• About Us
  • Contact Us
Tuesday, August 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବିଜେପି ସରକାରକୁ ବିଜେଡିର କାଉଣ୍ଟର ; ଜନଜାଗରଣ କାର୍ଯ୍ୟକ୍ରମରେ ନବୀନ କଲେ କଟାକ୍ଷ

by Voice of Victims
June 10, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ବିଜେପି ସରକାରକୁ ବିଜେଡିର କାଉଣ୍ଟର ; ଜନଜାଗରଣ କାର୍ଯ୍ୟକ୍ରମରେ ନବୀନ କଲେ କଟାକ୍ଷ

ଭୁବନେଶ୍ବର: ସରକାରଙ୍କ ଉପଲବ୍ଧି ବନାମ ବିରୋଧୀ ଦଳର ଜନଜାଗରଣ । ଗୋଟେପଟେ କେନ୍ଦ୍ରରେ ମୋଦୀ ସରକାରର ତୃତୀୟ ପାଳିର ପ୍ରଥମ ବର୍ଷ ଏବଂ ନିଜ ସରକାରର ପ୍ରଥମ ବର୍ଷର ଉପଲବ୍ଧି ବଖାଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅନ୍ୟପଟେ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

ଗତ ୧ ବର୍ଷ ଭିତରେ ଉଭୟ କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାର ଲୋକଙ୍କ ପାଇଁ କ’ଣ କ’ଣ କରିଛନ୍ତି ସେନେଇ ଗୋଟି ଗୋଟି କରି ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ମଙ୍ଗଳବାର କେନ୍ଦ୍ର ସରକାରଙ୍କ ୧୧ ବର୍ଷ ଏବଂ ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ଅବସରରେ ସାମ୍ବାଦିକ ସମ୍ମିଳନୀ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯେଉଁଠି ସେ ନିଜ ସରକାର ସହିତ କେନ୍ଦ୍ରର ମୋଦୀ ସରକାରର ଉପଲବ୍ଧି ବର୍ଣ୍ଣନା କରିଛନ୍ତି ।

ସରକାରଙ୍କ ବର୍ଷ ପୂର୍ତ୍ତିକୁ କାଉଣ୍ଟର କରିବା ପାଇଁ ବିଜେଡି ଆରମ୍ଭ କରିଛି ଜନଜାଗରଣ ଅଭିଯାନ । ଶଙ୍ଖ ଭବନରେ ଏଥିପାଇଁ ସ୍ଵତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ ହୋଇଛି । ଏହି କାର୍ଯ୍ୟକ୍ରମରେ ବିଧାୟକ, ପୂର୍ବତନ ବିଧାୟକ, ସାଂସଦ, ଜିଲ୍ଲା ସଭାପତି ଓ ବରିଷ୍ଠ ନେତୃମଣ୍ଡଳୀ ସାମିଲ ହୋଇଥିଲେ । ନେତାମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେଡିର ସ୍ଲୋଗାନ୍ ‘ କଥା ଦେଇ, ବ୍ୟଥା ଦେଲେ ବିଜେପି ସରକାର’ ।

ଏହି ଅବସରରେ ବିଏସ୍‌କେୱାଇ କାର୍ଡ, ମିସନଶକ୍ତି ମହିଳାଙ୍କ କଥା, ଧାନରେ କଟ୍‌ନି ଛଟନି ଭଳି ବିଭିନ୍ନ ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ ମୋହନ ସରକାରଙ୍କୁ କଟାକ୍ଷ କରି କହିଛନ୍ତି, ଲମ୍ବା ଭାଷଣ ଓ ବଡ଼ ବଡ଼ ବିଜ୍ଞାପନରେ ଆସେ ନାହିଁ ବିକାଶ ।

Post Views: 106
Share199Tweet125Send
Voice of Victims

Voice of Victims

Recent Posts

  • ଭୂକମ୍ପରେ ଥରିଲା କଲମ୍ବିଆ, ୧୩୨ ମୃତ ଓ ୫୦୦ରୁ ଅଧିକ ଆହତ
  • ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ
  • ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଆଜିଠୁ ବଦଳିବ ପାଗ, ବଢ଼ିବ ବର୍ଷା
  • ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ କଡା କାର୍ଯ୍ୟାନୁଷ୍ଠାନ, ଆଉ ଫାଇନ୍ ନୁହେଁ ସିଧା ସିଜ୍‌ ହେବ ଗାଡି
  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In