• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ବି ମାନିଲେନି: କାମକୁ ନ ଫେରି ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଛନ୍ତି ଡାକ୍ତର

by Voice of Victims
September 10, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ସମସ୍ୟା ଅଭିଯୋଗ
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ବି ମାନିଲେନି: କାମକୁ ନ ଫେରି ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଛନ୍ତି ଡାକ୍ତର

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ବି ମାନିଲେନି କୋଲକାତାରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା କନିଷ୍ଠ ଡାକ୍ତରମାନେ। ପଶ୍ଚିମବଙ୍ଗ ଆରଜି.କର ମେଡିକାଲ କଲେଜ୍ ଏବଂ ହସ୍ପିଟାଲର ଜଣେ ଟ୍ରେନି ଡାକ୍ତରାଣୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ବିକ୍ଷୋଭ ଜାରି ରଖିଥିବା କନିଷ୍ଠ ଡାକ୍ତରଙ୍କୁ ଦିନକ ପୂର୍ବେ ଆନ୍ଦୋଳନ ଛାଡି ମଙ୍ଗଳବାର ସନ୍ଧ୍ୟା ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ। ନିଦେଦ୍ଦଶ ଅବମାନନା କ୍ଷେତ୍ରରେ ସେମାନଙ୍କ ବିରୋଧରେ ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ମଧ୍ୟ ସୁପ୍ରିମକୋର୍ଟ ଚେତାବନୀ ଦେଇଥିଲେ। ଏସବୁ ସତ୍ତ୍ୱେ ଡାକ୍ତରମାନେ କାର୍ଯ୍ୟକୁ ଫେରିନାହାନ୍ତି। ଓଲଟା ଏହି ଡାକ୍ତରମାନେ କହିଛନ୍ତି ଯେ, ଯେପର୍ଯ୍ୟନ୍ତ ନ୍ୟାୟ ମିଳିନାହିଁ କାମକୁ ଫେରିବୁ ନାହିଁ। ଓଲଟା ସେମାନେ ରାଜ୍ୟ ସରକାରଙ୍କୁ ମଙ୍ଗଳବାର ସନ୍ଧ୍ୟା ୫ଟା ସୁଦ୍ଧା ସେମାନଙ୍କ ଦାବି ମାନିନେବାକୁ ଅଲ୍ଟିମେଟମ୍ ଦେଇଥିଲେ। ରାଜ୍ୟ ସରକାର ସେମାନଙ୍କ ଦାବି ମାନିବା ନେଇ ପ୍ରତିଶ୍ରୁତି ଦେବା ପରେ ହିଁ ସେମାନେ କାର୍ଯ୍ୟରେ ଯୋଗଦେବେ ବୋଲି ସ୍ପଷ୍ଟ କରିଥିଲେ। ତେବେ ରାଜ୍ୟ ସରକାର ନିର୍ଦ୍ଦିଷ୍ଟ ସମୟ ସୁଦ୍ଧା ସେମାନଙ୍କ ଦାବି ପୂରଣ କରିନଥିବା ବେଳେ ସେମାନେ ମଧ୍ୟ ସୁପ୍ରିମକୋର୍ଟର୍ଙ୍କ ନିର୍ଦ୍ଦେଶକୁ ପାଳନ ନକରି ଧାରଣା, ବିକ୍ଷୋଭ, ପ୍ରତିବାଦ ଜାରି ରଖିଛନ୍ତି। ତେବେ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଦାଖଲ କରାଯାଇଥିବା ଏକ ଷ୍ଟାଟସ୍ ରିପୋର୍ଟ (ଡାକ୍ତରମାନେ ଧର୍ମଘଟ ଜାରି ରଖିଥିବାରୁ ଚିକିତ୍ସା ଅଭାବରୁ ୨୩ ରୋଗୀଙ୍କର ମୃତ୍ୟୁ ହୋଇଥିବା) ଆଧାରରେ ବିକ୍ଷୋଭରତ ଡାକ୍ତରଙ୍କ ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଦିନକ ପୂର୍ବେ ତୁରନ୍ତ କାର୍ଯ୍ୟକୁ ଫେରିବା ନେଇ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟପକ୍ଷେ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲ ଘଟଣାରେ ରାଜ୍ୟ ସ୍ୱାସ୍ଥ୍ୟ ସଚିବ, କୋଲକାତା ପୁଲିସ୍ କମିଶନର, ଏବଂ ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ଏବଂ ସ୍ୱାସ୍ଥ୍ୟ ଶିକ୍ଷା ନିର୍ଦ୍ଦେଶକଙ୍କ ଇସ୍ତଫା ସହ ପୀଡ଼ିତାଙ୍କୁ ନ୍ୟାୟ, ଅଭିଯୁକ୍ତଙ୍କୁ ଫାଶୀଦଣ୍ଡ ତଥା ହସ୍ପିଟାଲରେ ଡାକ୍ତରଙ୍କୁ ସୁରକ୍ଷା ପ୍ରଦାନ ଦାବି କରି ଗତ ମାସ ଅଗଷ୍ଟ ୯ ତାରିଖରୁ ଆଜିଯାଏ ଆନ୍ଦୋଳନ କରିଆସୁଛନ୍ତି ଡାକ୍ତର ସଂଘ। ଏମାନଙ୍କୁ ମଙ୍ଗଳବାର ସନ୍ଧ୍ୟା ୫ଟା ସୁଦ୍ଧା କାର୍ଯ୍ୟରୁ ବିଦା କରିବା ପାଇଁ ଏମାନେ ରାଜ୍ୟ ସରକାରଙ୍କୁ ସମୟ ଦେଇଥିଲେ। ଏଥିସହ ସେମାନଙ୍କ ଦାବି ପୂରଣ ପାଇଁ ମଙ୍ଗଳବାର ଅପରାହ୍ନରେ କନିଷ୍ଠ ଡାକ୍ତରମାନେ ସ୍ୱାସ୍ଥ୍ୟ ବିଭାଗ ମୁଖ୍ୟାଳୟରୁ ସ୍ୱାସ୍ଥ୍ୟ ଭବନ ପର୍ଯ୍ୟନ୍ତ ଶୋଭାଯାତ୍ରା କରିଛନ୍ତି। ପ୍ରକାଶ, ପ୍ରଧାନ ବିଚାରପତି (ସିଜେଆଇ) ଜଷ୍ଟିସ୍ ଡି.ୱାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍ ଜେବି ପାରଦିୱାଲା ଏବଂ ଜଷ୍ଟିସ୍ ମନୋଜ ମିଶ୍ରାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି।

Post Views: 32
Share198Tweet124Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In