• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

୨୭ରୁ ବର୍ଷା ସମ୍ଭାବନା

by Voice of Victims
November 24, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
୨୭ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପୂର୍ବକେନ୍ଦ୍ରୀୟ ଭାରତ ମବହାସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି। ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୨୫ ତାରିଖ ଅର୍ଥାତ ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଭାଗରେ ଅବପାତରେ ପରିଣତ ହେବ। ଏହା ପରବର୍ତ୍ତୀ ୨ ଦିନ ମଧ୍ୟରେ ତାମିଲନାଡୁ-ଶ୍ରୀଲଙ୍କା ଉପକୂଳ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବରେ ଓଡ଼ିଶାରେ ୩ ଦିନ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଏହା ପ୍ରଭାବରେ ୨୫ ଓ ୨୬ ତାରିଖରେ ଓଡ଼ିଶାରେ ପାଗ ମେଘୁଆ ରହିବା ସହ ୨୭ ତାରିଖରୁ ୩ ଦିନ ଧରି ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା କିମ୍ବା ଘଡ଼ିଘଡ଼ି ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଓଡ଼ିଶାରେ ୨୭, ୨୮ ଓ ୨୯ ତାରିଖରେ କିଛି ଜିଲ୍ଲାରେ ବର୍ଷା କିମ୍ବା ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ୨୭ ତାରିଖରେ ୬ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼଼ଘଡ଼ି ହୋଇପାରେ। ଜିଲ୍ଲାଗୁଡ଼ିକ ହେଉଛି ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। ସେହିପରି ୨୮ ତାରିଖରେ ୮ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏହାସହ ୨୯ ତାରିଖରେ ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ଶୀତ ଅନୁଭୂତ ହେଉଛି। ଆଗାମୀ ୨ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରେ ୩ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବ। ସେହପରି କିଛି ଜିଲ୍ଲାରେ କୁହୁଡ଼ି ଦୃଶ୍ୟମାନ ହେବ। ୨ ଦିନ ଯାଏଁ ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡିର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୦ ଡିଗ୍ରୀ ରେକର୍ଡ଼ ହୋଇଛି। ସେହିପରି ପାହାଡିଆ ଅଞ୍ଚଳ ଜି. ଉଦୟଗିରିରେ ସର୍ବନିମ୍ନ ୮.୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ସର୍ବାଧିକ ତାପପାତ୍ରା ୩୧.୨ ଡିଗ୍ରୀ ରେକର୍ଡ ହୋଇଛି। ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୬.୧ ଡିଗ୍ରୀ ରହିଥିବା ବେଳେ ସର୍ବାଧିକ ତାପମାତ୍ରା ୨୯.୫ ଡିଗ୍ରୀ ଓ କଟକରେ ସର୍ବନିମ୍ନ ତାପମାତ୍ରା ୧୬.୦ ଡିଗ୍ରୀ ରହିଥିବା ବେଳେ ସର୍ବାଧିକ ତାପମାତ୍ରା ୨୭.୬ ଡିଗ୍ରୀ ରେକର୍ଡ ହୋଇଛି।

Post Views: 47
Share197Tweet123Send
Voice of Victims

Voice of Victims

Recent Posts

  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା
  • ଏଗ୍ରିଷ୍ଟେକ ଆଇଡି ବାଧ୍ୟତାମୂଳକ ନୁହେଁ, ଯେଉଁ ଚାଷୀ ଆସିପାରିବେନି ସେମାନଙ୍କ ପାଖକୁ ଯିବେ ସରକାର
  • CWG ଚାମ୍ପିଅନ୍ସଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ, ଦେଶକୁ ଦେଲେ ଏଭଳି ବାର୍ତ୍ତା
  • ଭାରତରୁ ରୁଷକୁ ଚାଲିବ ଟ୍ରେନ୍, ସିଧାସଳଖ ନୂଆଦିଲ୍ଲୀରୁ ମସ୍କୋକୁ କରିହେବ ଯାତ୍ରା !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In