• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ତିନୋଟି ବିଭାଗରେ ନିଯୁକ୍ତି ପାଇଲେ ୫୯୧ ଜଣ

by Voice of Victims
December 11, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ତିନୋଟି ବିଭାଗରେ ନିଯୁକ୍ତି ପାଇଲେ ୫୯୧ ଜଣ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୫୯୧ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି । ଆଜି ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ତ୍ରୟୋଦଶ ନିଯୁକ୍ତି ମେଳା ୨୦୨୫ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯିଏ ଯେଉଁ ପଦବୀରେ ବି ଅବସ୍ଥାପିତ ଥାଆନ୍ତୁ ନା କାହିଁକି, ସରକାରୀ ଚାକିରୀକୁ ସବୁବେଳେ ଜନସେବା ଭାବେ ମନେ କରିବେ । ସରକାରୀ ଚାକିରି ମିଳିଯିବା ପରେ କେବେହେଲେ କାର୍ଯ୍ୟରେ ଅବହେଳା କରିବେ ନାହିଁ ଓ ଦୁର୍ନୀତି ଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ । ଏହା ସହ ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଆଜି ରାଜ୍ୟର ବିଭିନ୍ନ ଜଳସେଚନ କାର୍ଯ୍ୟର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ସୂଚନା ଯୋଗ୍ୟ ଯେ, ଆଜିର ନିଯୁକ୍ତି ମେଳାରେ ଜଳ ସମ୍ପଦ ବିଭାଗର ୨୩୨ ଜଣ, ପୂର୍ତ୍ତ ବିଭାଗର ୧୯୭ ଜଣ, ଓ ଗୃହ ଓ ନଗର ଉନ୍ନୟନ ବିଭାଗର ୧୪୨ ଜଣ ସହାୟକ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ (Assistant Executive Engineer ), ୫ ଜଣ ଅର୍ଥ ଓ ହିସାବ ଅଧିକାରୀ ଏବଂ ୧୫ ଜଣ ଯୋଜନା ସହାୟକ (Planning Assistant) ଙ୍କୁ ନିଯୁକ୍ତିପତ୍ର ଦିଆଯାଇଛି। ଆଜି ଏହି ନିଯୁକ୍ତି ମେଳା ଜରିଆରେ ଆମେ ପ୍ରଥମ କରି GATE SCORE ଆଧାରରେ, ଓଡ଼ିଶା ଲୋକସେବା ଆୟୋଗ ଦ୍ଵାରା ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ (AEE) ଙ୍କୁ ଚୟନ କରି, ତିନି ଗୋଟି ଇଞ୍ଜିନିୟରିଂ ବିଭାଗରେ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ (AEE) ପଦବୀରେ ନିଯୁକ୍ତି ପ୍ରଦାନ କରାଯାଇଛି । ସମୁଦାୟ ୫୯୧ ଜଣଙ୍କୁ ନିଯୁକ୍ତି ଦିଆଗଲା।

