• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସମ୍ବଲପୁର ଓ ବ୍ରହ୍ମପୁରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

by Voice of Victims
March 9, 2024
in ମୁଖ୍ୟ ଖବର, ରାଜ୍ୟ
ସମ୍ବଲପୁର ଓ ବ୍ରହ୍ମପୁରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍‌’ ସେବାର ଶୁଭାରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ ଉଭୟ ସହରରେ ଆଜି ୧୫ଟି ଲେଖାଏଁ ବସ୍ ଚଳାଚଳ ପାଇଁ ସୁବିଧା କରାଯାଇଛି। ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ। ସେହିଭଳି ବ୍ରହ୍ମପୁର ସହରରେ ଏମ୍‌.କେ.ସି.ଜି ମେଡିକାଲ କଲେଜ- ଇଂଜିନିୟରିଂ ସ୍କୁଲ-ରେଲୱେ ଷ୍ଟେସନ-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ। ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉତ୍ତମ ଯୋଗାଯୋଗ ସମୃଦ୍ଧ ଭବିଷ୍ୟତର ଆଧାର। 5T ଉପକ୍ରମରେ ସାରା ରାଜ୍ୟରେ ଗାଁରୁ ସହର ସବୁଆଡେ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆସିଛି। ମୋ ବସ୍‌ ଠାରୁ ଆରମ୍ଭ କରି ଲକ୍ଷ୍ମୀ ଯୋଜନା ଓ ମେଟ୍ରୋ ରେଳ ଯୋଜନା ନୂଆ ଓଡିଶା ଦିଗରେ ଆମର ଉଦ୍ୟମକୁ ଶକ୍ତିଶାଳୀ କରୁଛି। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଆଜି ଆପଣଙ୍କ ସହରରେ ମୋ ବସ୍‌ ସେବା ଆରମ୍ଭ ହେଲା । ଏହାଦ୍ୱାରା ଆପଣମାନେ ସହର ଭିତରେ ଏବଂ ଆଖପାଖ ଅଞ୍ଚଳକୁ ସୁବିଧାରେ ଏବଂ କମ୍ ଖର୍ଚ୍ଚରେ ଯିବାଆସିବା କରି ପାରିବେ। ମୋ ବସ୍‌ ପାଇଁ ଉଭୟ କ୍ୟାସ୍ ଓ ଡିଜିଟାଲ ମୋଡ୍‌ରେ ପେମେଣ୍ଟ ବ୍ୟବସ୍ଥା କରାଯାଇଛି। ସେଥିପାଇଁ ‘ମୋ ବସ୍‌ କାର୍ଡ ଟ୍ୟାପ ଆଣ୍ଡ ପେ’ ସୁବିଧା କରାଯାଇଛି ବୋଲି ସେ କହିଥିଲେ।ଏଥିରେ ଯାତ୍ରୀମାନଙ୍କର ସୁରକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦିଆଯାଇଛି ବୋଲି ମଧ୍ୟ ସେ କହିଥିଲେ। ସମ୍ବଲପୁର ମୋ ବସ୍‌ ଗୁଡିକରେ ୯୦ ପ୍ରତିଶତ କଣ୍ଡକ୍ଟର ଭାବେ ମା’ମାନଙ୍କୁ ନିଯୁକ୍ତି ଦିଆଯାଇଛି ଏବଂ କମ୍‌ ଖର୍ଚ୍ଚରେ ନିରାପଦ ଯାତ୍ରା ଯୋଗାଇଦେବା ମୋ ବସ ସେବାର ଲକ୍ଷ୍ୟ ବୋଲି ସେ କହିଥିଲେ। ଆଗକୁ ରାଜ୍ୟର ସବୁ ସହରରେ ମୋ ବସ୍‌ ସେବା ସୁବିଧା ମିଳିବ ବୋଲି ସେ ଘୋଷଣା କରିଥିଲେ। କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ସମ୍ବଲପୁରରେ ବିଧାୟକ ଶ୍ରୀ ରୋହିତ ପୂଜାରୀ ଯୋଗ ଦେଇ କହିଲେ ଯେ ଗ୍ରାମାଞ୍ଚଳରେ ଲକ୍ଷ୍ମୀ ବସ୍‌ ଭଳି ଏହି ମୋ ବସ୍‌ ସେବା ନିଶ୍ଚିତ ଭାବେ ସହରାଞ୍ଚଳ ଗମନାଗମନ ବ୍ୟବସ୍ଥାରେ ସୁବିଧା ଆଣିବ। ଆଜି ବିକାଶର ଧାରା ସମ୍ବଲପୁର ଜିଲ୍ଲାରେ ଜାରି ରହିଛି। ଏଥିପାଇଁ ଜିଲ୍ଲାବାସୀ ବହୁତ ଖୁସି। ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଜିଲ୍ଲାବାସୀଙ୍କ ତରଫରୁ ସେ ଧନ୍ୟବାଦ ଜଣାଇଥିଲେ। ସେହିଭଳି ବ୍ରହ୍ମପୁରରେ ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା ଯୋଗଦେଇ କହିଲେ ଯେ ବ୍ରହ୍ମପୁର ସହରରେ ପିଇବା ପାଣି ଠାରୁ ଆରମ୍ଭ କରି ଗମନାଗମନ ପାଇଁ ମୋ ବସ୍‌ ପର୍ଯ୍ୟନ୍ତ ସମସ୍ତ ସୁବିଧା ମୁଖ୍ୟମନ୍ତ୍ରୀ ସହରବାସୀଙ୍କୁ ଯୋଗାଇ ଦେଇଛନ୍ତି। ସମାଜର ସମସ୍ତ ବର୍ଗର ଲୋକଙ୍କ କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ରହିଛି। ଏହି ଦୂରଦୃଷ୍ଟି ସମ୍ପନ୍ନ ଚିନ୍ତାଧାରା ଯୋଗୁ ମୁଖ୍ୟମନ୍ତ୍ରୀ ଆଜି ବିଶ୍ୱ ଦରବାରରେ ଓଡିଶାକୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଛନ୍ତି। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଜି ମାଥି ଭାଥାନନ୍ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ସମ୍ବଲପୁରଠାରେ ଉପସ୍ଥିତ CRUTର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଅରୁଣ ବୋଥ୍ରା ସ୍ୱାଗତ ଭାଷଣ ଦେଇଥିଲେ।

Post Views: 91
Share198Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In