• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ପାଇବେ ଦେବୀପ୍ରସନ୍ନ ପଟ୍ଟନାୟକ, ପୁରସ୍କାର ରାଶି ୨୦ ଲକ୍ଷ

by Voice of Victims
January 31, 2024
in ମୁଖ୍ୟ ଖବର, ରାଜ୍ୟ
ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ପାଇବେ ଦେବୀପ୍ରସନ୍ନ ପଟ୍ଟନାୟକ, ପୁରସ୍କାର ରାଶି ୨୦ ଲକ୍ଷ

ଭୁବନେଶ୍ବର: ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ରେ ସମ୍ମାନିତ କରାଯିବ। ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଭାଷାବିତ୍ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ଓଡ଼ିଆ ଭାଷା ଉପରେ ତାଙ୍କର ଉଚ୍ଚକୋଟୀର ଗବେଷଣା ଦିଗରେ ତାଙ୍କର ଜୀବନ ବ୍ୟାପୀ ସାଧନାର ସ୍ୱୀକୃତି ସ୍ଵରୂପ ତାଙ୍କୁ ବିଶ୍ଵ ଓଡିଆ ସମ୍ମାନ ରେ ସମ୍ମାନିତ କରିବେ। ପୁରସ୍କାର ବାବଦରେ ତାଙ୍କୁ ୨୦ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ। ଡକ୍ଟର ପଟ୍ଟନାୟକ ଙ୍କ ଗବେଷଣା ଓଡ଼ିଆ ଭାଷାକୁ ବହୁ ଭାବରେ ସମୃଦ୍ଧ କରିଛି। ଭାରତର ଜଣେ ବିଶିଷ୍ଟ ବିଦ୍ୱାନ ଓ ଭାଷାବିତ୍ ଭାବରେ ଡକ୍ଟର ପଟ୍ଟନାୟକ ବେଶ୍ ସୁପରିଚିତ। ଭାରତୀୟ ଭାଷା ପ୍ରତିଷ୍ଠାନ ର ପ୍ରତିଷ୍ଠାତା ନିର୍ଦ୍ଦେଶକ ଭାବରେ ଡକ୍ଟର ପଟ୍ଟନାୟକ ଅନେକ ସୁନାମ ଅର୍ଜନ କରିଛନ୍ତି। ଭାରତୀୟ ଭାଷା ସମୂହର ବିକାଶ ଦିଗରେ ତାଙ୍କର ସମର୍ପିତ ଉଦ୍ୟମ ପାଇଁ ଡକ୍ଟର ପଟ୍ଟନାୟକ ପଦ୍ମଶ୍ରୀ ସମ୍ମାନ ରେ ସମ୍ମାନିତ ହୋଇଛନ୍ତି। ଓଡ଼ିଆ ଭାଷା କୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ଦିଗରେ ଡକ୍ଟର ପଟ୍ଟନାୟକ ଙ୍କ ବହୁମୂଲ୍ୟ ଅବଦାନ ସର୍ବଜନବିଦିତ। ଭାରତୀୟ ଭାଷା ପରିଷଦ ର ସଭାପତି ତଥା ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟ ର ଭାଷା ବିଭାଗର ପୂର୍ବତନ ପ୍ରଫେସର ଜି ଉମା ମହେଶ୍ଵର ରାଓ ଓଡ଼ିଆ ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର ସବିତା ପ୍ରଧାନ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର ପି କେ ସ୍ଵାଇଁ ଏବଂ କେନ୍ଦ୍ର ଶିକ୍ଷା ବିଭାଗର ଶାସ୍ତ୍ରୀୟ ଓଡ଼ିଆ ଅଧ୍ୟୟନ ଉତ୍କର୍ଷ କେନ୍ଦ୍ର ର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫେସର ବସନ୍ତ କୁମାର ପଣ୍ଡା ଙ୍କୁ ନେଇ ଓଡିଶା ସରକାରଙ୍କ ଦ୍ୱାରା ଗଠିତ କମିଟି ସର୍ବସମ୍ମତି କ୍ରମେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କ ନାମ କୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ସୁପାରିଶ କରିଥିଲେ।

Post Views: 32
Tags: Deviprasan Patnaik will receive the first World Oriya Language Award
Share198Tweet124Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In