• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଅଙ୍ଗନବାଡି ମହିଳାଙ୍କୁ ଦିଆଯିବ ବିପର୍ଯ୍ୟୟ ପରିଚାଳନା ତାଲିମ

by Voice of Victims
February 6, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଅଙ୍ଗନବାଡି ମହିଳାଙ୍କୁ ଦିଆଯିବ ବିପର୍ଯ୍ୟୟ ପରିଚାଳନା ତାଲିମ

ଭୁବନେଶ୍ବର: ମହିଳା ଓ ଶିଶୁ ବିକାଶ ବିଭାଗ ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷ ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛି। ଆଜି ଭୁବନେଶ୍ୱରସ୍ଥିତ ଷ୍ଟେଟ୍‌ ଇନ୍‌ଷ୍ଟିଚୁ୍ୟଟ୍‌ ଫର ୱିମେନ୍‌ ଆଣ୍ଡ ଚିଲଡ୍ରେନ ପରିସରରେ ମହିଳା ଓ ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମଙ୍କ ଉପସ୍ଥିତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶ୍ରୀମତୀ ହେମ୍ବ୍ରମ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ ଯେ ଗୋପବନ୍ଧୁ ପ୍ରଶାସନ ଏକାଡ଼େମୀ, ରାଜ୍ୟ ଗ୍ରାମ୍ୟ ବିକାଶ ଅନୁଷ୍ଠାନ (ଏସ୍‌ଆଇଆର୍‌ଡି), ୱାସନ ଭଳି ବିଭିନ୍ନ ଜାତୀୟସ୍ତରୀୟ ଓ ରାଜ୍ୟସ୍ତରୀୟ ଅନୁଷ୍ଠାନ ସହଯୋଗରେ ଷ୍ଟେଟ୍‌ ଇନ୍‌ଷ୍ଟିଚୁ୍ୟଟ୍‌ ଫର ୱିମେନ୍‌ ଆଣ୍ଡ ଚିଲଡ୍ରେନ ଏକ ଉତ୍କର୍ଷ ଅନୁଷ୍ଠାନ ହେବାର ଗୌରବ ଅର୍ଜନ କରିବାକୁ ଯାଉଛି । ସେ ଆହୁରି ମଧ୍ୟ କହିଲେ ଯେ ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟ ବିରୋଧରେ ଲଢିବା ପାଇଁ ଆମକୁ ସହଭାଗିତାରେ କାର୍ଯ୍ୟ କରିବାକୁ ପଡିବ। ଆଜିର ଏହି ବୁଝାମଣା ପତ୍ର ଆମର ବିପର୍ଯ୍ୟୟ ମୁକାବିଲାକୁ ଆହୁରି ସୁଦୃଢ କରିବ। ଏହି ଅବସରରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷଙ୍କ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀମତୀ ସୁସ୍ମିତା ବେହେରା କହିଲେ ଯେ ମହିଳା ଓ ଶିଶୁ ବିକାଶ ବିଭାଗ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ତାଲିମ ସମ୍ପୂର୍ଣ୍ଣ କରିବାରେ ପ୍ରଥମ ବିଭାଗ ଭାବେ ପରିଗଣିତ ହୋଇପାରିଛି। ଏହି ବିପର୍ଯ୍ୟୟ ପରିଚାଳନା ତାଲିମକୁ ତୃଣମୁଳ ସ୍ତରରେ ପହଞ୍ଚାଇ ପ୍ରତି ଘରେ ଜଣେ ଜଣେ ବିପର୍ଯ୍ୟୟ ପ୍ରଶମନ ଯୋଦ୍ଧା ସୃଷ୍ଟି କରିବା ଏହି ବୁଝାମଣା ପତ୍ରର ପ୍ରଧାନ ଲକ୍ଷ୍ୟ। ଷ୍ଟେଟ୍‌ ଇନ୍‌ଷ୍ଟିଚୁ୍ୟଟ୍‌ ଫର ୱିମେନ୍‌ ଆଣ୍ଡ ଚିଲଡ୍ରେନର ମୁଖ୍ୟ ଉପଦେଷ୍ଟା ଏସ. ଗାୟତ୍ରୀ କହିଲେ ଯେ ସମଗ୍ର ରାଜ୍ୟରେ ଜିଲ୍ଲାସ୍ତରୀୟ ଶିଶୁ ସୁରକ୍ଷା ଅଧିକାରୀମାନଙ୍କୁ ଏବଂ ସମସ୍ତ ଅଙ୍ଗନବାଡି କେନ୍ଦ୍ରରେ ଥିବା ଅଙ୍ଗନବାଡି କର୍ମକର୍ତ୍ତାମାନଙ୍କୁ ବିପର୍ଯ୍ୟୟ ପରିଚାଳନା ତାଲିମ ପ୍ରଦାନ କରିବା ଆମ ପାଇଁ ଏକ ବଡ ଆହ୍ୱାନ। ଏହି ଆହ୍ୱାନକୁ ସ୍ୱୀକାର କରି ପ୍ରାକୃତିକ ବିପର୍ଯ୍ୟୟ ସହ ଲଢିବା ସହ ଏହି ପ୍ରଶିକ୍ଷଣକୁ ଗାଁ ଗାଁ ରେ ପହଞ୍ଚାଇବା ପାଇଁ ଆମେ ଉଦ୍ୟମ ଜାରି ରଖିବୁ। ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ଦୁର୍ଗାପ୍ରସାଦ ମହାରଣା ଏହି କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମହିଳା ଶିଶୁ ବିକାଶ ବିଭାଗର ଅନୁଶାସନ ସଚିବ ଶ୍ରୀମତୀ ସ୍ୱୟଂପ୍ରଭା ମୁଦୁଲିଙ୍କ ସମେତ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପର ଅଧିକାରୀବୃନ୍ଦ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀବୃନ୍ଦ ଓ ଅଙ୍ଗନବାଡି କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।

Post Views: 32
Share197Tweet123Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In