• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଖାଉଟି କଲ୍ୟାଣ ଏବଂ ବୈଧ ମାପ ଓ ଓଜନ ବିଭାଗ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଚଢ଼ାଉ

by Voice of Victims
August 12, 2024
in ମୁଖ୍ୟ ଖବର, ରାଜ୍ୟ
ଖାଉଟି କଲ୍ୟାଣ ଏବଂ ବୈଧ ମାପ ଓ ଓଜନ ବିଭାଗ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଚଢ଼ାଉ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବୈଧ ମାପ ଓ ଓଜନ ବିଭାଗ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଭୁବନେଶ୍ୱରର ଡମଣା, ନୀଳାଦ୍ରୀ ବିହାର ମାଛ ମାର୍କେଟ, ଲେବର କଲୋନୀ, ସୁନ୍ଦରପଦା ଓ ହାଇଟେକ ଛକ ଅଞ୍ଚଳର ବିଭିନ୍ନ ଦୋକାନରେ ଚଢ଼ାଉ କରାଯାଇ ଓଜନ ମାପର ସଠିକତା ଯାଞ୍ଚ କରାଯାଇଛି। ଏହି ଯାଞ୍ଚ ସମୟରେ ଲାଇସେନ୍ସ ନବୀକରଣ କରିନଥିବା ଅଭିଯୋଗରରେ ୯୩୦୯ଟଙ୍କା ଜରିମାନା ଆଦାୟ କରାଯାଇଥିବା ବେଳେ ଚାରୋଟି ଦୋକାନର ଓଜନ ମାପ ଉପକରଣକୁ ଜବତ କରାଯାଇଛି। ଏଥିସହ ଯୋଗାଣ ବିଭାଗ ପକ୍ଷରୁ ସମ୍ପୃକ୍ତ ଅଂଚଳର ବିଭିନ୍ନ ଆଳୁ ଗୋଦାମ ଓ ଦୋକାନରେ ମଧ୍ୟ ଚଢ଼ାଉ କରାଯାଇଛି। ଅଧିକ ଦାମରେ ଆଳୁ ବିକୁଥିବା ଅସାଧୁ ବ୍ୟବସାୟୀଙ୍କୁ ସଚେତନତା କରାଯିବା ସହ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ କୁହାଯାଇଛି। ଗତକାଲି ୟୁନିଟ- ୧ ହାଟରେ ମଧ୍ୟ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ଅବସରରେ ଉଭୟ ବିଭାଗର ରାଜ୍ୟ ଓ ଭୁବନେଶ୍ୱର ମହାନଗର ନିଗମ ଅଂଚଳର ସମ୍ପୃକ୍ତ ଅଧିକାରୀ ମାନେ ସାମିଲ ହୋଇଥିଲେ।

Post Views: 24
Share199Tweet125Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In