• About Us
  • Contact Us
Thursday, August 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଟଳିଲା ବାତ୍ୟା ଆଶଙ୍କା, ପଛକୁ ପଛ ସୃଷ୍ଟି ହେଲା ୩ ଟି ଲଘୁଚାପ

by Voice of Victims
October 21, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ବାତ୍ୟା ଖବରକୁ ଖଣ୍ଡନ କଲା ପାଣିପାଗ ବିଭାଗ; ଜାଣନ୍ତୁ କ’ଣ କହିଲା IMD?

ଭୁବନେଶ୍ୱର : ବଙ୍ଗୋପସାଗରରେ ଟଳିଲା ବାତ୍ୟା ଆଶଙ୍କା । ଆଗକୁ ଆସୁଛି ଆଉ ଏକ ଲଘୁଚାପ । ପଛକୁ ପଛ ୩ ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସ୍ପଷ୍ଟ କଲା ପାଣିପାଗ ବିଭାଗ ।ବିଭିନ୍ନ ପାଣିପାଗ ମଡେଲର ଆକଳନ ଅନୁଯାୟୀ, ୨୩ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗର ଉପରିଭାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ୨୪-୨୫ ତାରିଖ ବେଳକୁ ସମାନ ଅଞ୍ଚଳରେ ଏକ ଲଘୁଚାପର ସମ୍ଭାବନା ରହିଛି ।  ପୁଣି ୨ ୯ ବେଳକୁ ଆଉ ଏକ ଲଘୁଚାପର ସୃଷ୍ଟି ହେବା ଆଶଙ୍କା ରହିଛି ।

ଏହା ଘନୀଭୂତ ହୋଇପାରେ ବୋଲି ମଡେଲଗୁଡ଼ିକ ଆକଳନ କରିଛନ୍ତି ।  ଏପଟେ ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ଅପରାହ୍ଣରେ ଅବପାତରେ ପରିଣତ ହେବ । ଉତ୍ତର ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡ଼କୁ ଗତି କରିବ । ପରବର୍ତ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ୫ ଦିନ ଯାଏଁ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର ବର୍ଷାର ପ୍ରଭାବ ରହିବ ।

ଆଜି ବିଜୁଳି, ଘଡ଼ଘଡି ପାଇଁ ମାଲକାନଗିରି, କୋରାପୁଟ ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ,କଟକ, ଜଗତସିଂହପୁର,କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।

Post Views: 54
Share198Tweet124Send
Voice of Victims

Voice of Victims

Recent Posts

  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ଅଙ୍ଗଦାନ ଦିବସ ପାଳନ
  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In