• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହିନ ମାଝୀ

by Voice of Victims
October 11, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହିନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ସହଧର୍ମିଣୀ ଡା. ପ୍ରିୟଙ୍କା ମାରାଣ୍ଡି ମଧ୍ୟ ଉପସ୍ଥିତ ଥିଲେ। ପୂଜା ମଣ୍ଡପ ବୁଲିବା ପାଇଁ ଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଜି ସକାଳେ ପୂଜା ମଣ୍ଡପ ଗୁଡ଼ିକ ପାଇଁ ଧାର୍ଯ୍ୟ ହୋଇଥିବା ସରକାରୀ ଦେୟ ଛାଡ଼ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ ପ୍ରଥମେ ପୁରୁଣା ଭୁବନେଶ୍ୱରସ୍ଥିତ ପାଟଣା ସାହି ପୂଜାମଣ୍ଡପକୁ ଯାଇଥିଲେ। ଉଲ୍ଲେଖଯୋଗ୍ୟ ଯେ ଏହି ମଣ୍ଡପରେ ଚଳିତ ବର୍ଷ ୭୫ତମ ଶାରଦୀୟ ଦୁର୍ଗାପୂଜାର ଆୟୋଜନ କରାଯାଇଛି। ଏହା ପରେ ମୁଖ୍ୟମନ୍ତ୍ରୀ ସୁନ୍ଦରପଦା, ବରମୁଣ୍ଡା, ନୟାପଲ୍ଲୀ, ସହିଦନଗର, ରସୁଲଗଡ଼, ବମିଖାଲ, ଷ୍ଟେସନ୍‌ ବଜାର ଏବଂ ଲକ୍ଷ୍ମୀସାଗର (କଟକ ରୋଡ୍‌) ପୂଜାମଣ୍ଡପ ବୁଲି ଦେଖିବା ସହ ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ମା’ଙ୍କ ନିକଟରେ ପ୍ରାର୍ଥନା କରିଥିଲେ। ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଜଗଜ୍ଜନନୀ ମା’ଦୁର୍ଗାଙ୍କ ଆଗମନରେ ଧରଣୀ ଉତ୍ସବମୁଖର ହୋଇଉଠିଛି। ଭୁବନେଶ୍ୱରର ବିଭିନ୍ନ ମଣ୍ଡପରେ ମହାସମାରୋହରେ ତଥା ଆକର୍ଷଣୀୟ ଭାବେ ମା’ଙ୍କ ପୂଜା ଅନୁଷ୍ଠିତ ହେଉଛି । ଆଜି ଅଷ୍ଟମୀ ତିଥିରେ ମା’ଙ୍କ ଦର୍ଶନ କରି ମୁଁ ନିଜକୁ ଧନ୍ୟ ମନେ କରୁଛି।ମା’ଙ୍କ ନିକଟରେ ଓଡ଼ିଶାର ସାଢ଼େ ଚାରି କୋଟି ଲୋକଙ୍କ ସୁଖ, ଶାନ୍ତି, ସମୃଦ୍ଧି ସହ ରାଜ୍ୟର ବିକାଶ ପାଇଁ ପ୍ରାର୍ଥନା କରିଛି। ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମା’ଦୁର୍ଗା ସମସ୍ତଙ୍କୁ ଆର୍ଶୀବାଦ ଦିଅନ୍ତୁ ବୋଲି ସେ କହିଥିଲେ। ଏହି ଅବସରରେ ବିଭିନ୍ନ ପୂଜା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

Post Views: 109
Share199Tweet124Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In