• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିବ ୫୦ ପ୍ରତିଶତ ବୋନସ୍‌

by Voice of Victims
February 11, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିବ ୫୦ ପ୍ରତିଶତ ବୋନସ୍‌

ଭୁବନେଶ୍ଵର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁ ପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ କେତେକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଅନୁଯାୟୀ କେନ୍ଦୁ ପତ୍ର ତୋଳାଳୀମାନଙ୍କୁ ଚଳିତ ଫସଲ ଋତୁ ପାଇଁ ୫୦ ପ୍ରତିଶତ ବୋନସ୍‌ ମିଳିବ। ଏହି ବୋନସ୍ ପରିମାଣ ଗତ ବର୍ଷଠାରୁ ଦୁଇ ଗୁଣ ଅଟେ। ଏହା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧା ଜମା ହେବ। ସେହିପରି କେନ୍ଦୁ ପତ୍ର ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ ପାଇଁ ୧୦ ପ୍ରତିଶତ incentive ର ବ୍ୟବସ୍ଥା କରାଯାଇଛି। ସାମୟିକ କର୍ମଚାରୀଙ୍କୁ ଏକ ମାସ ଅଧିକ କାମ ଦିଆଯିବ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କେନ୍ଦୁ ପତ୍ର ପ୍ରତି ବିଡା ମୂଲ୍ୟରେ ବୃଦ୍ଧି ଘୋଷଣା କରିଛନ୍ତି। କୋଡିଏ ପତ୍ର ବିଶିଷ୍ଟ ବିଡାର ମୂଲ୍ୟ ୧ ଟଙ୍କା ୪୦ ପଇସାରୁ ୧ ଟଙ୍କା ୬୦ ପଇସାକୁ ବୃଦ୍ଧି କରାଯାଇଛି। ସେହିପରି ଚାଳିଶ ପତ୍ର ବିଶିଷ୍ଟ ବିଡାର ମୂଲ୍ୟ ୨ ଟଙ୍କା ୮୦ ପଇସାରୁ ୩ ଟଙ୍କା ୨୦ ପଇସାକୁ ବୃଦ୍ଧି କରାଯାଇଛି । ସୂଚନାଯୋଗ୍ୟ ଯେ ସାମୟିକ କର୍ମଚାରୀ ମାନଙ୍କ ମଜୁରୀ ସଂଶୋଧନ ପ୍ରସ୍ତାବକୁ ମଧ୍ୟ ସରକାର ଗ୍ରହଣ କରିଛନ୍ତି। ସେମାନଙ୍କର T.A. ଓ Cycle Allowance ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। କେନ୍ଦୁପତ୍ର ତୋଳାଳି ମାନେ ୬୨ ବର୍ଷ ବୟସ ପର୍ଯ୍ୟନ୍ତ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ ହୋଇପାରିବେ। ପୂର୍ବରୁ ଏହି ବୟସ ସୀମା ୬୦ ବର୍ଷ ଥିଲା। ଘୋଷଣା ଅନୁଯାୟୀ ଆଗାମୀ ଅପ୍ରେଲ ମାସରୁ ଆରମ୍ଭ ହେଉଥିବା ନୂଆ ଫସଲ ଋତୁରେ କେନ୍ଦୁପତ୍ର ତୋଳାଳି ପରିବାରକୁ ଦୁଇଟି ଝିଅ ବାହାଘର ପାଇଁ ସହାୟତା ମିଳିବ। ପ୍ରତ୍ୟେକ ଝିଅ ବାହାଘର ପାଇଁ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ମିଳିବ। ୫ଟି ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ୍ ଆଜି ତାଙ୍କର ସମ୍ବଲପୁର ଜିଲ୍ଲା ଗସ୍ତ ଅବସରରେ ରେଢ଼ାଖୋଲ ସଭାରେ ମୁଖ୍ୟମନ୍ତ୍ରୀ ଙ୍କ ନିଷ୍ପତ୍ତି ବିଷୟରେ ସୂଚନା ଦେଇଥିଲେ .ଏବଂ ମୁଖ୍ୟମନ୍ତ୍ରୀଙ୍କ ଏ ସମ୍ପର୍କୀତ video message ବଜାଇ ଶୁଣାଇଥିଲେ। ସୂଚନାଯୋଗ୍ୟ ଯେ କେନ୍ଦୁପତ୍ର ହିତାଧିକାରୀମାନଙ୍କ ମଧ୍ୟରୁ ଶତକଡା ୮୦ ଭାଗ ମହିଳା ଅଟନ୍ତି ଏବଂ ୯୫ ପ୍ରତିଶତରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ମୁଖ୍ୟତଃ ଅନୁସୂଚିତ ଜାତି, ଜନଜାତି ଓ ଅନ୍ୟାନ୍ୟ ପଛୁଆ ବର୍ଗର ଅଟନ୍ତି। କେନ୍ଦୁ ପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହିସବୁ ପଦକ୍ଷେପ ଦ୍ବାରା ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀ ଉପକାର ପାଇବେ ଏବଂ ରାଜ୍ୟ ସରକାର ଏଥିପାଇଁ ୧୫୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବେ ।

Post Views: 190
Tags: Chief Minister's big announcement
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In