• About Us
  • Contact Us
Thursday, August 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସୁଲୋଚନାଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

by Voice of Victims
September 7, 2024
in ମୁଖ୍ୟ ଖବର, ରାଜ୍ୟ
ସୁଲୋଚନାଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ସ୍ଥାନୀୟ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭ ଉଦ୍‌ଘାଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝି ଏହାର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇ କହିଥିଲେ, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ଏବଂ ଆମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଆପଣମାନେ ରାତି ଅନିଦ୍ରା ନ ହୋଇ ଗହଳି ନ କରି ଅପେକ୍ଷା କରନ୍ତୁ। ସୁଭଦ୍ରା ସଚେତନତା ରଥ ଆସନ୍ତା ୧୬ ତାରିଖ ଯାଏ ବୁଲି ସଚେତନତା ସୃଷ୍ଟି କରିବ। ରାଜ୍ୟବ୍ୟାପୀ ଗାଁଠୁ ସହର ପର୍ଯ୍ୟନ୍ତ ଏହି ସଚେତନତା ରଥ ବୁଲିବ। ବର୍ଷକୁ ୨ଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ମିଳିବ। ଏହା ୫ ବର୍ଷରେ ୫୦ ହଜାର ଟଙ୍କା ପ୍ରତ୍ୟେକ ହିତାଧିକାରୀଙ୍କୁ ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ଏହି କାର୍ଯ୍ୟକ୍ରମକୁ ନେଇ ମେୟର ସୁଲୋଚନା ଦାସ କଡ଼ା ଟିପ୍ପଣୀ ଦେଇଛନ୍ତି। ଶ୍ରୀମତୀ ଦାସ ରାଜ୍ୟ ସରକାରଙ୍କୁ ସମାଲୋଚନା କରି କହିଛନ୍ତି, ୫ ହଜାର ଟଙ୍କାରେ ମହିଳା ଆତ୍ମନିର୍ଭରଶୀଳ ହେବା ସମ୍ଭବ ନୁହେଁ। ଅନ୍ୟପକ୍ଷରେ ସୁଲୋଚନାଙ୍କ ଏହି କଥାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ଏଥିରେ ବଡ଼ ଶିଳ୍ପ କରିପାରିବେନି, କିନ୍ତୁ ମହିଳାଙ୍କ ସାହସ ବଢ଼ିବ। ଆଗାମୀ ଦିନରେ ଲକ୍ଷପତି ଦିଦିରେ ଓଡ଼ିଶା ଏକ ନମ୍ବର ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Post Views: 45
Share201Tweet126Send
Voice of Victims

Voice of Victims

Recent Posts

  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ଅଙ୍ଗଦାନ ଦିବସ ପାଳନ
  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In