• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପ୍ରଥମ ପର୍ଯ୍ୟାୟରେ ୧୫୦ ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

by Voice of Victims
December 23, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ପ୍ରଥମ ପର୍ଯ୍ୟାୟରେ ୧୫୦ ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସ୍ୱାସ୍ଥ୍ୟ ସେବାରେ ଆଉ ଏକ ନୂତନ ଅଧ୍ୟାୟ ଯୋଡି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିୟମ ଠାରେ ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି।

ସୂଚନାଯୋଗ୍ୟ ଯେ, ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ୪୨୮ଟି ନୂଆ ୧୦୮- ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି। ଏଥିରେ ୪୧୯ ଟି ପୁରୁଣା ଆମ୍ବୁଲାନ୍ସ, ୨ ଟି ଦୁର୍ଘଟଣା ରେ ସମ୍ପୂର୍ଣ ନଷ୍ଟ ହୋଇଯାଇଥିବା ଆମ୍ବୁଲାନ୍ସକୁ ପରିବର୍ତ୍ତନ କରାଯାଇ ନୂଆ ଆମ୍ବୁଲାନ୍ସ ବ୍ୟବହାର କରାଯିବ। ଏହା ବ୍ୟତୀତ ବାଣିଜ୍ୟ ଏବଂ ପରିବହନ ବିଭାଗରେ ବିମାନବନ୍ଦର/ଏୟାରସ୍ଟ୍ରିପ୍‌ରେ ବ୍ୟବହାର ପାଇଁ ୫ ଟି ALS ଆମ୍ବୁଲାନ୍ସ ଏବଂ ଝାରସୁଗୁଡ଼ା କାର୍ଡିଆକ୍ କେୟାର୍ ହସ୍ପିଟାଲ୍ ପାଇଁ ୨ ଟି ALS ଆମ୍ବୁଲାନ୍ସ ବ୍ୟବହାର କରାଯିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ଦୈନିକ ୫ ହଜାର ରୋଗୀଙ୍କୁ ୧୦୮-ଆମ୍ବୁଲାନ୍ସ ଜରିଆରେ ବିଭିନ୍ନ ହସ୍ପିଟାଲକୁ ନିଆଯାଉଛି।

କାର୍ଯ୍ୟକ୍ରମରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ରାଜ୍ୟରେ ଜରୁରୀକାଳୀନ ଆମ୍ୱୁଲାନ୍ସ ସେବାରେ ଅଧିକ ଉନ୍ନତି ଆଣିବା ପାଇଁ ପର୍ଯ୍ୟାୟକ୍ରମେ ପୁରୁଣା ଆମ୍ବୁଲାନ୍ସ ଗୁଡିକୁ ବଦଳାଯାଇ ନୂଆ ଆମ୍ବୁଲାନ୍ସ ଅଣାଯାଉଅଛି। ସ୍ୱାସ୍ଥ୍ୟ ସେବାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଆହୁରି ୧୦୮-EMAS ଆମ୍ବୁଲାନ୍ସ କ୍ରୟ କରାଯାଇଛି। ୪୨୮ଟି ଆମ୍ବୁଲାନ୍ସ ପାଇଁ ରାଜ୍ୟ ସରକାର ୧୧୧ କୋଟି ଖର୍ଚ୍ଚ କରିଛନ୍ତି। ଆଜି ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ନୂତନ ଜରୁରୀକାଳୀନ ଆମ୍ବୁଲାନ୍ସକୁ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରାଯାଉଛି। ଅବଶିଷ୍ଟ ନୂତନ ଆମ୍ବୁଲାନ୍ସ ଗୁଡିକୁ ଖୁବଶୀଘ୍ର ଆମ୍ବୁଲାନ୍ସ ସେବାରେ ନିୟୋଜିତ କରାଯିବ, ତାସହିତ ପୁରୁଣା Emergency Medical Ambulance Service ବା EMAS ଫ୍ଲିଟ୍‌କୁ ପରିବର୍ତ୍ତନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂ, ସ୍ୱାସ୍ଥ୍ୟ ବିଭାଗୀୟ କମିଶନର ତଥା ସଚିବ ଅଶ୍ୱତୀ ଏସ, ଜାତୀୟ ସ୍ୱାସ୍ଥ୍ୟ ମିଶନର ମିଶନ ନିର୍ଦ୍ଦେଶିକା, ଓଡ଼ିଶା ଡଃ. ବୃନ୍ଦା ଡି ଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

Post Views: 26
Share197Tweet123Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In