କୃଷି ଶିକ୍ଷା ସଦନ ଠାରେ ଉପସ୍ଥିତ ନବନିଯୁକ୍ତଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ବର୍ଷ ଜୁନ୍ ମାସରୁ ଆଜି ଭିତରେ ଅର୍ଥାତ ୧୮ ମାସ ମଧ୍ୟରେ ୩୭ ହଜାର ୯୧୬ ଜଣଙ୍କୁ ନିଯୁକ୍ତି ଦିଆଗଲା । ଆଗାମୀ ଛ’ ମାସ ମଧ୍ୟରେ ଆଉ ୩୦ ହଜାର ପଦବୀ ପୂରଣ କରିବା ପାଇଁ କାର୍ଯ୍ୟ ଜାରି ରହିଛୁ। ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ ଦେଢ ଲକ୍ଷ ପଦ ପୂରଣ କରିବା ସହ ଦୁଇ ବର୍ଷ ଭିତରେ ୬୫ ହଜାର ସରକାରୀ ପଦବୀ ପୂରଣ କରିବା ପାଇଁ ଆମ ସାରାକର ପ୍ରତିଶୃତି ଦେଇଥିଲେ । ତେଣୁ ଆପଣମାନେ ସମସ୍ତେ ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ସରକାରଙ୍କର ସମସ୍ତ ଜନ କଲ୍ୟାଣକାରୀ କାର୍ଯ୍ୟର ସଫଳ ରୂପାୟନ ପାଇଁ ଦୃଢ ପ୍ରତିବଦ୍ଧ ହୋଇପାରିଲେ ସମାଜ ତଥା ରାଜ୍ୟ ବିକଶିତ ହୋଇପାରିବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିକଶିତ ଗାଁ ଓ ବିକଶିତ ଓଡ଼ିଶା ମାଧ୍ୟମରେ ପ୍ରଚଳିତ ସମସ୍ତ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ଅଟେ ।  ଆପଣମାନେ ସରକାରଙ୍କ ବିଭିନ୍ନ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟକୁ ସଫଳତାର ସହ ନିର୍ବାହ କରି ଜନସାଧାରଣଙ୍କୁ ଉନ୍ନତ ସେବା ଯୋଗାଇଦେବାରେ ନିଜର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସୂଚାରୁରୂପେ ସମ୍ପାଦନ କରିବେ। ପୌର ସଂସ୍ଥା (ULBs) ରେ ସୁସଂଗଠିତ ଯୋଜନା, ସୁଚିନ୍ତିତ ବିକାଶ ଓ ପ୍ରଶାସନିକ କାର୍ଯ୍ୟକଳାପରେ ଯୋଜନା ସହାୟକ ମାନଙ୍କର ଆବଶ୍ୟକତା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । ଏଥିସହିତ ପୌର ସଂସ୍ଥା ଗୁଡିକରେ ଅର୍ଥ ଓ ହିସାବ ଅଧିକାରୀ ପୌର ସଂସ୍ଥାରେ ଆର୍ଥିକ ବ୍ୟବସ୍ଥା ସୁପରିଚାଳନା କରିବାର ଦାୟିତ୍ୱ ନିର୍ବାହ କରିବେ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ଆଗାମୀ ଦିନରେ ଓଡ଼ିଶାରେ ଭିତ୍ତିଭୂମି ନିର୍ମାଣରେ ଏକ ପ୍ରକାର ଆନ୍ଦୋଳନ ହେବାକୁ ଯାଉଛି, କାରଣ ଓଡ଼ିଶାରେ ଆଶାତୀତ ଭାବେ ପୁଞ୍ଜି ବିନିଯୋଗ ପାଇଁ ବଜେଟରେ ପ୍ରାବଧାନ କରାଯାଇଛି । ଉଦାହରଣ ସ୍ୱରୂପ, ଚଳିତ ବଜେଟରେ ୬୫ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ଵ କେବଳ ପୁଞ୍ଜିଖର୍ଚ୍ଚ ପାଇଁ ପ୍ରାବଧାନ କରାଯାଇଛି । ଦୁଇ ଦିନ ତଳେ ଯଦି ଅତିରିକ୍ତ ବଜେଟର ପ୍ରାବଧାନକୁ ଏଥିରେ ଯୋଡା ଯିବ, ତେବେ ଏହି ଖର୍ଚ୍ଚ ପ୍ରାୟ ୬୮ ହଜାର କୋଟି ଟଙ୍କାରୁ ବି ଉର୍ଦ୍ଧ୍ଵ ହେବ । ପୁଞ୍ଜି ବିନିଯୋଗ କ୍ଷେତ୍ରରେ ରାଜ୍ୟ ଜିଡିପି ଅନୁପାତରେ ଓଡ଼ିଶା ଦେଶର ସବୁଠାରୁ ଅଧିକ ଖର୍ଚ୍ଚ କରୁଥିବା ରାଜ୍ୟ । ଏହା ୬.