ଜମ୍ମୁ-କାଶ୍ମୀର : ଆଜି ସକାଳେ ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୪.୨ ଥିବା ଜଣାପଡିଛି । ଭୂମିକମ୍ପର ଝଟକା ଅଞ୍ଚଳର ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା । ଫଳରେ ଅନେକ ଲୋକ ଘରୁ ବାହାରକୁ ବାହାରି ଆସିଥିଲେ। ରବିବାର ରାତି ୧ ଟା ୨୫ ମିନିଟରେ ଭୂମିକମ୍ପ ହୋଇଥିଲା । ଭୂମିକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ୫ କିଲୋମିଟର ଗଭୀରତାରେ ଥିବା ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ।
ସୂଚନାଯୋଗ୍ୟ ପୂର୍ବରୁ ପଶ୍ଚିମବଙ୍ଗର କୋଲକାତାରେ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର ତୀବ୍ରତା ୫.୪ ଥିଲା । କୋଲାକାତା ସମେତ ଅନ୍ୟାନ୍ୟ ଆଖପାଖ ଅଞ୍ଚଳରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଯାହା ଦ୍ବିପହର ୧ଟା ୨୦ ମିନିଟ୍ ସମୟରେ ଅନୁଭୂତ ହୋଇଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ବାଂଲାଦେଶରେ ଥିଲା ବୋଲି କୌଣସି ଏକ ସୂତ୍ରରୁ ପ୍ରକାଶ ପାଇଛି ।
