ଭୁବନେଶ୍ୱର: ବାତ୍ୟା ପ୍ରଭାବରେ ୨୬ ତାରିଖରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୭୦ରୁ ୮୦ କିଲୋମିଟର ବେଗରେ ପବନ ବହିପାରେ । ଝଟକା ପବନର ବେଗ ୯୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ । ଉପକୂଳ ନିକଟକୁ ଆସିବା ସହ ବାତ୍ୟା ଆହୁରି ଶକ୍ତିଶାଳୀ ହେବାର ଆଶଙ୍କା ମଧ୍ୟ ରହିଛି ।
ବିଶେଷକରି ୨୮ ତାରିଖରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ । ୨୭ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଓଡ଼ିଶାର ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାର ୧୧ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୮ରେ ବଢିବ ବର୍ଷାର ପରିମାଣ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗତପତି ଓ ଗଞ୍ଜାମକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ୨୮ରୁ ୨୯ ତାରିଖ ପର୍ଯ୍ୟନ୍ତ ବିପଦପୂର୍ଣ୍ଣ ସମୁଦ୍ର ଅଞ୍ଚଳକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।