୧ ପ୍ରତିଶତରୁ ଅଧିକ ଏବଂ ସାମଗ୍ରିକ ବଜେଟର ପ୍ରାୟ ୨୨ ପ୍ରତିଶତ । ଏଣୁ ଏତେ ପରିମାଣରେ ପ୍ରାବଧାନ ହୋଇଥିବା ବ୍ୟୟକୁ ଖର୍ଚ୍ଚ କରିବା ପାଇଁ ଆପଣଙ୍କ ପରି ଇଞ୍ଜିନିୟର ଆବଶ୍ୟକ ।ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଭିତ୍ତିଭୂମି ନିର୍ମାଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବିଶେଷକରି ଜଳସେଚନ ଭିତ୍ତିଭୂମିକୁ ସୁଦୃଢ଼ କରି କୃଷକ ମାନଙ୍କର ଉତ୍ପାଦନ ଓ ଉତ୍ପାଦକତା ବୃଦ୍ଧି କରିବା ଆମର ଲକ୍ଷ୍ୟ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ମଧ୍ୟ ଲୋକାର୍ପିତ କରିଥିଲେ । ଏହି ଯୋଜନା ପାଇଁ ୨୭୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ଏବଂ ଏହାଦ୍ୱାରା ଆଗାମୀ ୫ ବର୍ଷରେ ୩ ହଜାର ନୂଆ ଚେକ୍‌ ଡ୍ୟାମ୍ ନିର୍ମାଣ ହେବା ସହିତ ୨ ହଜାର ପୁରୁଣା ଚେକ୍‌ ଡ୍ୟାମ୍‌ର ପୁନଃରୁଦ୍ଧାର କରାଯିବ । ଏହାଦ୍ୱାରା ରାଜ୍ୟରେ ପ୍ରାୟ ୪୮ ହଜାର ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିପାରିବ ।

ମୁଖ୍ୟମନ୍ତ୍ରୀ ଆଡିବନ୍ଧ ଯୋଜନାରେ ଆଜି ରାଜ୍ୟର ୨୨ ଟି ଜିଲ୍ଲାରେ ୧୦୧ ଟି ଚେକ୍‌ଡ୍ୟାମ୍ ଲୋକାର୍ପିତ କରାଗଲା। ଏଥିପାଇଁ ୭୦ କୋଟି ୨୭ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି । ଏହାଦ୍ୱାରା ୨୪୧୬ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିବ । ମୁଖ୍ୟମନ୍ତ୍ରୀ ଆଡିବନ୍ଧ ଯୋଜନା ୩.୦ ରେ ଆଜି ପ୍ରଥମ ପର୍ଯ୍ୟାୟରେ ୧୫ଟି ଜିଲ୍ଲାରେ ୨୦୧ ଟି ଚେକ୍‌ଡ୍ୟାମ୍ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖାଯାଇଛି । ପ୍ରାୟ ୧୬୦ କୋଟି ଟଙ୍କା ବିନିଯୋଗରେ ଏହା ନିର୍ମାଣ କରାଯିବ ଏବଂ ଏହାଦ୍ୱାରା ୫୩୪୨ ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିବ ।

