• About Us
  • Contact Us
Thursday, April 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓୟୁଏଟିରେ ନିର୍ମାଣଧୀନ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ

by Voice of Victims
May 2, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଓୟୁଏଟିରେ ନିର୍ମାଣଧୀନ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର- ୦୨/୦୫/୨୦୨୫: କୃଷି ଭବନ ସମ୍ମିଳନୀ କକ୍ଷରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟରେ ଚାଲିଥିବା ନିର୍ମାଣ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ । ଆଇନ ଓ ପୂର୍ତ୍ତମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ ।ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟରେ ଅନେକ ଭିତ୍ତିଭୂମି ସୁଦୃଢ଼ୀକରଣ କାର୍ଯ୍ୟ ଚାଲୁଛି । ଓୟୁଏଟି ଓଡ଼ିଶାର ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଭାବେ ପରିଗଣିତ । ଏହାକୁ ନୂଆ ରୂପରେଖ ଦେଇ ଏକ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ପାଇଁ ଏହାର ଉନ୍ନତିକରଣ କାର୍ଯ୍ୟ ଜୋରସୋରରେ ଆଗେଇଚାଲିଛି ।

ଶିକ୍ଷାର୍ଥୀଙ୍କୁ ଗୁଣାତ୍ମକ ଶିକ୍ଷା ସହିତ ଉନ୍ନତ ଭିତ୍ତିଭୂମି ଓ ଆନୁଷଙ୍ଗିକ ସୁବିଧା ଯୋଗାଇ ଦେବା ପାଇଁ ଆମର ଏହି ପ୍ରୟାସ । ଆସନ୍ତା ଶିକ୍ଷାବର୍ଷ ଆରମ୍ଭ ପୂର୍ବରୁ ହଷ୍ଟେଲ ନିର୍ମାଣ ଓ ଉନ୍ନତିକରଣ କାର୍ଯ୍ୟ ଶେଷ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ନିର୍ଦ୍ଦେଶ ଦେଇଛନ୍ତି । ସରକାରଙ୍କ ପ୍ରଦତ୍ତ ନିୟମାବଳୀ ଅନୁଯାୟୀ ବହୁତଳ ବିଶିଷ୍ଟ ଆବାସିକ ହଷ୍ଟେଲ ନିର୍ମାଣ କାର୍ଯ୍ୟ ସମ୍ପାଦନ କରିବାକୁ ପୂର୍ତ୍ତମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ କାର୍ଯ୍ୟକାରୀ ସଂସ୍ଥାକୁ ପରାମର୍ଶ ଦେଇଛନ୍ତି । ସଂପ୍ରତି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧୀନରେ ହଷ୍ଟେଲ ଏବଂ ପ୍ରଶାସନିକ ଭବନର ନିର୍ମାଣ କାର୍ଯ୍ୟ ଚାଲୁଛି । ଏସବୁ ମଧ୍ୟରେ ୫୦୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ, ୨୦୦ ଶଯ୍ୟା ବିଶିଷ୍ଟ କୃଷକ ହଷ୍ଟେଲ, ୫୦୦ ଶଯ୍ୟା ବିଶିଷ୍ଟ ନୂତନ ପ୍ରେକ୍ଷାଳୟ, ନୂତନ ପ୍ରଶାସନିକ ଭବନ, ଛାତ୍ରୀମାନଙ୍କ ପାଇଁ ଉଦ୍ଦିଷ୍ଟ ୧୦ ଗୋଟି ହଷ୍ଟେଲର ଉନ୍ନତିକରଣ, କୃଷକ ଶିକ୍ଷଣ କେନ୍ଦ୍ର ଇତ୍ଯାଦି ରହିଛି ।

ନୂତନ ପ୍ରଶାସନିକ ଭବନକୁ ଭୁବନେଶ୍ବର କୃଷି ଭବନ ଭଳି ଏକ ସୁଦୃଶ୍ଯ କୋଠା କରାଯିବା ଉପରେ ନିଷ୍ପତ୍ତି ହୋଇଛି। ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ କାର୍ଯ୍ୟଗୁଡିକର ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ ଏବଂ ବିଭାଗ ତରଫରୁ ସମସ୍ତ ସହଯୋଗ ଦିଆଯିବ ବୋଲି ପ୍ରତିଶୃତି ଦେଇଥିଲେ। ବୈଠକରେ ଓୟୁଏଟି କୁଳପତି ଡ଼ ପ୍ରଭାତ କୁମାର ରାଉଳ, ସିଏମଡି ପୋଲିସ୍ ଗୃହନିର୍ମାଣ ନିଗମ ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ତଥା ପୂର୍ତ୍ତ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।

Post Views: 56
Share198Tweet124Send
Voice of Victims

Voice of Victims

Recent Posts

  • କାଶୀନାଥଙ୍କ ଘରେ ଫୁଟିଲା ଦୁର୍ଲଭ ବ୍ରହ୍ମକମଳ
  • ସ୍ୱାଧୀନତା ସଂଗ୍ରାମୀ ବୀର ବୈଷ୍ଣବ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ !
  • କ୍ୟାଟ ବାର ଆସୋସିଏସନ, କଟକ ତରଫରୁ ମଧୁ ଜୟନ୍ତୀ ଓ ଆଇନଜୀବୀ ଦିବସ ପାଳିତ
  • ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
  • ମହିଳା ସଂରକ୍ଷଣକୁ ନେଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ବିବୃତ୍ତି ରଖିଲେ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In