• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ,୯୪ ଜଣଙ୍କୁ ପଦକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

by Voice of Victims
August 15, 2024
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ,୯୪ ଜଣଙ୍କୁ ପଦକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ପୋଲିସ୍‌ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୯୪ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ନିମନ୍ତେ ରାଷ୍ଟ୍ରପତି, ରାଜ୍ୟପାଳ ଓ ସାହସିକତା ପଦକ ଏବଂ ଅର୍ଥ ପୁରସ୍କାର ପ୍ରଦାନ କରାଯାଇଛି। ଲୋକସେବା ଭବନ କନଭେନସନ୍‌ ହଲରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ପଦକ ପ୍ରଦାନ କରିଛନ୍ତି। ଏହି ଅବସରରେ ମାନ୍ୟବର ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ଡିଜି-ପୋଲିସ ଶ୍ରୀ ଅରୁଣ କୁମାର ଷଡଙ୍ଗୀ, ଡିଜି-ଅଗ୍ନିଶମ, ହୋମଗାର୍ଡ ଓ ବେସାମରିକ ପ୍ରତିରକ୍ଷା ଡ. ସୁଧାଂଶୁ କୁମାର ଷଡଙ୍ଗୀ, ଅତିରିକ୍ତ ଡିଜି-କାରାଗାର ଓ ସଂସ୍କାର ସେବା ଶ୍ରୀ ଅମିତାଭ ଠାକୁରଙ୍କ ସହ ଗୃହ ବିଭାଗର ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ। ପଦକ ପ୍ରଦାନ ଉତ୍ସବ ସମାପ୍ତ ହେବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପୁରସ୍କୃତ ହୋଇଥିବା ସମସ୍ତ ପୋଲିସ ଅଧିକାରୀ ଓ କର୍ମଚାରୀମାନଙ୍କ ସହ ଫଟୋ ଉଠାଇଥିଲେ।

Post Views: 27
Share198Tweet124Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In