• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ତିନୋଟି ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ, କ୍ଷୟକ୍ଷତି ରିପୋର୍ଟ ଶୀଘ୍ର ଦେବାକୁ ନିର୍ଦ୍ଦେଶ 

by Voice of Victims
July 30, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ତିନୋଟି ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ, କ୍ଷୟକ୍ଷତି ରିପୋର୍ଟ ଶୀଘ୍ର ଦେବାକୁ ନିର୍ଦ୍ଦେଶ 

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ମଧ୍ୟ ଉପସ୍ଥିତ ଥିଲେ।

ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ଲୋକସେବା ଭବନରେ ଗଣମାଧ୍ୟମ ନିକଟରେ ବିବୃତ୍ତିରଖି ମୁଖ୍ୟମନ୍ତ୍ରୀ କହିଥିଲେ ୩ଟି ଜିଲ୍ଲାର ୮ଟି ବ୍ଲକର ୮୧ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ବାଲେଶ୍ୱରର ୪ଟି ବ୍ଲକ୍‍ ଯଥା ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ଏବଂ ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହୋଇଛି । ବନ୍ୟାଦ୍ୱାରା ପ୍ରାୟ ୩୦ ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ୫୮୬୯ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।

ବର୍ତ୍ତମାନ ବିଭିନ୍ନ ନଦୀରେ ଜଳସ୍ତର କମୁଛି। ବାଲେଶ୍ୱର ଜିଲ୍ଲାର ସୁବର୍ଣ୍ଣରେଖା ଓ ଜଳକା ଆଦି ନଦୀରେ ପାଣି କମିବାରେ ଲାଗିଛି। ବନ୍ୟାପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ଅଛି। କେନ୍ଦୁଝର ଏବଂ ଅନ୍ୟ କିଛି ଜିଲ୍ଲାରେ ବନ୍ୟା ହୋଇଥିଲେ ମଧ୍ୟ ଏହାର ବିଶେଷ ପ୍ରଭାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ଶୁଖିଲା ଖାଦ୍ୟ ଏବଂ ଆବଶ୍ୟକସ୍ଥଳେ ଗରମ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି। ଏଥିପାଇଁ ବାଲେଶ୍ୱରରେ ୧୬ଟି, ଭଦ୍ରକରେ ୧୦ଟି ଓ ଯାଜପୁରରେ ୩ଟି ଫ୍ରି କିଚିନର ବ୍ୟବସ୍ଥା କରାଯାଇଛି । ସମୁଦାୟ ପ୍ରାୟ ୧୦ ହଜାର ପ୍ରଭାବିତ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି ଏବଂ ଆଗାମୀ ୭ ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବନ୍ୟା ପରବର୍ତ୍ତୀ ସମୟରେ ଅନେକ ସମସ୍ୟା ଦେଖାଦିଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ବିଶେଷ କରି ଡାଇରିଆ ଓ ଅନ୍ୟାନ୍ୟ ଜଳ ବାହିତ ରୋଗର ନିୟନ୍ତ୍ରଣ ପାଇ ଜଳ ଉତ୍ସ ଗୁଡିକର ବିଶୁଦ୍ଧକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ଏହାକୁ ଜାରି ରଖିବା ପାଇଁ ସ୍ଥାନୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କୌଣସି ପରିସ୍ଥିତିରେ ଯେପରି ଡାଇରିଆ ରୋଗର ପ୍ରଭାବ ଦେଖାନଯିବ, ସେଥିପ୍ରତି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ବୋଲି ସେ କହିଥିଲେ। ଅନେକ ସ୍ଥାନରେ ସାପ କାମୁଡା ପରି ଘଟଣା ଘଟେ ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଏଥିପାଇଁ ବ୍ୟାପକ ପରିମାଣରେ ଆଣ୍ଟିଭେନମ୍ ଓ ଅନ୍ୟାନ୍ୟ ଆବଶ୍ୟକ ଔଷଧ ମହଜୁଦ ରଖିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ବନ୍ୟା ଅଞ୍ଚଳର କ୍ଷତିଗ୍ରସ୍ତ ଲୋକଙ୍କୁ ସହାୟତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ, କ୍ଷୟକ୍ଷତିର ତୁରନ୍ତ ଆକଳନ କରି ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ପାଇବା ପରେ କ୍ଷତିଗ୍ରସ୍ତ ଲୋକଙ୍କୁ ଉପଯୁକ୍ତ ସହାୟତା ଯୋଗାଇ ଦିଆଯିବ । ଘର ଭଙ୍ଗା ଏବଂ ଗୋ-ସମ୍ପଦର କ୍ଷୟକ୍ଷତି ରିପୋର୍ଟ ମଗାଯିବା ସହିତ ଯେଉଁ ଗାଁ ଗୁଡ଼ିକରେ ରାସ୍ତା ଖରାପ ହୋଇଯାଇଛି ସେଗୁଡିକ ତୁରନ୍ତ ମରାମତି କରି ଯୋଗାଯୋଗ ବ୍ୟବସ୍ଥା ପୁନସ୍ଥାପିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଭାବିତ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣରେ ପଶୁଖାଦ୍ୟ ଯୋଗାଇ ଦେବା ପାଇଁ ପରାମର୍ଶ ଦିଆଯାଇଛି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବାଲେଶ୍ବର ଜିଲ୍ଲାରେ ୧୭ଟି ଓଡ୍ରାଫ୍‍ ଓ ୧୩ଟି ଅଗ୍ନିଶମ ସେବା ଟିମ୍‍, ଭଦ୍ରକ ଜିଲ୍ଲାରେ ଗୋଟିଏ NDRF, ଗୋଟିଏ ODRAF ଓ ୧୩ଟି ଅଗ୍ନିଶମ ସେବା ଟିମ୍, ଯାଜପୁର ଜିଲ୍ଲାରେ ଗୋଟିଏ ODRAF ଓ ୧୪ଟି ଅଗ୍ନିଶମ ସେବା ଟିମ୍‍ ମୁତୟନ କରାଯାଇଛି।

Post Views: 107
Share198Tweet124Send
Voice of Victims

Voice of Victims

Recent Posts

  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ
  • ପତଞ୍ଜଳି ଯୋଗ କେନ୍ଦ୍ରରେ ଉତ୍କଳ ଦିବସ ପାଳନ
  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In