• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଫେବୃୟାରୀ ୯ ରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା

by Voice of Victims
February 7, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଫେବୃୟାରୀ ୯ ରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା

ଭୁବନେଶ୍ଵର: ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ଓ ସ୍ୱାଭିମାନର ବିକାଶ ନିମନ୍ତେ ସର୍ବଦା ଚ଼େଷ୍ଟିତ ଓଏସଇଏଫଡ଼ି (OSEFD) ଓ‌ ଓଏସଏସଇଟିଏ (OSSETA) ସଂଘର‌ ମିଳିତରେ ଗଠିତ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ଓଡ଼ିଶାର ସମସ୍ତ ସାଧାରଣ ବିଦ୍ୟାଳୟରେ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆସନ୍ତା ଫେବୃୟାରୀ ୯ ତାରିଖ ଠାରୁ ଭୁବନେଶ୍ୱରର ଲୋୟର ପିଏମଜି ଠାରେ ବିଶାଳ ମହାସମାବେଶ ଏବଂ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ହେବାକୁ ଯାଉଛି। ସଂଘ ଏହା ପୂର୍ବରୁ ଦୀର୍ଘ ବର୍ଷ ଧରି ବିଭିନ୍ନ ମାଧ୍ୟମରେ ରାଜ୍ୟ ସରକାରଙ୍କ ପାଖରେ ଦାବି ଉପସ୍ଥାପନ କରିଆସୁଥିଲେ ମଧ୍ୟ ସରକାର ଆଦୌ କର୍ଣ୍ଣପାତ କରୁନାହାନ୍ତି। ଏହି ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ RPWD Act 2016,RTE Act 2009 ଅନୁସାରେ ନିୟମ ଓ ପ୍ରବନ୍ଧ ରହିଛି ଏବଂ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ‌କୁ ଦୁଇବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ରାଜ୍ୟ ସରକାର ଅଣଦେଖା କରୁଛନ୍ତି,ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ଆଶ୍ଚର୍ଯ୍ୟଜନକ। ଆମେ ମାନେ ସ୍ବତନ୍ତ୍ର ଶିକ୍ଷା ରେ ଡିପ୍ଲୋମା,ବି.ଇଡ଼ି ଓ ଏମ୍.ଇଡ଼ି କରି ଭାରତୀୟ ପୁନର୍ବାସ ପରିଷଦ ରେ ନାମ ପଞ୍ଜିକରଣ କରି ବେକାରୀ ହୋଇ ବସିଅଛୁ।ଆମେ ଯାହାଙ୍କୁ ପଢ଼ାଇବା ପାଇଁ ପ୍ରଶିକ୍ଷଣ ନେଇଛୁ, ସେହି ମାନଙ୍କୁ ପଢ଼ାଇବାରୁ ଆମକୁ ବଞ୍ଚିତ ରଖାଯାଉଛି। ଓଡ଼ିଶାର ସମସ୍ତ ସାଧାରଣ ବିଦ୍ୟାଳୟ ରେ ୧ ଲକ୍ଷରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଶିକ୍ଷା ଗ୍ରହଣ କରିବା ସହ ୭ ହଜାରରୁ ଉର୍ଦ୍ଧ୍ଵ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟିତ୍ରୀ ଗଣ ନିଯୁକ୍ତି ନ ପାଇ ବେକାରୀ ହୋଇ ବସିଅଛୁ।ଏଣୁ ଆମ ଆମର ହକ୍,ଅଧିକାର ଓ ସ୍ବତନ୍ତ୍ର ଶିକ୍ଷକ ର ପରିଚ଼ୟ ପାଇବା ପାଇଁ ଆସନ୍ତା ୯ ଫେବୃଆରୀ ମାସ ଠାରୁ ଭୁବନେଶ୍ୱର ର ଲୋୟର ପିଏମଜି ଠାରେ ଧାରଣାରେ ବସିବୁ। ରାଜ୍ୟ ସରକାର ଯେ ପର୍ଯ୍ୟନ୍ତ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ର ବିଜ୍ଞାପନ ବାହାର କରିନାହାନ୍ତି, ସେହି ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ କୁହାଯାଇଛି।

Post Views: 49
Share198Tweet124Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In