• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଲଖନପୁର ନୌକା ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ: ମୃତକଙ୍କ ପରିଜନଙ୍କୁ ଅନୁକମ୍ପାମୂଳକ ସହାୟତା ଘୋଷଣା

by Voice of Victims
April 19, 2024
in ମୁଖ୍ୟ ଖବର, ରାଜ୍ୟ
ଲଖନପୁର ନୌକା ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ: ମୃତକଙ୍କ ପରିଜନଙ୍କୁ ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ବର: ଝାରସୁଗୁଡା ଜିଲ୍ଲା ଲଖନପୁରର ଶରଧାରେ ମହାନଦୀରେ ଏକ ନୌକା ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତି ଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଘଟଣା ସ୍ଥଳରେ  ଆରଡିସି ଝାରସୁଗୁଡା ଜିଲ୍ଲାପାଳ ଓ ଏସପି ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି। ଉଦ୍ଧାର କାର୍ଯ୍ୟରେ ସମନ୍ୱୟ ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ ଏସଆରସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିଖୋଜ ମାନଙ୍କୁ ଉଦ୍ଧାର କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ ଜଣ ସ୍କ୍ୟୁବା ଓ ୨ ଟି ସର୍ଚ୍ଚ କ୍ୟାମେରା ବିମାନ ଯୋଗେ ଝାରସୁଗୁଡା ପଠାଯାଉଛି। ସୂଚନାଯୋଗ୍ୟ ଯେ, ନୌକାରେ ଥିବା ସମସ୍ତ ଯାତ୍ରୀ ଛତିଶଗଡ ଖରସେନି ଅଂଚଳର ଏବଂ ବୁଲିବା ପାଇଁ ଅମ୍ବାଭୋନା ବ୍ଲକର ପଥର ସେନିକୁ ଯାଉଥିଲେ।

Post Views: 75
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In