• About Us
  • Contact Us
Sunday, August 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, NH-55 ରାସ୍ତାର ତୁରନ୍ତ ମରାମତି ପାଇଁ କଲେ ଅନୁରୋଧ

by Voice of Victims
August 23, 2026
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, NH-55 ରାସ୍ତାର ତୁରନ୍ତ ମରାମତି ପାଇଁ କଲେ ଅନୁରୋଧ

ଭୁବନେଶ୍ୱର : ଏନ୍ ଏଚ୍-୫୫ ରାସ୍ତାର ତୁରନ୍ତ ମରାମତି ପାଇଁ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁରରୁ କଟକ ମଧ୍ୟରେ ଥିବା ରାସ୍ତାର ତୁରନ୍ତ ମରାମତି ଏବଂ ଖାଲ ସମସ୍ୟାର ସମାଧାନ ପାଇଁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କୁ ସେ ଅନୁରୋଧ କରିଛନ୍ତି । ଓଡ଼ିଶାର ପ୍ରମୁଖ ପରିବହନ ଓ ଲଜିଷ୍ଟିକ୍ସ କରିଡର ଭାବେ ପରିଚିତ ୫୫ ନମ୍ବର ଜାତୀୟ ରାଜପଥର ଶୋଚନୀୟ ଅବସ୍ଥା ନେଇ ଚିନ୍ତାପ୍ରକଟ କରିଛନ୍ତି ସମ୍ବଲପୁର ସାଂସଦଧର୍ମେନ୍ଦ୍ର ପ୍ରଧାନ । ଏହି ଗୁରୁତ୍ୱପୂର୍ଣ୍ଣ ରାଜପଥର ତୁରନ୍ତ ରକ୍ଷଣାବେକ୍ଷଣ ବା ମରାମତି ସହ ଖାଲଢିପ ସମସ୍ୟାର ସମାଧାନ ପାଇଁ ସେ କେନ୍ଦ୍ର ସଡ଼କପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ ପାଇଁ ସେ ଅନୁରୋଧ କରିଛନ୍ତି ।

ସମ୍ବଲପୁର, ଅନୁଗୋଳ ଓ କଟକକୁ ଯୋଡ଼ୁଥିବା ଏନଏଚ୍- ୫୫ ହେଉଛି ରାଜ୍ୟର ଅନ୍ୟତମ ମୁଖ୍ୟ ଜୀବନରେଖା । ମାତ୍ର ଲଗାଣ ବର୍ଷା ଓ ଅତ୍ୟଧିକ ଗାଡ଼ିର ଯାତାୟତ ଯୋଗୁଁ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଖାଲ ସୃଷ୍ଟି ହେବା ସହ କିଛି ଜାଗାରେ ରାସ୍ତା ନଷ୍ଟ ହୋଇଯାଇଛି । ଏହାଫଳରେ ଯାତ୍ରୀ ଓ ପଣ୍ୟବାହୀ ଯାନବାହନ ଚଳାଚଳରେ ଗୁରୁତର ସମସ୍ୟା ସୃଷ୍ଟି ହେଉଛି । ଏହାଦ୍ୱାରା ସ୍ଥାନୀୟ ଜନସାଧାରଣ ଓ ନିୟମିତ ଯାତାୟାତ କରୁଥିବା ଲୋକେ ପ୍ରବଳ ଅସୁବିଧାର ସମ୍ମୁଖୀନ ହେଉଥିବା ଚିଠିରେ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି ।

Post Views: 8
Share196Tweet123Send
Voice of Victims

Voice of Victims

Recent Posts

  • ଜାତୀୟ ମହାକାଶ ଦିବସରେ ମୋଦିଙ୍କ ବଡ଼ ବାର୍ତ୍ତା, ଯୁବପିଢ଼ିଙ୍କ ପ୍ରତିଭାକୁ କଲେ ପ୍ରଶଂସା
  • କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, NH-55 ରାସ୍ତାର ତୁରନ୍ତ ମରାମତି ପାଇଁ କଲେ ଅନୁରୋଧ
  • ରିଲ୍ସ ହେଲା କାଳ, ବ୍ଲୁ ଲେକ୍ ରେ ୨ ଛାତ୍ର ନିଖୋଜ
  • ପିଆଜ ପାଇଁ ପକେଟ୍‌କୁ ମହଙ୍ଗା ମାଡ଼, କେଜି ଛୁଇଁଲା ୫୦ ଟଙ୍କା
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In