• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଗଞ୍ଜାମରେ ୧୨ଟି ଶିଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ 

by Voice of Victims
June 5, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଗଞ୍ଜାମରେ ୧୨ଟି ଶିଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ 

Screenshot

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଗଞ୍ଜାମର ଛତ୍ରପୁର ଠାରେ ମୋଟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ଗ୍ରୀନ ହାଇଡ୍ରୋଜେନ୍, କେମିକାଲ୍‍ସ ଓ ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ ସହିତ ଗଞ୍ଜାମ ଜିଲ୍ଲା ଏବେ ଶିଳ୍ପାୟନ କ୍ଷେତ୍ରରେ ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବାକୁ ଯାଉଛି। ଏହା ଦ୍ୱାରା ୧୫ ହଜାରରୁ ଅଧିକ ନିଯୁକ୍ତି ସୃଷ୍ଟି ହେବ ଏବଂ ମେକ୍ ଇନ୍ ଓଡିଶା ୨୦୨୫ର ଅଭୂତପୂର୍ବ ସଫଳତାର ଶ୍ରେୟ ଏହି ୪ ମାସ ମଧ୍ୟରେ ଆମକୁ ମିଳିଛି। ଯାଜପୁର କଳିଙ୍ଗ ନଗରରେ ୭୦ ହଜାର କୋଟି ଟଙ୍କାର ଶିଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା। ଗତ କାଲି ଢେଙ୍କାନାଳରେ ୫୦ ହଜାର କୋଟି ଟଙ୍କାର ଶିଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି । ଆଉ ଆଜି ଏଠାରେ ପ୍ରାୟ ୩୦ ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହେବାକୁ ଯାଉଛି। ୫ ମାସ ମଧ୍ୟରେ ଆମେ ଦେଢ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରିଛୁ ଏବଂ ଏହା ଦ୍ୱାରା ପ୍ରାୟ ୯୦ ହଜାର ନିଯୁକ୍ତି ସୃଷ୍ଟି ହେବ।

ଓଡିଶାରେ ଏକ ବନ୍ଦରଭିତ୍ତିକ ଶିଳ୍ପ ବିକାଶ ପାଇଁ ଆମର ଲକ୍ଷ୍ୟ ରହିଛି। ବର୍ତ୍ତମାନ ଯେଉଁ ୩ଟି ବନ୍ଦର ଅଛି। ଏହା ବ୍ୟତୀତ ଆଉ ୩-୪ ଟି ବନ୍ଦର ମଧ୍ୟ ପ୍ରତିଷ୍ଠା କରାଯିବ। କେନ୍ଦ୍ର ସରକାର ରେଳ ଓ ରାଜପଥ କ୍ଷେତ୍ରରେ ପ୍ରାୟ ଏକ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁରି ଦେଇଛନ୍ତି। ଓଡିଶାରେ ମଧ୍ୟ ଆମେ ୭୫ ହଜାର କିଲୋମିଟର ବିଶ୍ୱସ୍ତରୀୟ ସଡକ ନିର୍ମାଣ କରିବୁ। ଏହା ସହିତ ଅନେକ ଶିଳ୍ପ କରିଡର ମଧ୍ୟ ଗଠନ କରାଯିବ।

ଶିଳ୍ପ କ୍ଷେତ୍ରରେ ନିଯୁକ୍ତି ପାଇଁ ଦକ୍ଷତା ଆବଶ୍ୟକ। ତେଣୁ ଯୁବ ବର୍ଗ ଯେପରି ଦକ୍ଷ ହେବେ, ଆଧୁନିକ ଶିଳ୍ପ କ୍ଷେତ୍ରରେ ନିଯୁକ୍ତି ପାଇଁ ଯୋଗ୍ୟ ହେବେ। ସେଥିପାଇଁ ଆମେ ଆମର ୱାର୍ଲ୍ଡ ସ୍କିଲ ସେଣ୍ଟରର ୪ଟି କେନ୍ଦ୍ର ପ୍ରତିଷ୍ଠା କରିବୁ। ଆଧୁନିକ ଦକ୍ଷତା ପାଇଁ ଆମେ ସିଙ୍ଗାପୁରର ITEES ସହିତ ପାର୍ଟନରସିପ୍ କରିଛୁ। ସବୁ ଆଇଟିଆଇ ଗୁଡିକର ଉନ୍ନତିକରଣ କରାଯାଇ ସେଥିରେ ଆଧୁନିକ ସ୍କିଲ୍ ଶିକ୍ଷା ଦିଆଯିବ। ଏହି କାର୍ଯ୍ୟକ୍ରମରେ ଖଣି ମନ୍ତ୍ରୀ ବିଭୁତି ଭୁଷଣ ଜେନା, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସମେତ ଆସ୍କା ସାଂସଦ ଅନିତା ଶୁଭଦର୍ଶିନୀ, ବ୍ରହ୍ମପୁର ସାଂସଦ ଡକ୍ଟର ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଓ ସମସ୍ତ ବିଧାୟକ ଗଣ ମଂଚାସୀନ ଥିଲେ।

Post Views: 182
Share202Tweet127Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In