• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏଣିକି ମିଳିବ ୧୦ ଲକ୍ଷ ଟଙ୍କାର ଜୀବନବୀମା

by Voice of Victims
July 26, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏଣିକି ମିଳିବ ୧୦ ଲକ୍ଷ ଟଙ୍କାର ଜୀବନବୀମା

ଭୁବନେଶ୍ୱର: ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏଣିକି ୧୦ ଲକ୍ଷ ଟଙ୍କାର ଜୀବନବୀମା ପାଇବେ ସଫେଇ କର୍ମଚାରୀ । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତ୍ୟେକ ସଫେଇ କର୍ମଚାରୀଙ୍କୁ ୧୦ ଲକ୍ଷ ଟଙ୍କାର ଜୀବନବୀମା ଦେବେ ସରକାର । ଏନେଇ ଲୋକସେବା ଭବନରେ ଗରିମା କାର୍ଯ୍ୟକ୍ରମରେ ଘୋଷଣା କଲେ CM ।

ଭୁବନେଶ୍ୱର ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରରେ ସଫେଇ କର୍ମଚାରୀ ମାନଙ୍କ ପାଇଁ ଆୟୋଜିତ ଜାତୀୟ କର୍ମଶାଳାରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ। ୭ଟି ରାଜ୍ୟ ଏବଂ ଓଡିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ସରକାରୀ ଅଧିକାରୀ ଓ ସଫେଇ କର୍ମଚାରୀମାନଙ୍କୁ ଉଦ୍ବୋଧନ ଦେଇଥିଲେ। ଗରିମା ଯୋଜନା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଯୋଜନାରେ ପରିମଳ କର୍ମୀଙ୍କୁ ଚିହ୍ନଟକରଣ ଓ ପରିଚୟ ପ୍ରଦାନ, ସୁରକ୍ଷା ଉପକରଣ ପ୍ରଦାନ, ଦକ୍ଷତା ବିକାଶ, ଆପତକାଳୀନ ପରିମଳ ସେବା ୟୁନିଟ ସ୍ଥାପନ, ସାମାଜିକ ସୁରକ୍ଷା ଏବଂ ଅନ୍ୟାନ୍ୟ ସୁବିଧା ପ୍ରଦାନ କରାଯାଉଛି। ରାଜ୍ୟର ୧୧୫ଟି ସହରର ୧୦ ହଜାର ରୁ ଅଧିକ ପରିମଳ କର୍ମଚାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ କୁଶଳୀ ଓ ଅତିକୁଶଳୀ କର୍ମଚାରୀ ଭାବେ ସ୍ୱୀକୃତି ପ୍ରଦାନ କରାଯାଇଛି।

କେବଳ ସେତିକି ନୁହେଁ ସବୁ ସୁରକ୍ଷା ସତ୍ତ୍ୱେ ଯଦି କର୍ମକ୍ଷେତ୍ରରେ ସଫେଇ କର୍ମଚାରୀଙ୍କ ମୃତ୍ୟୁ ହୁଏ ତାହା ହେଲେ ପରିବାରକୁ ମିଳିବ ୩୦ ଲକ୍ଷ ସହାୟତା ରାଶି । ଏହାସହ ସମସ୍ତ ସଫେଇ କର୍ମଚାରୀଙ୍କୁ ମୋବାଇଲ ଫୋନ୍ ଦେବେ ସରକାର। ତା’ ସହିତ ସହରୀ ପିଏମ୍ ଆବାସ ଯୋଜନାରେ କର୍ମୀଙ୍କୁ ଛାତ ଘର ମିଳିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Post Views: 35
Share199Tweet124Send
Voice of Victims

Voice of Victims

Recent Posts

  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ
  • ପତଞ୍ଜଳି ଯୋଗ କେନ୍ଦ୍ରରେ ଉତ୍କଳ ଦିବସ ପାଳନ
  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In