ନୂଆଦିଲ୍ଲୀ : ଆକ୍ରମଣ ପରେ ବଢିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା । ରେଖା ଗୁପ୍ତାଙ୍କୁ Z କ୍ୟାଟଗୋରୀ ସୁରକ୍ଷା ପ୍ରଦାନ କଲେ କେନ୍ଦ୍ର ସରକାର । ଆକ୍ରମଣ ଘଟଣା ପରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇଲା ଗୃହ ମନ୍ତ୍ରଣାଳୟ । କାଲି ଜନଶୁଣାଣି ବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ହୋଇଥିଲା ।
ଜଣଶୁଣାଣି ସମୟରେ ଅଭିଯୋଗ ପାଇଁ ଆସୁଥିବା ଅଭିଯୋଗକାରୀଙ୍କୁ ଭେରିଫାଏ କରାଯିବ । ଏହାପରେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଛଡାଯିବ ରେଖା ଗୁପ୍ତାଙ୍କ ସୁରକ୍ଷା ଦାୟିତ୍ବରେ ରହିବେ CRPF ଯବାନ । ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ପରେ ସୁରକ୍ଷାକୁ ନେଇ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ଏଥିରେ ସିକ୍ୟୁରିଟିକୁ ନେଇ ବିଚାର କରାଯିବ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି ।
ଗତକାଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ସିଭିଲ ଲାଇନ୍ସ ସ୍ଥିତ ସରକାରୀ ବାସଭବନରେ ଜନଶୁଣାଣି କରୁଥିବା ସମୟରେ ଆକ୍ରମଣର ଶିକାର ହୋଇଥିଲେ । ଏହାପରେ ଆକ୍ରମଣକାରୀଙ୍କୁ ଗିରଫ କରିଥିଲା ପୋଲିସ । ଅଭିଯୁକ୍ତ ଜଣକ ୪୧ ବର୍ଷୀୟ ଗୁଜରାଟ ରାଜକୋଟର ବାସିନ୍ଦା ରାଜେଶ ଖିମଜୀ ।
ମୁଖ୍ୟମନ୍ତ୍ରୀ ନିଜ ବାସଭବନରେ ସାପ୍ତାହିକ ଜନଶୁଣାଣି କରୁଥିବାବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଉପରେ ଆକ୍ରମଣ ଉଦ୍ୟମ ହୋଇଥିଲା । ଯେତେବେଳେ ମୁଖ୍ୟମନ୍ତ୍ରୀ ଜନଶୁଣାଣି କରୁଥିଲେ, ଜଣେ ବ୍ୟକ୍ତି ତାଙ୍କ ଅଭିଯୋଗ ନେଇ ସେଠାରେ ପହଞ୍ଚିଥିଲେ । ଏହି ସମୟରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଚାପୁଡ଼ା ମାରିଥିଲେ । ସେ ପ୍ରଥମେ ମୁଖ୍ୟମନ୍ତ୍ରୀଙ୍କୁ କିଛି କାଗଜପତ୍ର ଦେଇଥିଲେ, ତା’ପରେ ଚିତ୍କାର କରିବା ଆରମ୍ଭ କରିଥିଲେ ଏବଂ ତାଙ୍କୁ ଚାପୁଡ଼ା ମାରିଥିଲେ ।
