• About Us
  • Contact Us
Tuesday, May 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସମୀକ୍ଷା କଲେ ସିଏସ୍‌: ୭ରେ ରଥଯାତ୍ରା ଦର୍ଶନ, ୮ରେ ସମୁଦ୍ରକୂଳରେ ମର୍ଣ୍ଣିୱାକ୍

by Voice of Victims
July 1, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସମୀକ୍ଷା କଲେ ସିଏସ୍‌: ୭ରେ ରଥଯାତ୍ରା ଦର୍ଶନ, ୮ରେ ସମୁଦ୍ରକୂଳରେ ମର୍ଣ୍ଣିୱାକ୍

ଭୁବନେଶ୍ୱର : ଆସନ୍ତା ଜୁଲାଇ ୬ ରୁ ୯ ତାରିଖ ପର୍ଯ୍ୟନ୍ତ ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓଡ଼ିଶା ଗସ୍ତ କରିବେ ଏବଂ ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦାନ ମଧ୍ୟ କରିବେ । ତେଣୁ ରାଷ୍ଟ୍ରପତିଙ୍କ ସଡ଼ିଶା ଗସ୍ତ ପୂର୍ବରୁ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏହାର ପ୍ରସ୍ତୁତି ସସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରପତି ଜୁଲାଇ ୬ ତାରିଖ ସନ୍ଧ୍ୟାରେ ଜୟଦେବ ଭବନଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ । ୭ ତାରିଖରେ ପୁରୀ ଗସ୍ତ କରି ଅପରାହ୍ଣରେ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦର୍ଶନ କରିବେ । ୮ ତାରିଖ ପ୍ରତ୍ୟୁଷରେ ରାଷ୍ଟ୍ରପତିଙ୍କର ପୁରୀ ସମୁଦ୍ରକୂଳରେ ମର୍ଣ୍ଣିୱାକ୍ କାର୍ଯ୍ୟକ୍ରମ ରହିଛି । ଏହା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ପୂର୍ବାହ୍ନରେ ଖଣ୍ଡଗିରି ଏବଂ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫ୍ଟସ୍ ର ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବେ । ସେଦିନ ଅପରାହ୍ଣରେ ସେ ଭୁବନେଶ୍ୱର ମେଣ୍ଢାଶାଳ ହରିଡାମଡ଼ା ସ୍ଥିତ ଡିଭାଇନ୍ ରିଟ୍ରିଟ୍ ସେଣ୍ଟର (ଡିଆରସି)ରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ୯ ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର)ର ତ୍ରୟୋଦଶ ସ୍ନାତକ ସମାରୋହ ଉତ୍ସବରେ ଯୋଗଦାନ କରି ଅପରାହ୍ଣରେ ରାଷ୍ଟ୍ରପତି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ରାଷ୍ଟ୍ରପତି ଓଡିଶାରେ ପହଞ୍ôଚବା ଏବଂ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ବ୍ୟାପକ ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ପୁଙ୍ଖାନୁପୂଙ୍ଖ ଅବଗତ ହୋଇଥିଲେ । ଏ ସଂପର୍କରେ ସେ ବିଭିନ୍ନ ପ୍ରସଙ୍ଗରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ପୁଲିସ୍ କର୍ତ୍ତୃପକ୍ଷଙ୍କ ସହିତ ବିସ୍ତୃତ ଆଲୋଚନା କରିଥିଲେ । ପୁରୀ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ । ବୈଠକରେ ରାଷ୍ଟ୍ରପତିଙ୍କର ରହଣି, ସୁରକ୍ଷା ବ୍ୟବସ୍ଥା, ସ୍ୱାସ୍ଥ୍ୟସେବା ଓ ଚିକିତ୍ସା, ଆମ୍ବୁଲାନ୍‌, ଉତ୍ସବ ସ୍ଥଳକୁ ଯାତାୟତ ରାସ୍ତାର ରକ୍ଷଣାବେକ୍ଷଣ ଓ ତଦାରଖ, ରାସ୍ତାର ପରିମଳ ବ୍ୟବସ୍ଥା, ସମସ୍ତ କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହକୁ ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କାର୍ଯ୍ୟକ୍ରମ ସ୍ଥଳରେ ମଧ୍ୟ ପାନୀୟଜଳ ଯୋଗାଣ, ବସିବା ବ୍ୟବସ୍ଥା, ବେରିକେଡିଂ ବ୍ୟବସ୍ଥା, କାରକେଡ୍ ବ୍ୟବସ୍ଥା, ଆବଶ୍ୟକ ପାସ୍ ବ୍ୟବସ୍ଥା, କାର୍ଯ୍ୟକ୍ରମର ଗଣମାଧ୍ୟମରେ ପ୍ରସାର ଓ ସୂଚନା ପ୍ରଦାନ ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳକୁ ଇଣ୍ଟରନେଟ୍ ସୁବିଧା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ଗୃହ ବିଭାଗ ତରଫରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବା ଆଦି ସଂପର୍କରେ ବୈଠକରେ ବ୍ୟାପକ ଭାବେ ଆଲୋଚନା କରାଯାଇଥିଲା । ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ସଂପାଦନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ପ୍ରତ୍ୟେକ କାର୍ଯ୍ୟକୁ ଭଲଭାବେ ତଦାରଖ ଓ ସମନ୍ୱୟ ରଖିବାକୁ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ଆଜିର ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ଦେଓରଂଜନ କୁମାର ସିଂ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ସଂପୃକ୍ତ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବ, ରାଜ୍ୟ ପୁଲିସ୍ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀଙ୍କ ସମେତ ରାଜ୍ୟ ପୁଲିସ୍ ର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ରାଜ୍ୟ ଗୃହ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଡଃ. ସନ୍ତୋଷ ବାଲା ରାଷ୍ଟ୍ରପତିଙ୍କ ଗସ୍ତ ପରିପ୍ରେକ୍ଷୀରେ ବିସ୍ତୃତ ସୂଚନା ଉପସ୍ଥାପନ କରିଥିଲେ ।

Post Views: 38
Tags: CS reviews President's visit to Odisha: Rathyathara Darshan on 7th
Share198Tweet124Send
Voice of Victims

Voice of Victims

Recent Posts

  • ଦ୍ୱିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା
  • ମୌସୁମୀ ପାଇଁ ପାଗ ଅନୁକୂଳ, ସପ୍ତାହ ଶେଷ ସୁଦ୍ଧା ଛୁଇଁବ ଦକ୍ଷିଣ ବଙ୍ଗୋପସାଗର
  • ଓଡ଼ିଶା ଆସିବେ ନୀତିନ ନବୀନ
  • ବାଲିଅନ୍ତା ହତ୍ୟା ମାମଲାରେ ଆଉ ଜଣେ ଗିରଫ, ୧୨ରେ ପହଞ୍ଚିଲା ଗିରଫଦାରୀ
  • NEET (UG) ୨୦୨୬ ପରୀକ୍ଷା ବାତିଲ, ଆଉ ଥରେ ହେବ ପରୀକ୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In