• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଧାନ ସଂଗ୍ରହ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

by Voice of Victims
December 12, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଧାନ ସଂଗ୍ରହ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନରେ ଧାନ ସଂଗ୍ରହ ବ୍ୟବସ୍ଥାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ଏହି ଛଅ ମାସ ମଧ୍ୟରେ ଅନେକ ଯୋଜନା ସଫଳତାର ସହ କାର୍ଯ୍ୟକାରୀ କରିଛନ୍ତି। ମହିଳା ମାନଙ୍କ ପାଇଁ ସୁଭଦ୍ରା ଯୋଜନା ସହିତ ଆହୁରି ଅନେକ କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ ହେଉଛି। ପିଏମ୍ କିଷାନ ଓ ସିଏମ୍ କିଷାନ ସହିତ ୮୦୦ ଟଙ୍କା ଇନ୍‌ପୁଟ୍ ସହାୟତାରେ ଧାନ କିଣା ବ୍ୟବସ୍ଥା ଚାଷୀଙ୍କ ସଶକ୍ତୀକରଣ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହା ଦ୍ୱାରା ୧୭ ଲକ୍ଷରୁ ଅଧିକ ଚାଷୀ ଲାଭବାନ୍ ହୋଇପାରିବେ। ଏଣୁ ଧାନ ସଂଗ୍ରହ କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣ ଭାବେ ଦକ୍ଷତାର ସହିତ ତ୍ରୁଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରାଯିବା ଆବଶ୍ୟକ। କୌଣସି ପରିସ୍ଥିତିରେ ଚାଷୀମାନେ କୌଣସି ଅସୁବିଧାର ସମ୍ମୁଖୀନ ହେବା ଉଚିତ୍ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବୈଠକର ଆଲୋଚନାରୁ ଜଣାଯାଇଥିଲା ଯେ ଡିସେମ୍ବର ୧୧ ତାରିଖ ସୁଦ୍ଧା ବରଗଡ଼, ନୂଆପଡ଼ା, ସମ୍ବଲପୁର, କଳାହାଣ୍ଡି, ବଲାଙ୍ଗୀର, ଝାରସୁଗୁଡ଼ା, ନବରଙ୍ଗପୁର, ସୁବର୍ଣ୍ଣପୁର ଓ କୋରାପୁଟ ଆଦି ୯ଟି ଜିଲ୍ଲାରେ ଧାନ ସଂଗ୍ରହ ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ଏହି ୯ଟି ଜିଲ୍ଲାର ୩୭,୦୭୯ ଜଣ ଚାଷୀ ୧,୮୧,୧୯୬ ମେଟ୍ରିକ୍ ଟନ୍ ଧାନ ବିକ୍ରି କରିଛନ୍ତି। ଏହି ଚାଷୀମାନଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟଭାବେ ୩୨୩.୭୩ କୋଟି ଓ ଇନ୍‌ପୁଟ୍ ସହାୟତା ଭାବେ ୧୧୨.୬୧ କୋଟି ଟଙ୍କା ପ୍ରଦାନ କରାଯାଇଛି। ଆଉ ୪୮ ଘଣ୍ଟା ମଧ୍ୟରେ ୯୩ କୋଟି ଟଙ୍କା ସର୍ବନିମ୍ନ ସହାୟକ ମୂଲ୍ୟ ଓ ୩୨.୩୫ କୋଟି ଟଙ୍କା ଇନ୍‌ପୁଟ୍ ସହାୟତା ପ୍ରଦାନ କରାଯିବ। ସମୀକ୍ଷାରେ ଭର୍ଚୁଆଲ ମୋଡ୍‌ରେ ଯୋଗଦେଇଥିବା ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ଧାନ ସଂଗ୍ରହ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଥିଲା। ବୈଠକରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ। ସୋସାଇଟିସ୍ତରୀୟ ଧାନ କିଣା କମିଟିଗୁଡ଼ିକୁ ଆହୁରି ସକ୍ରିୟ କରିବା ପାଇଁ ସେ କହିଥିଲେ। ଚାଷୀମାନଙ୍କୁ ଅଧିକ ସଚେତନ କରିବା ଓ ସେମାନଙ୍କ ପାଇଁ ସବୁ ପ୍ରକାର ସୁବିଧାର ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଥିଲେ। କଳାହାଣ୍ଡି ଜିଲ୍ଲାରେ ଚାଷୀ ମାନଙ୍କ ପାଇଁ ମଣ୍ଡି ନିକଟରେ କ୍ୟାଣ୍ଟିନ୍‌, ପାନୀୟ ଜଳ ଓ ଟଏଲେଟ୍‌ର ବ୍ୟବସ୍ଥା କରିଛନ୍ତି। ଅନ୍ୟ ଜିଲ୍ଲାମାନେ ମଧ୍ୟ ସେହିପରି ବ୍ୟବସ୍ଥାକୁ ନିଜ ଜିଲ୍ଲାରେ କାର୍ଯ୍ୟକାରୀ କରିବାକୁ ସେ କହିଥିଲେ। ଆହୁରି ମଧ୍ୟ ବରଗଡ଼ରେ ମଣ୍ଡିରେ ଧାନ ସଂଗ୍ରହର ସୁନ୍ଦର ମନିଟରିଂ ବ୍ୟବସ୍ଥା କରାଯାଇଛି। କେନ୍ଦ୍ରୀୟ କଣ୍ଟ୍ରୋଲ ରୁମ୍‌କୁ ଧାନକିଣାର ଲାଇଭ୍ ଫିଡ୍ ମଧ୍ୟ ଆସୁଛି। ଏପରି ବ୍ୟବସ୍ଥାକୁ ଅନ୍ୟ ସମସ୍ତ ଜିଲ୍ଲା ଭଲ ଭାବେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ ଚାଷୀମାନଙ୍କ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେ କହିଥିଲେ ଯେ ସବୁ ଜିଲ୍ଲାରେ ମଣ୍ଡିରେ ନୋଡାଲ୍ ଅଫିସର୍ ଓ ମଣ୍ଡି ସୁପରଭାଇଜର ଅଛନ୍ତି। ସେମାନେ ଯେପରି ଚାଷୀଙ୍କର ଯଦି କିଛି ଅଭିଯୋଗ ଥାଏ, ତାକୁ ଶୁଣାଣି କରି ସମସ୍ୟାର ସମାଧାନ କରିବେ, ତେବେ ସେମାନଙ୍କର ବ୍ୟବସ୍ଥା ଉପରେ ଭରସା ବଢ଼ିବ। ଏହା ସହିତ ଦଲାଲ ମାନେ ଯେପରି କୌଣସି ପରିସ୍ଥିତିରେ ଚାଷୀଙ୍କ ଫାଇଦା ନଉଠାଇ ପାରିବେ, ସେଥିପାଇଁ ସେମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଟୋକେନ୍ ବ୍ୟବସ୍ଥା, ଟ୍ୟାଗିଙ୍ଗ ବ୍ୟବସ୍ଥା, ମିଲର ମାନଙ୍କ ସହଯୋଗ ଏବଂ ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା ହୋଇଥିଲା। ବୈଠକରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ପଞ୍ଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାୟକ, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡି.କେ ସିଂହ, ପୋଲିସ୍ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Post Views: 46
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In