• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

୫ ହଜାର ଗୃହରକ୍ଷୀ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଦୈନିକ ଭତ୍ତା ବୃଦ୍ଧି ନିଷ୍ପତ୍ତି

by Voice of Victims
December 12, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
୫ ହଜାର ଗୃହରକ୍ଷୀ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଦୈନିକ ଭତ୍ତା ବୃଦ୍ଧି ନିଷ୍ପତ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପାଇଁ ‘Emergency Response Support System(ERSS)’ ଯୋଜନାରେ ୩୦ଟି ଜରୁରୀକାଳୀନ ପ୍ରଶମନ ସହାୟତା ଯାନର ଲୋକାର୍ପଣ କରିଛନ୍ତି। ERSS ଯୋଜନା ହେଉଛି ଏକ କେନ୍ଦ୍ର ସରକାରଙ୍କ ଯୋଜନା। ଦିଲ୍ଲୀର ନିର୍ଭୟା କାଣ୍ଡ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୯ ମସିହାରେ ଜରୁରୀକାଳୀନ ପରିସ୍ଥିତିରେ ପୋଲିସର ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଏହି ଯୋଜନା ଆରମ୍ଭ କରିଥିଲେ। ପୋଲିସ କମିଶନରେଟ କାର୍ଯ୍ୟାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ୩୦ଟି ନୂଆ ଯାନ ପୋଲିସଙ୍କ କାର୍ଯ୍ୟ ଦକ୍ଷତାକୁ ସୁଦୃଢ କରିବ। ଏଗୁଡିକ ସାଧାରଣ ଗାଡି ନୁହେଁ। ଏଗୁଡିକ ହେଉଛି ଗୋଟିଏ ଗୋଟିଏ ସୁରକ୍ଷା ରଥ। ଏଗୁଡିକ ହେଉଛି ନ୍ୟାୟର, ଶୃଙ୍ଖଳାର, ଭୟମୁକ୍ତ ବାତାବରଣର ଓ ଅପରାଧମୁକ୍ତ ସମାଜର ପ୍ରତୀକ। ଏହି ଗାଡିଗୁଡିକ ଯେତିକି ଗଡିବ ଲୋକମାନେ ସେତିକ ନ୍ୟାୟ ପାଇବେ ଓ ସେମାନଙ୍କ ଆତ୍ମବିଶ୍ୱାସ ବଢିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୋଲିସ ବାହିନୀକୁ ଆହୁରି ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ୍‌ ଶୀଘ୍ର ପୂରଣ କରାଯିବ। ଗୃହରକ୍ଷୀମାନେ ହେଉଛନ୍ତି ପୋଲିସର ଏକ ଅଭିନ୍ନ ଅଙ୍ଗ। ଆମ ରାଜ୍ୟରେ ଗୃହରକ୍ଷୀମାନେ ବହୁତ ଭଲ କାମ କରୁଛନ୍ତି। ୨୦୨୦ ଠାରୁ ଗୃହରକ୍ଷୀ ନିଯୁକ୍ତି ଉପରେ ଯେଉଁ କଟକଣା ଲଗା ଯାଇଥିଲା ତାହାକୁ ଉଠାଇ ଦିଆଯାଇଛି। ଖୁବଶୀଘ୍ର ଖାଲିଥିବା ୨୪୧୬ଟି ପଦବୀ ସହିତ ୨୫୮୪ଟି ନୂତନ ପଦବୀ ସୃଷ୍ଟି କରାଯିବ। ସମୁଦାୟ ୫ ହଜାର ଗୃହରକ୍ଷୀ ପଦବୀ ପୂରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥି ସହିତ ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି ପାଇଁ ସରକାରୀ ସ୍ତରରେ ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ERSS ଯୋଜନାରେ ଆଜି ପୋଲିସ କମିଶନରେଟରେ ଲୋକାର୍ପିତ ହୋଇଥିବା ୩୦ଟି ଯାନ ମଧ୍ୟରୁ ଭୁବନେଶ୍ୱର ସହରରେ ପାଇଁ ୨୨ଟି ଏବଂ କଟକରେ ୮ଟି ଗାଡି କାର୍ଯ୍ୟ କରିବ। ପୂର୍ବରୁ ଅଚଳ ହୋଇଥିବା PCR ଗାଡି ଗୁଡିକ ବଦଳରେ ଏହି ନୂତନ ଯାନ ମଧ୍ୟ କାର୍ଯ୍ୟ କରିବ। ଏହି ERSS ଯୋଜନା ଦ୍ୱାରା ପୋଲିସ ବ୍ୟବସ୍ଥାର ସୁଦୃଢିକରଣ ହେବା ସହ ସୁରକ୍ଷା ବାତାବରଣ ସୃଷ୍ଟି ହେବ। ଏଥି ସହିତ ଆଗାମୀ ଦିନରେ ପେଟ୍ରୋଲିଂ, ଅପରାଧୀ ଏବଂ ପୀଡିତଙ୍କ ପାଖରେ ତୁରନ୍ତ ପହଞ୍ଚିବା ପାଇଁ ପୋଲିସକୁ ହାଇ ସ୍ପିଡ ଗାଡି ଯୋଗାଇ ଦିଆଯିବ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ରାଜ୍ୟ ସରକାର ପୋଲିସର ସାମର୍ଥ୍ୟ ଓ ଶକ୍ତି ବୃଦ୍ଧି ପାଇଁ ସମସ୍ତ ପ୍ରକାର ପ୍ରୟାସ ଜାରି ରଖିଛନ୍ତି। ସମାଜରେ ଲୋକମାନଙ୍କ ପାଇଁ ଆପଣମାନେ ଜଣେ ଜଣେ ସାହାଯ୍ୟକାରୀ ବନ୍ଧୁ ଭାବେ କାମ କରି ପୋଲିସର ଭାବମୂର୍ତ୍ତୀ ଆହୁରି ଉଚ୍ଚ ସ୍ତରକୁ ନିଅନ୍ତୁ। କାର୍ଯ୍ୟକ୍ରମରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ, ବାତ୍ୟା ଦାନା ସମୟରେ ଆମର ଏହି ERSS ଯାନ ଗୁଡିକ ଲୋକମାନଙ୍କୁ ପ୍ରଶଂସନୀୟ ସେବା ଯୋଗାଇ ଦେଇଛି। ଏହି ନୂତନ ଯାନ ଗୁଡିକ ଭୁବନେଶ୍ୱର-କଟକ ଜନସାଧାରଣଙ୍କୁ ଉପଯୁକ୍ତ ଓ ତ୍ୱରିତ ସେବା ଯୋଗାଇଦେବ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଦୟାଲ ଗଙ୍ଗୱାର ଉପସ୍ଥିତ ଥିଲେ। ପୋଲିସ କମିଶନର ଏସ୍. ଦେବଦତ୍ତ ସିଂ ଧନ୍ୟବାଦ ଦେଇଥିଲେ।

Post Views: 43
Share199Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In