• About Us
  • Contact Us
Saturday, February 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଧାନସଭାରେ ନୂତନ ବାଚସ୍ପତି ସୁରମା ପାଢୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

by Voice of Victims
June 20, 2024
in ମୁଖ୍ୟ ଖବର, ରାଜ୍ୟ
ବିଧାନସଭାରେ ନୂତନ ବାଚସ୍ପତି ସୁରମା ପାଢୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ଵର: ଆଜି ଓଡିଶା ବିଧାନସଭାର ନୂତନ ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢି ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଛନ୍ତି। ସର୍ବସମ୍ମତିକ୍ରମେ ନିର୍ବାଚିତ ହେବା ପରେ ସୁରମାଙ୍କୁ ଆଜି ଦାୟିତ୍ଵ ଗ୍ରହଣ କରିଛନ୍ତି। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ଵାଇଁ ସୁରମାଙ୍କୁ ଦାୟିତ୍ଵ ପ୍ରଦାନ କରିଛନ୍ତି। ତେବେ ବାଚସ୍ପତି ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ନୂଆ ବାଚସ୍ପତି ସୁରମାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,

ମାନ୍ୟବର ବାଚସ୍ପତି ମହୋଦୟା,

ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ ମୁଁ ଆପଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ଆପଣ ଆଜି ଏହି ଦାୟିତ୍ଵ ଗ୍ରହଣ କରିବା ପରେ ମୁଁ ନିଶ୍ଚିତ ଭାବରେ ଆଶା କରୁଛି ଯେ, ଆପଣ ଏ ପବିତ୍ର ଗୃହର ଗର୍ବ, ଗରିମା ଓ ପଦମର୍ଯ୍ୟାଦା ରକ୍ଷାକରିବା ସହିତ ନିରପେକ୍ଷତା ଅବଲମ୍ବନ କରି ଏ ଗୃହକୁ ସଠିକ୍ ଭାବରେ ପରିଚାଳନା କରିପାରିବେ। ଆମ୍ଭେମାନେ ସମସ୍ତେ ଓଡିଶାବାସୀଙ୍କ ପାଇଁ ନିଷ୍ଠାପର ଭାବେ ସେବାକରିବା ନିମନ୍ତେ ଦୃଢ ସଂକଳ୍ପବଦ୍ଧ। ମୋର ଆଶା, ଆମ୍ଭେମାନେ ସମସ୍ତେ ଏ ଗୃହ କାର୍ଯ୍ୟରେ ମାନ୍ୟବର ବାଚସ୍ପତି ମହୋଦୟାଙ୍କୁ ସାହାଯ୍ୟ ଓ ସହଯୋଗ କରିବା ଏବଂ ଗୃହର ପରମ୍ପରା ଓ ପଦମର୍ଯ୍ୟାଦା ବଜାୟ ରଖିବା। ପରିଶେଷରେ, ମୁଁ ଏ ଗୃହର ମାନ୍ୟବର ସଦସ୍ୟା ଓ ସଦସ୍ୟ ମାନଙ୍କୁ ଧନ୍ୟବାଦ ଜଣାଉଛି ଏବଂ ମୋର ପ୍ରିୟ ଓଡିଶାବାସୀଙ୍କୁ ମଧ୍ୟ ଆନ୍ତରିକ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଉଛି।

Post Views: 94
Tags: Chief Minister Mohan Charan Majhi congratulated the new Speaker of the Assembly
Share206Tweet129Send
Voice of Victims

Voice of Victims

Recent Posts

  • ନାବାଳିକା ଗର୍ଭବତୀ କ୍ଷେତ୍ରରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଗର୍ଭାବସ୍ଥାର ୩୦ ସପ୍ତାହରେ ବି ଗର୍ଭପାତ କରିପାରିବେ
  • ୨୫% ରୁଷିଆ ତେଲ ପେନାଲଟି ଶେଷ, ଆଜି ମଧ୍ୟରାତ୍ରିରୁ କାର୍ଯ୍ୟକାରୀ ହୋଇଛି ନୂଆ ନିୟମ
  • ଦୁଇ ଦିନିଆ ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ସୁଦାନର ପାରାମିଲିଟ୍ରି ଗ୍ରୁପ ଉପରେ ବଡ଼ ଆକ୍ରମଣ, ୨୪ ମୃତ
  • ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In