ରଣପୁର(ଭିଓଭି) : ଗତ କାଲି ରାତିରେ ଅସୁସ୍ଥ ଦନ୍ତାର ମୃତ୍ୟୁ ହୋଇ ଯାଇଥିବା ଜଣାପଡିଛି। ନୟାଗଡ଼ ଜିଲ୍ଲା ରଣପୁର ବନ ବିଭାଗ ଅଧୀନରେ ଥିବା କାଞ୍ଚନପୁର କାଜୁ ଜଙ୍ଗଲରେ ଏକ ଅସୁସ୍ଥ ଦନ୍ତା ହାତୀ ଏବେ କିଛି ଦିନ ହେବ ବୁଲୁ ଥିବା ଦେଖିବାକୁ ମିଳିଥିଲା | ଏ ନେଇ ସ୍ଥାନୀୟ ଗ୍ରାମବାସୀମାନେ ବନ ବିଭାଗରେ ଜଣାଇ ଥିଲେ। ବିଭିନ୍ନ ଗଣ ମାଧ୍ୟମରେ ମଧ୍ୟ ଏହି ଖବର ପରିବେଷଣ କରାଯାଇଥିଲା। ତୁରନ୍ତ ବନ ବିଭାଗ ହାତୀଟିକୁ ଟାଙ୍କୁ ଲାଇଜାର କରି ଚିକିତ୍ସା କରିବା ପାଇଁ ସ୍ଥାନୀୟ ଗ୍ରାମବାସୀମାନେ ଦାବି କରିଥିଲେ। ଯାହା ଫଳରେ ଆଜି ଅସୁସ୍ଥ ଦନ୍ତାକୁ ଟ୍ରାଙ୍କୁଲାଇଜ କରି ଚିକିତ୍ସା କରିବା ଆରମ୍ଭ କରିଥିଲା ବନ ବିଭାଗ। ହାତୀକୁ ଚିକିତ୍ସା କରିବା ପାଇଁ ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିଶେଷଜ୍ଞ ଦଳ ଆସିଥିଲେ | କିନ୍ତୁ ଗୋଟାଏ ଦିନ ଚିକିତ୍ସା କରି ସେମାନେ ସେଠାରୁ ପଳାଇ ଯାଇଥିଲେ। ଚିକିତ୍ସା ପରେ ମଧ୍ୟ ହାତୀଟିର ଅବସ୍ଥାରେ କୌଣସି ଉନ୍ନତି ପରିଲକ୍ଷିତ ହୋଇ ନ ଥିଲା | ଏପରିକି ହାତୀଟି ଠିଆ ହେବା ପାଇଁ ଅସମର୍ଥ ହୋଇଥିଲା | ହାତୀର ଆଗ ପଟ ଗୋଡ଼ରେ ଗଭୀର କ୍ଷତ ସହ ସଂକ୍ରମଣ ଥିଲା। ଗତ କାଲି ରାତିରେ ଅସୁସ୍ଥ ଦନ୍ତା ହାତୀର ମୃତ୍ୟ ହୋଇଯାଇଥିବା ଜଣାପଡିଛି।
