• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ପରୀକ୍ଷା ପୂର୍ବରୁ ଅଳ୍ପ ଚାପ ଭଲ

by Voice of Victims
February 10, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ପରୀକ୍ଷା ପୂର୍ବରୁ ଅଳ୍ପ ଚାପ ଭଲ

ଭୁବନେଶ୍ୱର: ପରୀକ୍ଷା ପୂର୍ବରୁ ଅଳ୍ପ ଚାପ ଭଲ। କିନ୍ତୁ ଅଧିକ ଚାପଗ୍ରସ୍ତ ହୁଅ ନାହିଁ। ଶିକ୍ଷକଙ୍କ ପରାମର୍ଶ ମାନି ସମୟର ସଠିକ୍ ଉପଯୋଗ କରି ଓ ସର୍ବଦା ଆଗକୁ ବଢ଼ିବାର ଇଚ୍ଛାନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖ। ଏଥିରେ ସଫଳତା ନିଶ୍ଚୟ ମିଳିବ। ଏଭଳି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରସ୍ଥ ୟୁନିଟ୍‌-୧ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ “ପରୀକ୍ଷା ପେ’ ଚର୍ଚ୍ଚା-୨୦୨୫’ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ଉପଦେଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପରୀକ୍ଷା ସମୟ ପ୍ରାୟ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକଙ୍କ ପାଇଁ ଚିନ୍ତାର କାରଣ ପାଲଟିଥାଏ। ତେଣୁ ଧୈର୍ଯ୍ୟ, ସିଦ୍ଧାନ୍ତ ଓ ଦୃଢ଼ ବିଶ୍ୱାସର ସହ ପରୀକ୍ଷା ପାଇଁ ପ୍ରସ୍ତୁତ ରହିବା ଓ ଚାପମୁକ୍ତ ରହି ପରୀକ୍ଷାଦେବା ସହ ସଫଳତା ହାସଲ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷା ଜୀବନ ପ୍ରତି ଏକ ଆନନ୍ଦର ମନୋଭାବକୁ ପ୍ରୋତ୍ସାହିତ କରେ। ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବା ସମୟଠାରୁ ପରୀକ୍ଷା ପୂର୍ବ ସମୟକୁ ଭଲ ଭାବେ ଉପଯୋଗ କରିବା ସହିତ ନିଜକୁ ମାନସିକ ସ୍ତରରେ ଦୃଢ଼ ରଖି ଏବଂ ପରୀକ୍ଷା ସମୟରେ ଷ୍ଟ୍ରେସ୍‌ରେ ନଆସି, ଶିକ୍ଷକ ଶିକ୍ଷୟିତ୍ରୀଙ୍କ କଥା ମାନି ଏକାଗ୍ର ଚିତ୍ତରେ ପଢ଼ିବା ଉଚିତ୍‌। ପରୀକ୍ଷା ପ୍ରତି ଭୟ ଆସିଗଲେ, ମନରୁ ଏକାଗ୍ରତା ଚାଲିଯାଏ। ଏକାଗ୍ରତା ପାଇଁ ଟିକେ ରିଲାକ୍ସ ହେବା ଦରକାର। ଏଣୁ ଅଧିକ ସମୟ ଏକାଗ୍ର ଚିତ୍ତରେ ପାଠ ପଢ଼ିବା ପାଇଁ ପଢ଼ା ମଝିରେ ୫ରୁ ୧୦ ମିନିଟ୍ ପାଇଁ ବିରତି ନେଇ ପୁଣିଥରେ ମନଦେଇ ପଢ଼ିବ। ମୁଣ୍ଡ ଉପରେ ପରୀକ୍ଷା ଆସି ଉପନୀତ ହୋଇସାରିଛି। ମୋର ଦୃଢ଼ ବିଶ୍ୱାସ ତୁମମାନଙ୍କୁ ନିଜ ନିଜ ପରିଶ୍ରମର ମୂଲ୍ୟ ନିଶ୍ଚିତ ଭାବରେ ମିଳିବ। ପରୀକ୍ଷା ଫଳ ଉପରେ ଫୋକସ୍ ନକରି ପରୀକ୍ଷା ପ୍ରସ୍ତୁତି ଉପରେ ଅଧିକ ଫୋକସ୍ କରିଲେ ହିଁ ସଫଳତା ମିଳିବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଢ଼ା ସମୟରେ ଡିଜିଟାଲ୍ ଉପକରଣ ଅତ୍ୟନ୍ତ କମ୍ ବ୍ୟବହାର କରିବା ଉଚିତ୍‌। ବିଶେଷ କରି ପରୀକ୍ଷା ସମୟରେ ମୋବାଇଲ୍‌ଠାରୁ ଦୂରେଇ ରହିବା ଆବଶ୍ୟକ। ଏଠାରୁ ଗଲା ପରେ ପ୍ରଧାନମନ୍ତ୍ରୀ, ଷ୍ଟ୍ରେସ୍ କମାଇବା ପାଇଁ ଯାହା ଟିପ୍ସ ଦେଇଛନ୍ତି ସେସବୁ ଗୋଟି ଗୋଟି କରି ମନେ ପକାଇ କାମରେ ଲଗାଇବ। ମୋର ଦୃଢ଼ ବିଶ୍ୱାସ, ତୁମମାନଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହେବ। ଉକ୍ତ କାର୍ଯ୍ୟକ୍ରମରେ ୟୁନିଟ୍‌-୧ ସରକାରୀ ଉଚ୍ଚ ବିଦ୍ୟାଳୟର ୧୬୮ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷାଦେବାକୁ ଥିବା ଛାତ୍ରଛାତ୍ରୀ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ସିଧାସଳଖ କଥା ହୋଇଥିଲେ। ପରୀକ୍ଷା ପୂର୍ବ ପ୍ରସ୍ତୁତି ବିଷୟରେ ପ୍ରଶ୍ନ ପଚାରିବା ସହିତ ଆଲୋଚନାରେ ଭାଗ ନେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷା ପ୍ରସ୍ତୁତି କିଟ୍ ବାଣ୍ଟିଥିଲେ। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଅନୁପମ ସାହା, ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ, ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଅନନ୍ୟା ଦାସଙ୍କ ସମେତ ୟୁନିଟ୍‌-୧ ସରକାରୀ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Post Views: 45
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In