• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଓଡ଼ିଶାର ବିକାଶକୁ ତ୍ୱରାନ୍ୱିତ ପାଇଁ ହୋଇଛି ଗୁରୁତ୍ୱପୂର୍ଣ୍ଣ ଆଲୋଚନା

by Voice of Victims
May 25, 2025
in ଆଞ୍ଚଳିକ ଖବର, ଦେଶ ବିଦେଶ, ମୁଖ୍ୟ ଖବର
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଓଡ଼ିଶାର ବିକାଶକୁ ତ୍ୱରାନ୍ୱିତ ପାଇଁ ହୋଇଛି ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୀତି ଆୟୋଗ ବୈଠକ ଅବସରରେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଓଡ଼ିଶାର ବିକାଶକୁ କିଭଳି ତ୍ବରାନ୍ବିତ କରାଯିବ, ସେ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଜଣାପଡିଛି ।

ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡ଼ିଆ ମାଧ୍ୟମରେ ସୂଚନା ଦେଇ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର ସୌଭାଗ୍ୟ ଲାଭ କଲି । ଓଡ଼ିଶାର ବିକାଶ ପାଇଁ ତାଙ୍କର ଅତୁଟ ସମର୍ଥନ ଏବଂ ପ୍ରେରଣାଦାୟୀ ଦୃଷ୍ଟିକୋଣ ପାଇଁ କୃତଜ୍ଞ । ଏହି ଅବସରରେ ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ବିକଶିତ ଓଡ଼ିଶା, ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତିବଦ୍ଧ ।

ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ସମୟରେ ସେ ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରିଛନ୍ତି। ଓଡ଼ିଶାରେ ସାର୍ବଜନୀନ ସ୍ବାସ୍ଥ୍ୟ ସୁରକ୍ଷା ପ୍ରତି ପ୍ରତିବଦ୍ଧତା ଉପରେ ଗୁରୁତ୍ବ ଦିଆଯାଇଛି। ଦୁର୍ଗମ ଅଞ୍ଚଳରେ ମେଡିକାଲ ଭିତ୍ତିଭୂମି ଏବଂ ଡାକ୍ତରୀ ଶିକ୍ଷା ଉପରେ ଆଲୋଚନା କରାଯାଇଛି ।

Post Views: 32
Share198Tweet124Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In