• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୭ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର: ବଢ଼ିଲା ଘରୋଇ ଡିଲରଙ୍କ କାର୍ଯ୍ୟକାଳ

by Voice of Victims
September 28, 2024
in ମୁଖ୍ୟ ଖବର, ରାଜ୍ୟ
୭ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର: ବଢ଼ିଲା ଘରୋଇ ଡିଲରଙ୍କ କାର୍ଯ୍ୟକାଳ

ଭୁବନେଶ୍ବର: ସାଧାରଣ ବଂଟନ ବ୍ୟବସ୍ଥାରେ ରାଜ୍ୟରେ କାର୍ଯ୍ୟରତ ୫୨୯୧ଜଣ ଘରୋଇ ଡିଲରଙ୍କ କାର୍ଯ୍ୟକାଳ ଆଉ ଦେଢ଼ବର୍ଷ ବୃଦ୍ଧି ପାଇଛି । ସେହିପରି ବିଭିନ୍ନ କୋର୍ଟ ଓ ଟ୍ରିବ୍ୟୁନାଲରେ ସରକାରଙ୍କ ପକ୍ଷରୁ ମାମଲା ଲଢ଼ୁଥିବା ଆଡଭୋକେଟ୍ ଜେନେରାଲଙ୍କ ଫି’କୁ ମଧ୍ୟ ସରକାର ହାରାହାରି ୫ଗୁଣ ବଢ଼ାଇଛନ୍ତି । ଏସବୁ ପ୍ରସ୍ତାବ ସମେତ ମୋଟ ୭ଟି ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଓଡ଼ିଶା ସାଧାରଣ ବଂଟନ ବ୍ୟବସ୍ଥା(ନିୟନ୍ତ୍ରଣ) ଆଦେଶ,୨୦୧୬’ର ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଫଳରେ ଘରୋଇ ଡିଲରଙ୍କ ସ୍ଥାନରେ ଆନୁଷ୍ଠାନିକ ଡିଲରମାନଙ୍କ ନିଯୁକ୍ତି ପ୍ରକ୍ରିୟାକୁ ଆଉ ଦେଢ଼ବର୍ଷ ଅର୍ଥାତ୍ ଆସନ୍ତା ୨୦୨୬ ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇଛି । ଘରୋଇ ଡିଲରମାନଙ୍କ କାର୍ଯ୍ୟକାଳ ଚଳିତବର୍ଷ ସେପ୍ଟେମ୍ବର ୩୦ତାରିଖରେ ଶେଷ ହେଉଛି । ସମସ୍ତ ଘରୋଇ ଡିଲାରଙ୍କୁ ଏକକାଳୀନ ଉଚ୍ଛେଦ କରିବାରେ ପ୍ରଶାସନିକ ଅସୁବିଧା ଓ ସାଧାରଣ ବଂଟନରେ ଅବ୍ୟବସ୍ଥାର ଆଶଙ୍କା ରହିଥିବାରୁ ସେମାନଙ୍କ କାର୍ଯ୍ୟକାଳ ଆସନ୍ତା ୨୦୨୬ ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Post Views: 32
Share198Tweet124Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In