ଭୁବନେଶ୍ୱର : ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଭୁବନେଶ୍ୱର ୟୁନିଟ ୨ ସ୍ଥିତ କ୍ୟାପିଟାଲ ନର୍ସରୀ ନିକଟରେ ଚାଲିଛି ଅଭିଯୋଗ ଶୁଣାଣି । ୧ହଜାର ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି ।

ଅଭିଯୋଗପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ । ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି ।
ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ୱାସନା ମଧ୍ୟ ଦେଉଛନ୍ତି । ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି ।
