• About Us
  • Contact Us
Thursday, August 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବରଗଡ଼ ଧନୁଯାତ୍ରା ପାଇଁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ନିଷ୍ପତ୍ତି, ସଂସ୍କୃତି ବିଭାଗ ପକ୍ଷରୁ ଅର୍ଥ ରାଶି ମଞ୍ଜୁର

by Voice of Victims
December 4, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ବରଗଡ଼ ଧନୁଯାତ୍ରା ପାଇଁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ନିଷ୍ପତ୍ତି, ସଂସ୍କୃତି ବିଭାଗ ପକ୍ଷରୁ ଅର୍ଥ ରାଶି ମଞ୍ଜୁର

ଭୁବନେଶ୍ୱର: ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ । ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।ଚଳିତ ବର୍ଷ ଡ଼ିସେମ୍ବର ୨୪ ତାରିଖରୁ ଜାନୁଆରୀ ୩, ୨୦୨୬ ରିଖ ପର୍ଯ୍ୟନ୍ତ ବରଗଡ଼ରେ ଧନୁଯାତ୍ରା ମହୋତ୍ସବର ଆୟୋଜନ କରାଯିବ। ଧନୁଯାତ୍ରା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଅନୁଦାନ ରାଶି ପ୍ରଦାନ କରାଯିବା ସହିତ ଧନୁଯାତ୍ରାରେ ଭାଗନେଉଥିବା ପ୍ରାୟତଃ ୨୦୦ ଜଣ କଳାକାରମାନଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ରାଶି ପ୍ରଦାନ କରାଯିବ।

ଏଥିସହିତ ଧନୁଯାତ୍ରାର ବ୍ୟାପକ ପ୍ରଚାର ଓ ପ୍ରସାର ନିମନ୍ତେ ଏଲ.ଇ.ଡ଼ି ପରଦା ମାଧ୍ୟମରେ ଧନୁଯାତ୍ରାର ସିଧା ପ୍ରସାରଣ କରାଯିବ। ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ଓଡ଼ିଶା ବାହାରର ବିଭିନ୍ନ ରାଜ୍ୟରେ ମଧ୍ୟ ଏଲ. ଇ. ଡ଼ି ପରଦା ମାଧ୍ୟମରେ ଧନୁଯାତ୍ରାର ସିଧାପ୍ରସାରଣ କରାଯିବ।ବରଗଡ଼ ସହରର ମୁଖ୍ୟ ପ୍ରବେଶ ଦ୍ୱାରାମାନଙ୍କରେ ଧନୁଯାତ୍ରା ଥିମ୍ ସମ୍ବନ୍ଧୀୟ ଗେଟ୍ ନିର୍ମାଣ କରିବା ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଛି। ଧନୁଯାତ୍ରା ସମୟରେ ପୁରୀ ଏବଂ ଭୁବନେଶ୍ୱରରୁ ବରଗଡ଼ ଅଭିମୁଖେ ସ୍ୱତନ୍ତ୍ର ଟୁରିଷ୍ଟ ବସ୍ ଚଳାଇବା ନିମନ୍ତେ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ଏଥିସହିତ ଧନୁଯାତ୍ରା ସମ୍ବନ୍ଧୀୟ ସମସ୍ତ ତଥ୍ୟ ପ୍ରଦାନ କରିବା ନିମନ୍ତେ ଏକ ସ୍ୱତନ୍ତ୍ର ୱେବସାଇଟ ମଧ୍ୟ କରାଯିବ ଯେଉଁଥିରେ ଧନୁଯାତ୍ରାର ଚିତ୍ରାୟନ, ସମସ୍ତ ଦୃଶ୍ୟାବଳୀ, ସହରରେ ଥିବା ପ୍ରମୁଖ ହୋଟେଲ, ପାର୍କିଂ ସ୍ଥାନ, ମହୋତ୍ସବ ସ୍ଥାନ ସମ୍ବନ୍ଧୀୟ ବିବରଣୀ ଏବଂ ଜିପିଏସ ସିଷ୍ଟମକୁ ମଧ୍ୟ ସ୍ଥାନିତ କରାଯିବ ଯାହା ଦ୍ୱାରା କି ସମସ୍ତ ଜନସାଧାରଣମାନେ ଅତି ସହଜରେ ସମସ୍ତ ତଥ୍ୟ ପାଇପାରିବେ।

ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଧନୁଯାତ୍ରା ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ୱେବସାଇଟରେ ଏକ ଡିଜିଟାଲ କୁଇଜ ଅନୁଷ୍ଠିତ କରାଯାଇ ଡିଜିଟାଲ ପ୍ରମାଣପତ୍ର ପ୍ରଦାନ କରାଯିବାର ମଧ୍ୟ ବ୍ୟବସ୍ଥା ରହିବ।ଧନୁଯାତ୍ରାର ସଫଳ ଆୟୋଜନ ନିମନ୍ତେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ଯଥା ସୁରକ୍ଷା, ଅଗ୍ନିଶମ, ସ୍ଵଚ୍ଛତା, ଆଶୁ ଚିକିତ୍ସା ଏବଂ ସମସ୍ତ ପ୍ରଶାସନିକ ବନ୍ଦୋବସ୍ତକୁ ସୁନିଶ୍ଚିତ କରିବା ନିମନ୍ତେ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ ସମସ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ, ଆମ ଗୌରବମୟ ସଂସ୍କୃତି ଓ ଐତିହ୍ୟର ଜୟଯାତ୍ରା ହେଉଛି ଧନୁଯାତ୍ରା ।

ଏହି ସମୟରେ ବରଗଡ଼ ସହରକୁ ମଥୁରା ନଗରୀ, ଅମ୍ବାପାଲି ଅଞ୍ଚଳକୁ ଗୋପପୁର, ଜୀରା ନଦୀକୁ ଯମୁନା ନଦୀର ନାମରେ ନାମିତ କରାଯାଏ । ଧନୁଯାତ୍ରା ମହୋତ୍ସବକୁ ଚଳିତ ଥର ଦିବ୍ୟ, ଭବ୍ୟ ଓ ଆଡ଼ମ୍ବରର ସହ ପାଳନ କରାଯିବ ବୋଲି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଥିଲେ ।ବୈଠକରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ବିଜେପୁର ବିଧାୟକ ସନତ କୁମାର ଗର୍ତିଆ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ଭଟଲି ବିଧାୟକ ଈରାଶିଷ ଆଚାର୍ଯ୍ୟ, ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ,ପଦ୍ମପୁର ବିଧାୟକ ବର୍ଷା ସିଂ ବରିହା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ବିଜୟ କେତନ ଉପାଧ୍ୟାୟ, ସ୍ୱତନ୍ତ୍ର ଶାସନ ସଚିବ ଦେବ ପ୍ରସାଦ ଦାଶ, ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ପ୍ରମୁଖ ଉପସ୍ଥିତ ଥିଲେ।

Post Views: 61
Share198Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!
  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In