ଆଡ଼ିବନ୍ଧ ଯୋଜନା ସହିତ ଆଉ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି । ୧୨୫ କୋଟି ଟଙ୍କା ବିନିଯୋଗରେ ମୟୁରଭଞ୍ଜ ଓ ଗଜପତି ଜିଲ୍ଲାରେ ଦୁଇଟି ବୃହତ୍‌ ଉଠା ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ କରାଯାଇଛି । ଏହାଦ୍ୱାରା ୪ ହଜାର ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିବା ସହିତ ପ୍ରାୟ ୧୦ ହଜାର ଚାଷୀ ଉପକୃତ ହେବେ । ଏହା ସହିତ ଆନନ୍ଦପୁର ବ୍ୟାରେଜର ଶାଳନ୍ଦୀ ବାମପାର୍ଶ୍ୱ କେନାଲର ପ୍ରାୟ ୧୪ କିଲୋମିଟର ଅଞ୍ଚଳରୁ ବାଲେଶ୍ୱର ଜିଲ୍ଲାର ପ୍ରାୟ ୧୦ ହଜାର ହେକ୍ଟର ଚାଷ ଜମିକୁ ଭୂ-ତଳ ଜଳସେଚନ ବ୍ୟବସ୍ଥାର ଲୋକାର୍ପଣ କରାଯାଇଛି । ଅନୁଗୋଳ ଜିଲ୍ଲାର ଅଙ୍ଗପଡ଼ା ଠାରେ ୩୩ କୋଟି ଟଙ୍କା ବିନିଯୋଗରେ ଏକ ନୂତନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ପ୍ରାୟ ୩୫୫ କୋଟି ଟଙ୍କା ବିନିଯୋଗରେ ସମ୍ୱଲପୁର ଜିଲ୍ଲାରେ ୬ ଟି ବୃହତ୍ ଉଠା ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ପ୍ରାୟ ୧,୫୧୫ କୋଟି ଟଙ୍କା ବିନିଯୋଗରେ ରାଜ୍ୟର ୨୦ ଟି ଜିଲ୍ଲାରେ ୨୮,୩୦୨ ଟି ଉଠା ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।

ଆଜି ଉଦ୍‌ଘାଟିତ ହୋଇଥିବା ଜଳସେଚିତ ପ୍ରକଳ୍ପ ଗୁଡ଼ିକ ଦ୍ୱାରା ୧୬,୨୫୨ ହେକ୍ଟର ଚାଷଜମିରେ ଜଳସେଚନର ସୁବିଧା ସହିତ ୬୪ ହଜାର ଚାଷୀ ଭାଇ ଉପକୃତ ହେବେ । ସେହିପରି ଭିତ୍ତିପ୍ରସ୍ତର ରଖାଯାଇଥିବା ପ୍ରକଳ୍ପ ଦ୍ୱାରା ୧,୫୫,୩୬୦ ହେକ୍ଟର ଜମିରେ ଜଳସେଚନ ସୁବିଧାର ବିକାଶ ହେବ ଏବଂ ପ୍ରାୟ ୬୩ ହଜାର କୃଷକ ଉପକୃତ ହେବେ। ସମୁଦାୟ ପ୍ରାୟ ୧ ଲକ୍ଷ ୨୭ ହଜାର କୃଷକ ଉପକୃତ ହେବେ। କାର୍ଯ୍ୟକ୍ରମରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର କହିଥିଲେ ଯେ, ଉନ୍ନତି ପାଇଁ ନିଯୁକ୍ତି ଆବଶ୍ୟକ ଏବଂ ଏହି କଥାକୁ ମୁଖ୍ୟମନ୍ତ୍ରୀ ହୃଦୟଙ୍ଗମ କରି ତ୍ୱରିତ ଗତିରେ ଆଜି ଅନେକ ଖାଲି ପଦବୀ ପୂରଣ କରୁଛନ୍ତି। ସତ୍ୟନିଷ୍ଠା, ପେଶାଦାରୀତା ଓ ନିଷ୍ଠାର ସହ ଆଜିଠାରୁ ଭବିଷ୍ୟତ ପାଇଁ ମାନସିକତା ନେଇ କାର୍ଯ୍ୟ କରିବାକୁ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ନବ ନିଯୁକ୍ତ ମାନଙ୍କୁ କହିଥିଲେ । କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସ୍ୱାଗତଭାଷଣ ଦେଇଥିବା ବେଳେ, ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଧନ୍ୟବାଦ ଦେଇଥିଲେ ।

Post Views: 54
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In