• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୫ ଜଣଙ୍କୁ ନିର୍ମମ ହତ୍ୟା

by Voice of Victims
October 30, 2024
in ମୁଖ୍ୟ ଖବର, ରାଜ୍ୟ
୫ ଜଣଙ୍କୁ ନିର୍ମମ ହତ୍ୟା

ଭୁବନେଶ୍ବର: ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗୀତାପଡାରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ତିନି ଜଣ ମହିଳାଙ୍କ ସହ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି ଓ ୪ ଜଣ ଆହତ ହୋଇଛନ୍ତି। ପରକିୟା ପ୍ରୀତିକୁ ନେଇ ଗୋଟିଏ ଗୋଷ୍ଠୀ ବିଳମ୍ବିତ ରାତିରେ ୫ ଜଣଙ୍କୁ ମାରଣାସ୍ତ୍ରରେ ଅତି ନିର୍ମମ ଭାବରେ ହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡିଛି।ଆହତମାନଙ୍କୁ ସୁନ୍ଦରଗଡ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ଖବର ଅନୁସାରେ, ଆକ୍ରମଣ କରିଥିବା ଗୋଷ୍ଠୀ ଜଣେ ମହିଳା ଓ ଦୁଇ ଶିଶୁଙ୍କୁ ନେଇ ଫେରାର ଥିବାର ଜଣାପଡିଛି। ଘଟଣାସ୍ଥଳରେ ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ଓ ସୁନ୍ଦରଗଡ଼ ଏସପି ପ୍ରତ୍ୟୁଷ ଦିବାକର ସଦରଥାନା ପୋଲିସ ସାଇଣ୍ଟିଫିକ୍ ଟିମ ସହ ପହଂଚି ଘଟଣାର ତଦନ୍ତ କରିବାସହ ହତ୍ୟାକାରୀଙ୍କୁ ଧରିବା ପାଇଁ ତନାଘନା ଚଳାଇଛନ୍ତି। ଗତକାଲି ରାତି ପ୍ରାୟ ୧୧ଟା ସମୟରେ ପରିବାରର ସମସ୍ତେ ଶୋଇଥିବା ସମୟରେ ହଠାତ୍ କିଛି ଜଣ ଲୋକ ଆସି ମୃତକଙ୍କ ଉପରେ ଭୁଜାଲି,ଖଣ୍ଡା ଦ୍ବାରା ଆକ୍ରମଣ କରିଥିଲେ। ଯାହା ଫଳରେ ତିନି ମହିଳାଙ୍କ ସହିତ ପାଞ୍ଚ ଜଣଙ୍କ ଘଟଣାସ୍ଥଳ ରେ ମୃତ୍ୟୁ ଘଟିଥିବା ବେଳେ ଦୁଇ ଶିଶୁଙ୍କ ସମେତ ଅବିନାଶ ଓ ଅନ୍ୟ ଜଣେ ସ୍ତ୍ରୀ ଆହତ ହୋଇଛନ୍ତି।

Post Views: 42
Share199Tweet125Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In