• About Us
  • Contact Us
Thursday, May 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓଡ଼ିଶା ସିଭିଲ ସର୍ଭିସ୍ ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by Voice of Victims
May 28, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଓଡ଼ିଶା ସିଭିଲ ସର୍ଭିସ୍ ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ସିଭିଲ ସର୍ଭିସ୍ (OCS) ପରୀକ୍ଷା-୨୦୨୪ରେ ପ୍ରଥମ ସ୍ଥାନ ଅଧିକାର କରିଥିବା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ତୋଳଙ୍କପଡ଼ା ଗାଁର ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଉଲ୍ଲେଖନୀୟ ସଫଳତା ପାଇଁ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜନସେବା ହେଉଛି ପ୍ରଶାସନର ମୂଳ ଲକ୍ଷ୍ୟ । ଲୋକଙ୍କ ମଙ୍ଗଳ, ସୁଶାସନ ଏବଂ ଶେଷ ମାଇଲ ପର୍ଯ୍ୟନ୍ତ ସରକାରୀ ସେବା ପହଞ୍ଚାଇବାକୁ ଅଧିକ ଗୁରୁତ୍ୱ ଦେବା ସହିତ ସମାଜର ଶିଶୁ, ମହିଳା ଏବଂ ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ସମର୍ପିତ ହୋଇ କାମ କରିବାକୁ ପରାମର୍ଶ ଦେଇଥିଲେ । ଜଣେ ଭଲ ପ୍ରଶାସକ ସହ ଜଣେ ଭଲ ମଣିଷ ଭାବେ ନିଜକୁ ଗଢ଼ି ତୋଳିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ ।

ବୁବୁନ ସାହୁ ଗତ ବର୍ଷ ଓଡିଶା ପୋଲିସ୍ ସେବାରେ ଚୟନ ହୋଇଥିଲେ ଓ ବର୍ତ୍ତମାନ ଓଡ଼ିଶା ପୋଲିସରେ ଡିଏସପି ଭାବେ ୨୦୨୬ ମାର୍ଚ୍ଚ ମାସରୁ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀ (BPSPA)ରେ ପ୍ରଶିକ୍ଷଣ ନେଉଛନ୍ତି । ଶ୍ରୀ ସାହୁଙ୍କ ପିତା ଶ୍ରୀ ଭଗବାନ ସାହୁ ଜଣେ କୃଷକ ଏବଂ ମାତା କୁଞ୍ଜଲତା ସାହୁ ଗୃହିଣୀ । ପୁଅର ଏହି ଅନନ୍ୟ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଉଭୟଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଥିଲେ ।

Post Views: 10
Share196Tweet123Send
Voice of Victims

Voice of Victims

Recent Posts

  • ଓଡ଼ିଶା ସିଭିଲ ସର୍ଭିସ୍ ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
  • ତ୍ବିଶା ଶର୍ମା ମୃତ୍ୟୁ ମାମଲା, ଜାମିନ ଆବେଦନ ଖାରଜ ପରେ ଶାଶୁ ଗିରିବାଳାଙ୍କୁ ଗିରଫ କଲା ସିବିଆଇ
  • ସଚିନ ତେନ୍ଦୁଲକରଙ୍କ ପ୍ରଶଂସା ଶୁଣି ଆଶ୍ଚର୍ଯ୍ୟ ହେଲେ ବୈଭବ ସୂର୍ଯ୍ୟବଂଶୀ: କହିଲେ…
  • ଇସ୍ତଫା ଘୋଷଣା କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା
  • ନମ୍ବର ୧ ହେଲେ ବୈଭବ ସୂର୍ଯ୍ୟବଂଶୀ: ଅରେଞ୍ଜ କ୍ୟାପ୍ ପାଇଁ ବିରାଟ କୋହଲିଙ୍କ ସମ୍ଭାବନା କେତେ?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In