• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ: ଓଡିଆ ଭାଷାରେ ନଥି ଉପସ୍ଥାପନ କରିବାକୁ ଦେଲେ ନିର୍ଦ୍ଦେଶ 

by Voice of Victims
July 4, 2024
in ମୁଖ୍ୟ ଖବର, ରାଜ୍ୟ
କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ: ଓଡିଆ ଭାଷାରେ ନଥି ଉପସ୍ଥାପନ କରିବାକୁ ଦେଲେ ନିର୍ଦ୍ଦେଶ 

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରବେଶ କରି ସରକାରୀ କାର୍ଯ୍ୟ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ ଶପଥ ନେବା ପରେ ସେ ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଲୋକସେବା ଭବନକୁ ପ୍ରବେଶ କରିଥିଲେ ଏବଂ ଓସ୍ବାସ ଜରିଆରେ ଫାଇଲ କାମ କରିଥିଲେ। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ  ଏବଂ ପ୍ରଭାତୀ ପରିଡାଙ୍କ ସହିତ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ପାଖରେ ଉପସ୍ଥାପିତ ସମସ୍ତ ନଥି ଓଡ଼ିଆରେ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଓଡିଶାର ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ ବୋଲି ପ୍ରକାଶ କରିବା ସହିତ ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ଵ ଦିଆଯିବ ବୋଲି ସେ କହିଥିଲେ। ସେ ଦେଇଥିବା ବିବୃତ୍ତିର ଗୁରୁତ୍ବପୂର୍ଣ୍ଣ ବିଷୟ ଗୁଡିକ ହେଲା – ତିନୋଟି ଏକାଡେମୀ ତଥା ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ। ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ। ଓଡ଼ିଆ ଅସ୍ମିତା ଉପରେ ଗୁଣାତ୍ମକ ଗବେଷଣାକୁ ପ୍ରୋତ୍ସାହିତ କରାଯିବ। ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ। ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ। ଭାଷା ପାଇଁ ଆଧୁନିକ, ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାର ଉପଯୋଗ ପାଇଁ ବ୍ୟବସ୍ଥା ହେବ। ଓଡ଼ିଆ ଭାଷା ଭବନ ଅସ୍ମିତା ଭବନ ନିର୍ମାଣ କରାଯିବ। ଭାଷା କମିଶନ ଗଠିତ ହେବ। ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ହେବ। ସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟବହାରକୁ ବ୍ୟାପକ କରିବାକୁ ଆବଶ୍ୟକ ପଡିଲେ ସରକାରୀ ଭାଷା ଆଇନରେ ସଂଶୋଧନ କରାଯିବ। ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ। ପ୍ରତ୍ୟେକ ଜିଲ୍ଲାରେ ସମନ୍ୱିତ ସଂସ୍କୃତି ଭବନ ନିର୍ମାଣ ସହ ଜିଲ୍ଲାର କଳା ସଂସ୍କୃତିକୁ ପ୍ରୋତ୍ସାହିତ କରାଯିବ। ଉଚ୍ଚ ବିଦ୍ୟାଳୟ ସ୍ତରରେ ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ପାଇଁ ବିଚାର କରାଯିବ। ବରୁଣେଇ ଠାରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ୱରାନ୍ୱିତ ହେବ। ରାଜ୍ୟର ବିଭିନ୍ନ ଐତିହ୍ୟ ପୀଠର ବିକାଶକୁ ଗୁରୁତ୍ୱ ଦେବାକୁ ସରକାର ସଂକଳ୍ପବଦ୍ଧ। ସବୁ କାର୍ଯ୍ୟ ଲୋକମାନଙ୍କ ସହଯୋଗ ସହଭାଗିତା ଓ ପରାମର୍ଶରେ ହେବ। ଓଡ଼ିଆ ଅସ୍ମିତା କ୍ଷେତ୍ରରେ ଆଉ କଣ କରାଯିବା ଦରକାର, ସେଥିପାଇଁ ମୁଁ ଲୋକମାନଙ୍କର ପ୍ରସ୍ତାବ ଆହ୍ୱାନ କରୁଛି। ରାଜ୍ୟ ପରିଚାଳନା ରାଜ୍ୟ ଭାଷା ଓଡ଼ିଆରେ ହିଁ ହେବ। ଏଥି ନିମନ୍ତେ ପ୍ରଣୀତ ସରକାରୀ ଭାଷା ଆଇନକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ। ଦରକାର ପଡିଲେ ଏଥିରେ ଆବଶ୍ୟକ ସଂଶୋଧନ କରି ଆଇନକୁ ଆହୁରି ସଶକ୍ତ କରାଯିବ। ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ଓ ସୁଗମ କରିବା ପାଇଁ ଉପଯୁକ୍ତ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ ନିମନ୍ତେ ବ୍ୟବସ୍ଥା କରାଯିବ।

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In