• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

‘ଦାନା’ କ୍ଷୟକ୍ଷତି ଆକଳନ: ୨୪ରେ ଆସିବ କେନ୍ଦ୍ରୀୟ ଟିମ୍‌

by Voice of Victims
November 20, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
‘ଦାନା’ କ୍ଷୟକ୍ଷତି ଆକଳନ: ୨୪ରେ ଆସିବ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର : ବାତ୍ୟା ‘ଦାନା’ ଓ ପରବର୍ତ୍ତୀ ବନ୍ୟା ପରିସ୍ଥିତିଜନିତ କ୍ଷୟକ୍ଷତିର ଆକଳନ ପାଇଁ ଆସନ୍ତା ୨୪ତାରିଖରେ କେନ୍ଦ୍ର ସରକାରଙ୍କ ଆନ୍ତଃମନ୍ତ୍ରଣାଳୟ ଟିମ୍ ଓଡ଼ିଶା ଆସିବ। ଏହି ଟିମ୍ ୨୭ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହି ପ୍ରଭାବିତ ୩ଟି ଜିଲ୍ଲା ଗସ୍ତ କରିବା ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିବ ବୋଲି ଜଣାପଡ଼ିଛି। ଆଜି ଏ ସମ୍ପର୍କରେ ସୂଚନା ଦେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ‘ଦାନା’ କ୍ଷୟକ୍ଷତିର ଆକଳନ ପାଇଁ କେନ୍ଦ୍ରୀୟ ଟିମ୍ ୨୪ତାରିଖରେ ଓଡ଼ିଶା ଆସିବେ। ୨୭ତାରିଖ ପର୍ଯ୍ୟନ୍ତ ପ୍ରଭାବିତ ୩ଟି ଜିଲ୍ଲାକୁ ଗସ୍ତ କରି ସ୍ଥିତିର ଅନୁଧ୍ୟାନ କରିବେ। ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ପିକେ ରାଏଙ୍କ ନେତୃତ୍ୱରେ ୭ଜଣିଆ ଟିମ୍ ଓଡ଼ିଶା ଆସୁଛନ୍ତି। ସେମାନେ ୨୫ରେ ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଯାଇ କ୍ଷୟକ୍ଷତି ଆକଳନ ଓ ସ୍ଥିତି ପରଖିବେ। ୨୬ତାରିଖରେ ଲୋକସେବା ଭବନରେ ମୁଖ୍ୟ ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିବେ। ରାଜ୍ୟ ସରକାର କ୍ଷୟକ୍ଷତି ଆକଳନ ରିପୋର୍ଟ ଦେବେ। କେନ୍ଦ୍ରୀୟ ଟିମ୍ ଗସ୍ତବେଳେ ଜିଲ୍ଲାପାଳମାନେ ରହିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଏହି କେନ୍ଦ୍ରୀୟ ଟିମ୍ ଫେରିଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରୀୟ ଟିମ୍ ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ସହାୟତା ରାଶି ଆସିବ। ତେବେ ପ୍ରତ୍ୟେକ ବର୍ଷ ପ୍ରାକୃତିକ ବିପର୍ଯ୍ୟୟ ଶୀକାର ଓଡ଼ିଶା ହେଉଥିବାରୁ ଭିତ୍ତିଭୂମି କ୍ଷୟକ୍ଷତିର ସ୍ଥାୟୀ ସମାଧାନ ପାଇଁ ସ୍ୱତନ୍ତ୍ର ଅର୍ଥ ମଗାଯିବ ଓ ଏନେଇ ବିଶେଷଜ୍ଞମାନଙ୍କ ସହ ବିଚାରବିମର୍ଶ ଚାଲିଛି ବୋଲି ଶ୍ରୀ ପୂଜାରୀ କହିଛନ୍ତି। ଶ୍ରୀ ରାଏଙ୍କ ନେତୃତ୍ୱରେ କେନ୍ଦ୍ର ସରକାରଙ୍କ କୃଷି ବିଭାଗର ନିର୍ଦ୍ଦେଶକ ଡଃ ମାନ ସିଂଙ୍କ ସମେତ ଅନ୍ୟ ସଦସ୍ୟମାନଙ୍କୁ ୨୪ତାରିଖ ସୁଦ୍ଧା ଭୁବନେଶ୍ୱରରେ ପହଞ୍ଚିବାକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି। ସୂଚନାଯୋଗ୍ୟ, ବାତ୍ୟା ‘ଦାନା’ ଯୋଗୁ ୬୧୬.୨୦କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା ରାଜ୍ୟ ସରକାର ଆକଳନ କରିଛନ୍ତି।

Post Views: 37
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In