• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ, ଉପରାଷ୍ଟ୍ରପତି ଭାବେ ଆସନ୍ତାକାଲି ନେବେ ଶପଥ

by Voice of Victims
September 11, 2025
in ଦେଶ ବିଦେଶ, ମୁଖ୍ୟ ଖବର
ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ, ଉପରାଷ୍ଟ୍ରପତି ଭାବେ ଆସନ୍ତାକାଲି ନେବେ ଶପଥ

ନୂଆଦିଲ୍ଲୀ : ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି । ସିପି ରାଧାକ୍ରିଷ୍ଣନ ଇସ୍ତଫା ଦେବା ପରେ ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଙ୍କୁ ମହାରାଷ୍ଟ୍ର ରାଜ୍ୟପାଳ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ରାଷ୍ଟ୍ରପତି । ଆଚାର୍ଯ୍ୟ ଦେବବ୍ରତ ଗୁଜରାଟ ସହିତ ମହାରାଷ୍ଟ୍ର ରାଜ୍ୟପାଳ ଦାୟିତ୍ବ ସମ୍ଭାଳିବେ । ଆସନ୍ତାକାଲି ଅର୍ଥାତ୍ ସେପ୍ଟେମ୍ବର ୧୨ରେ ସିପି ରାଧାକ୍ରିଷ୍ଣନ ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ । ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ୪୫୨ ଭୋଟରେ ଜିତିଛନ୍ତି । ନିର୍ବାଚନ ଜିତିବା ପରେ ଦେଶର ଉପରାଷ୍ଟ୍ରପତି କାର୍ଯ୍ୟଭାର ସମ୍ଭାଳିବେ ସିପି ରାଧାକ୍ରିଷ୍ଣନ ।

ତାମିଲନାଡୁ ବାସୀ ସିପି ରାଧାକ୍ରିଷ୍ଣନ ଦୁଇଥର କୋୟମ୍ବାଟୁରର ସାଂସଦ ରହିଛନ୍ତି । ଭାରତୀୟ ଜନତା ପାର୍ଟିରେ ବହୁତ ଦିନରୁ ସକ୍ରିୟ ରହିଛନ୍ତି ।  ୨୦୨୪ ଜୁଲାଇ ୩୧ରେ ମହାରାଷ୍ଟ୍ରର ରାଜ୍ୟପାଳ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ ।  ପୂର୍ବରୁ ୨୦୨୩ ଫେବୃଆରୀ ୧୮ରୁ ୨୦୨୪ ଜୁଲାଇ ୩୦ତାରିଖ ଯାଏ ଝାଡ଼ଖଣ୍ଡର ରାଜ୍ୟପାଳ ଭାବେ କାର୍ଯ୍ୟ କରିଥିଲେ ।  ୨୦୨୪ ମାର୍ଚ୍ଚରୁ ଅଗଷ୍ଟ ଯାଏ ପୁଡୁଚେରୀର ଉପରାଜ୍ୟପାଳ ଭାବେ କାର୍ଯ୍ୟ କରିଥିଲେ ।  ସେହି ସମୟରେ ମାର୍ଚ୍ଚରୁ ଜୁଲାଇ ଯାଏ ତେଲଙ୍ଗାନାର ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇଥିଲେ ।

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନୂଆଦିଲ୍ଲୀ ସ୍ଥିତି ନୂଆ ସଂସଦ ଭବନରେ ସକାଳ ୧୦ରୁ ସନ୍ଧ୍ୟା ୫ଟା ଯାଏଁ ନିର୍ବାଚନ ହୋଇଥିଲା । ସିପି ରାଧାକ୍ରିଷ୍ଣନ ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କୁ ହରାଇ ମ୍ୟାଚ୍ ଜିତିଛନ୍ତି । ସୁଦର୍ଶନ ରେଡ୍ଡୀ ସୁପ୍ରିମକୋର୍ଟର ପୂର୍ବ ଜଜ୍ ରହିଥିଲେ । ସୁଦର୍ଶନ ଓସମାନିଆ ବିଶ୍ୱବିଦ୍ୟାଳୟର ଆଇନଗତ ପରାମର୍ଶଦାତା ଭାବେ କାର୍ଯ୍ୟ କରିଛନ୍ତି  । ୧୯୯୫ ମେ ୨ ତାରିଖରେ ଆନ୍ଧ୍ର ହାଇକୋର୍ଟର ସ୍ଥାୟୀ ବିଚାରପତି ଥିଲେ ସୁଦର୍ଶନ । ୧୯୭୧ ଡିସେମ୍ବର ୨୭ରେ ଆନ୍ଧ୍ରପ୍ରଦେଶ ବାର କାଉନସିଲରେ ଓକିଲ ଥିଲେ ସୁଦର୍ଶନ ରେଡ୍ଡୀ ।

Post Views: 37
Share198Tweet124Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In