• About Us
  • Contact Us
Saturday, August 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆରବ ସାଗରରେ ବଳ ଗୋଟାଉଛି ବାତ୍ୟା ‘ଶକ୍ତି’, ଘଣ୍ଟା ପ୍ରତି ୬୫ କିମି ବେଗରେ ବହୁଛି ପବନ

by Voice of Victims
October 4, 2025
in ଆଞ୍ଚଳିକ ଖବର, ଦେଶ ବିଦେଶ, ମୁଖ୍ୟ ଖବର
ବାତ୍ୟା ଖବରକୁ ଖଣ୍ଡନ କଲା ପାଣିପାଗ ବିଭାଗ; ଜାଣନ୍ତୁ କ’ଣ କହିଲା IMD?

ଭୁବନେଶ୍ବର: ମାଡ଼ି ଆସୁଛି ବାତ୍ୟା ‘ଶକ୍ତି’। ଆରବ ସାଗରରେ ବଳ ଗୋଟାଉଛି ବାତ୍ୟା ‘ଶକ୍ତି’ । ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଏହା ନାଲିୟାଠାରୁ ୨୭୦ କିଲୋମିଟର ଦକ୍ଷିଣ-ପଶ୍ଚିମରେ ରହିଛି । ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୮ରୁ ୧୨ କିଲୋମିଟର ବେଗରେ ଗତି କରୁଛି। ଘଣ୍ଟା ପ୍ରତି ୬୫ କିମି ବେଗରେ ପବନ ବହୁଛି। ଗୁଜରାଟ-ମହାରାଷ୍ଟ୍ର ଉପକୂଳରେ ଝଡ଼ ସାଙ୍ଗକୁ ସମୁଦ୍ର ଅଶାନ୍ତ ରହିଛି । ମତ୍ସ୍ୟଜୀବୀମାନେ ଅକ୍ଟୋବର ୬ ଯାଏଁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ବାତ୍ୟା ‘ଶକ୍ତି’ ର ନାମକରଣ କରିଛି ଶ୍ରୀଲଙ୍କା । ‘ଶକ୍ତି’ର ଅର୍ଥ ହେଉଛି ବଳ । ଚଳିତ ବାତ୍ୟା ଋତୁରେ ଏହା ହେଉଛି ପ୍ରଥମ ବାତ୍ୟା ।

ଉତ୍ତରପୂର୍ବ ଆରବସାଗରରେ କେନ୍ଦ୍ରୀଭୂତ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ଦ୍ୱାରକାଠାରୁ ୨୪୦ ଏବଂ ପୋରବନ୍ଦରଠାରୁ ୨୭୦ କିଲୋମିଟର ଦୂରରେ ରହିଛି ଗଭୀର ଅବପାତ । ପାକିସ୍ତାନ କରାଚିରୁ ୪୦୦ କି.ମି. ଦକ୍ଷିଣରେ ଅବସ୍ଥିତ ରହିଛି । ଗତ ୬ ଘଣ୍ଟା ହେଲା ପଶ୍ଚିମ -ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାକୁ ୧୩ କିଲୋମିଟର ବେଗରେ ଆଗକୁ ବଢ଼ୁଛି। ଆଗାମୀ ୧୨ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଏକ ବାତ୍ୟାରେ ପରିଣତ ହେବ । ଏହାର ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଭୀଷଣ ବାତ୍ୟାରେ ପରିଣତ ହେବା ଅନୁମାନ କରିଛି ଆଇଏମଡି। ଅକ୍ଟୋବର ୩ରୁ ୬ ତାରିଖ ପର୍ଯ୍ୟନ୍ତ ଅଶାନ୍ତ ରହିବ ଆରବ ସାଗର । ଗୁଜରାଟ, ଉତ୍ତର ମହାରାଷ୍ଟ୍ର ଓ ପାକିସ୍ତାନ ଉପକୂଳଅକ୍ଟୋବର ୫ ପର୍ଯ୍ୟନ୍ତ ଅତ୍ୟନ୍ତ ଅଶାନ୍ତ ରହିବ ।

ସେପଟେ ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁଁ ଗଜପତି ଜିଲ୍ଲାରେ ଉତ୍ତରାଖଣ୍ଡ ଭଳି ଜଳ ପ୍ରଳୟର ଦୃଶ୍ୟ ଦେଖିବାକୁ ମିଳିଛି । ରାସ୍ତା ଉପରେ ପାଣି ପ୍ରବାହିତ ହେଉଛି । ଘର ଭିତରେ ବି ପାଣି ପଶି ଯାଇଛି, କାର ବୁଡି ରହିଛି । କେତେକ ସ୍ଥାନରେ ରାସ୍ତା ଓ କଲଭେର୍ଟ ଉଭୟ ଭାସିଯାଇଛି। ଅନେକ ସ୍ଥାନରେ ରାସ୍ତା ଉପରେ ବିରାଟ କାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ମୋହନା ବ୍ଲକର ପାପାଏଜୁ ଗାଁ ନିକଟ ଘାଟିର ଦୁର୍ଗମ ପାହାଡ଼ରେ ଭୂସ୍ଖଳନ ହୋଇ ମାଟି ଅତଡ଼ା ଖସିଛି । ଫଳରେ ୨୦ରୁ ଅଧିକ ଗାଁକୁ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି ।

Post Views: 54
Share198Tweet124Send
Voice of Victims

Voice of Victims

Recent Posts

  • ଭାରତରେ ପୁଣି ଭୂକମ୍ପ ଝଟକା, ନାସିକରେ ଦୁଇଥର ଥରିଲା ଭୂମି
  • ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In