• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଜୁନ ୪ରେ ଭୋଟ ଗଣତି

by Voice of Victims
March 16, 2024
in ମୁଖ୍ୟ ଖବର, ରାଜ୍ୟ
ଜୁନ ୪ରେ ଭୋଟ ଗଣତି

ଭୁବନେଶ୍ୱର: ବାଜିଲା ୨୦୨୪ ନିର୍ବାଚନ ବିଗୁଲ । ନେତା ଓ ଭୋଟର ଯେଉଁ ତାରିଖକୁ ଦୀର୍ଘଦିନ ହେଲା ଅପେକ୍ଷା କରି ବସିଥିଲେ ତାହା ଏବେ ସାମନାକୁ ଆସିଛି । ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ) । ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଇସିଆଇ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ।  ଆଉ କେବେ ଓ କେତୋଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ ତାହା ସ୍ପଷ୍ଟ କରିଛନ୍ତି । ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାରଙ୍କ ସହିତ ଅନ୍ୟ ଦୁଇ ଆୟୁକ୍ତ ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ତଦନୁଯାୟୀ ଓଡ଼ିଶାରେ ଆସନ୍ତା ମେ ୧୩ରେ ଭୋଟ ଗ୍ରହଣ କରାଯିବ । ୪ଟି ପର୍ଯ୍ୟାୟରେ ଓଡ଼ିଶାରେ ଭୋଟ ଗ୍ରହଣ କରାଯିବ । ମେ ୧୩, ମେ ୨୦, ମେ ୨୫ ଓ ଜୁନ ୧ ତାରିଖରେ ଭୋଟ ଗ୍ରହଣ କରାଯିବ । ତେବେ ଜୁନ ୪ରେ ସାରା ଦେଶରେ ଭୋଟ ଗଣତି କରାଯିବ । ଉକ୍ତ ଦିନ ଉଭୟ ଲୋକସଭା ଓ ରାଜ୍ୟସଭା ଭୋଟ ଗଣତି କରାଯିବ । ଏହି ଅବସରରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର କହିଛନ୍ତି ଯେ ଦେଶରେ ମୋଟ ୯୭ କୋଟି ପଞ୍ଜିକୃତ ଭୋଟର ରହିଛନ୍ତି । ୯୭ କୋଟି ଭୋଟରଙ୍କ ପାଇଁ  ୧୦.୫ ଲକ୍ଷ ପୋଲିଂ ବୁଥ ରହିଛି । ଭୋଟ ଗ୍ରହଣ ପାଇଁ ଦେଢ କୋଟି ପୋଲିଂ ଅଫିସର ପ୍ରସ୍ତୁତ ହୋଇ ରହିଛନ୍ତି । ଭୋଟ ଗ୍ରହଣ ପାଇଁ ୫୫ଲକ୍ଷ ଇଭିଏମ ପ୍ରସ୍ତୁତ ହୋଇ ରହିଛି । ୧୮ରୁ ୨୯ ବର୍ଷର ବର୍ଗର ଭୋଟରଙ୍କ ସଂଖ୍ୟା ୨୧ କୋଟି ରହିଛି ।  ୮୫ ବର୍ଷରୁ ଅଧିକ ବୟସ୍କ ଭୋଟରଙ୍କ ସଂଖ୍ୟା ୮ ୨ଲକ୍ଷ । ୧୦୦ବର୍ଷରୁ ଅଧିକ ବୟସ୍କ ଭୋଟରଙ୍କ ସଂଖ୍ୟା ୨ ଲକ୍ଷ ୧୮ ହଜାର । ଦେଶରେ ୪୯.୭  କୋଟି ପୁରୁଷ ଓ ୪୭.୧ କୋଟି ମହିଳା ଭୋଟର ରହିଛନ୍ତି ।  ପ୍ରଥମ ଥର ପାଇଁ ୧କୋଟି ୮୨ ଲକ୍ଷ ନୂଆଭୋଟର ଭୋଟ ଦେବେ ବୋଲି ରାଜୀବ କୁମାର ସୂଚନା ଦେଇଛନ୍ତି ।  ଏହାଛଡ଼ା ସେ କହିଛନ୍ତି ଯେ ୮୫ ବର୍ଷରୁ ଅଧିକ ବୟସ୍କ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା କରାଯାଇଛି ।  ବୟସ୍କ ଭୋଟରମାନେ ଏଣିକି ଘରେ ରହି ଭୋଟ ଦେଇପାରିବ । ଘରେ ଫର୍ମ ପହଞ୍ଚାଇ ଦିଆଯିବ, ପରେ ସଂଗ୍ରହ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର କହିଛନ୍ତି । ଏହାଛଡ଼ା ଅପରାଧିକ ମାମଲା ଥିଲେ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥୀ ସେ ସମ୍ପର୍କରେ ବିଜ୍ଞାପନ ଜରିଆରେ ଜଣାଇବେ । ଖବରକାଗଜ, ଟିଭିରେ ୩ଥର ନିଜ ଅପରାଧ ବିବରଣୀ ଦେବେ । ରାଜନୈତିକ ଦଳ ମଧ୍ୟ ଏନେଇ ବିସ୍ତୃତ ସୂଚନା ଦେବେ । କାହିଁକି ଏଭଳି ପ୍ରାର୍ଥୀଙ୍କୁ ଟିକେଟ ଦେଲେ ରାଜନୈତିକ ଦଳଗୁଡ଼ିକୁ କାରଣ ଦର୍ଶାଇବେ ବୋଲି ରାଜୀବ କୁମାର କହିଛନ୍ତି ।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In