋଷଣା କରିଛି । ରାଜ୍ୟର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଅଶ୍ୱିନୀଙ୍କୁ ସମର୍ଥନ ଘୋଷଣା କରିଛି ବିଜେଡି । ରେଲୱେ ଓ ଟେଲିକମ କ୍ଷେତ୍ରରେ ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ସମର୍ଥନ ଘୋଷଣା କରିଛି ବିଜେଡି । ୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ୱିନୀ। ଏବେ ମଧ୍ୟ ବିଜେଡି ତାଙ୍କୁ ସମର୍ଥନ ଜଣାଇବ ବୋଲି ଘୋଷଣା କରିଛି । ସମର୍ଥନ ନେଇ ବିଜେଡି ପକ୍ଷରୁ ଏକ ପ୍ରେସ ରିଲିଜ ଜାରି କରାଯାଇଛି ।  ରାଜ୍ୟରେ ଖାଲି ହେଉଥିବା ୩ଟି ରାଜ୍ୟସଭା ଆସନ ପାଇଁ ଦୁଇ ଦିନ ତଳେ ବିଜେଡି କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ତେବେ ତୃତୀୟ ପ୍ରାର୍ଥୀ କିଏ ହେବ ତାକୁ ନେଇ ସସପେନ୍ସ ଜାରି ରହିଥିଲା। ଅଶ୍ୱିନୀ ବୈଷ୍ଣବଙ୍କୁ  ରାଜ୍ୟସଭା ପ୍ରାର୍ଥୀ କରାଯିବ ବୋଲି ଚର୍ଚ୍ଚା ହେଉଥିଲା। ଆଜି ସେହି ଚର୍ଚ୍ଚାର ଅନ୍ତ ଘଟିଛି। ଅଶ୍ୱିନୀ ବୈଷ୍ଣବ ପୁଣି ଥରେ ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। 

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • ବାୟୁସେନାର ସୁଖୋଇ-୩୦ ବିମାନ କ୍ରାସ୍, ୨ ପାଇଲଟଙ୍କ ମୃତ୍ୟୁ
  • ବାଟବଣା କଲା ଅନଲାଇନ ମ୍ୟାପ: ପଶିଗଲା ଟ୍ରଲର, ଚୁରମାର ହୋଇଗଲା ଘର
  • ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ଏକ୍ସପ୍ରେସରେ ରେଳଯାତ୍ରୀ ମୃତ, କାରଣ ଅସ୍ପଷ୍ଟ
  • CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ଅମିତ ଶାହ, କହିଲେ ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ନକ୍ସଲ ମୁକ୍ତ ଲକ୍ଷ୍ୟ
  • କଲେଜ ଛାତ୍ରୀଙ୍କୁ ମରଣତ୍ମକ ଆକ୍ରମଣ, ପରୀକ୍ଷା ଦେବାକୁ ଯାଉଥିବା ସମୟରେ ବ୍ଲେଡରେ ଆକ୍ରମଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In